ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଆମରଣ ଅନଶନ

ଭଦ୍ରକ ଅଫିସ, ୨୧।୨: ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଏକ ପରିବାର ଆମରଣ ଅନଶନରେ ବସିଛନ୍ତି। ବିନା କବଲାରେ ଜମି ମାଲିକଙ୍କ ଅଗୋଚରରେ ଅନ୍ୟ ବ୍ୟକ୍ତିଙ୍କ ନାମକୁ ଜମି ଚାଲି ଯାଇଥିଲା। ଉକ୍ତ ଜମିକୁ ନିଜ ନାମକୁ ଫେରାଇ ଆଣିବା ପାଇଁ ଦୀର୍ଘ ୨୯ ବର୍ଷ ହେଲା ନାୟିକାନିଡ଼ିହି ଥାନା ନଣ୍ଡାପାଟଣା ଗ୍ରାମର ସମୀରଣ ପାଳଙ୍କୁ ସଂଘର୍ଷ କରିବାକୁ ପଡିଥିଲା। ଜମିକୁ ନିଜ ନାମରେ କରିବାକୁ ସମୀରଣ କେସ୍‌ କରିଥିଲେ। ଯାହାର ଖର୍ଚ୍ଚ ବହନ କରିବାକୁ ତାଙ୍କୁ ଅନ୍ୟ ଜମି ବିକିବାକୁ ପଡ଼ିଥିଲା। ତେବେ ଉକ୍ତ କ୍ଷତି ପୂରଣ ଦାବିରେ ସମୀରଣ ତାଙ୍କ ପରିବାର ଓ ସମ୍ପର୍କୀୟଙ୍କ ସହ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଆମରଣ ଅନଶନରେ ବସିଛନ୍ତି। ପୂର୍ବରୁ ସେ ବାସୁଦେବପୁର ତହସିଲ ଆଗରେ ମଧ୍ୟ ଧାରଣାରେ ବସିଥିଲେ। ଦାବି ପୂରଣ ନ ହେବାରୁ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବସିଛନ୍ତି। ତେବେ ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଅନଶନରୁ ଓହରିବେ ନାହିଁ ବୋଲି ସମୀରଣ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ନୂତନ କୁଳପତି ଡ. ଅଜିତ କୁମାର ଶାସନୀ

କୋରାପୁଟ/ସୁନାବେଡ଼ା,୩ା୭(ଅମିତାଭ ବେହେରା/କୃତ୍ତିବାସ ପ୍ରଧାନ)-କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ(ସିୟୁଓ)ର ନୂତନ କୁଳପତି ଭାବେ ଡ. ଅଜିତ କୁମାର ଶାସନୀଙ୍କୁ ନିଯୁକ୍ତ କରାଯାଇଥିବା ଜଣାପଡିଛି। ଭାରତର ରାଷ୍ଟ୍ରପତି…

ମୃତ ଯୁବକଙ୍କ ମିଳିଲା ପରିଚୟ: ସେଲଫି ନେବା ହେଲା କାଳ

କୋକସରା,୩।୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକର ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀଚଞ୍ଚରାର ଡୋକରୀଦର ଝରଣା ନିକଟରେ ଗୁରୁବାର ଜଣେ ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଥିଲା। ଶୁକ୍ରବାର ସକାଳୁ…

ସମୁଦ୍ର କୂଳ ଲଙ୍ଘିବା ଘଟଣା: ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ପୋଡ଼ମପେଟାକୁ ନିଷିଦ୍ଧାଞ୍ଚଳ ଘୋଷଣା

ଗଞ୍ଜାମ/ ଛତ୍ରପୁର,୩।୭ (/ଅନାଥ ତରାଇ/ଦିଲ୍ଲୀପି ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୋଡମପେଟାରେ ସମୁଦ୍ର କୂଳ କ୍ଷୟ ଦିନକୁ ଦିନ ଉଦ୍‌ବେଗଜନକ ରୂପ ନେବାରେ ଲାଗିଛି। ସମୁଦ୍ର ଦ୍ରୁତ…

ଦାଦନ ଖଟି ଯାଇଥିଲେ, ଫେରିଲା ମୃତଦେହ: ତେଲେଙ୍ଗାନାରେ ବିଦ୍ୟୁତ ଆଘାତରେ ଗଜପତିର ଶ୍ରମିକଙ୍କ ମୃତ୍ୟୁ

ପାରଳାଖେମୁଣ୍ଡି,୩।୭(ଗିରିଧାରୀ ପରିଛା): ଗଜପତି ଜିଲାରେ ଦାଦନ ଦୁଃଖର କରୁଣ ଚିତ୍ର ପୁଣି ସାମ୍ନାକୁ ଆସିଛି। ସ୍ଥାନୀୟ ଅଞ୍ଚଳରେ କାମର ଅଭାବ ଯୋଗୁ ଜୀବିକା ଅନ୍ୱେଷଣରେ ବାହାର ରାଜ୍ୟକୁ…

ଡାକ୍ତରଙ୍କ ଆନ୍ଦୋଳନ ଯୋଗୁ ରୋଗୀସେବା ବ୍ୟାହତ: ଦୁର୍ଘଟଣାରେ ଆହତଙ୍କୁ ଚିକିତ୍ସା ନ ମିଳିବାରୁ ବୁର୍ଲା ସ୍ଥାନାନ୍ତର

ବରଗଡ଼,୩।୭(ପ୍ରେମାନନ୍ଦ ଖମାରୀ)- ରାଜ୍ୟରେ ଡାକ୍ତରମାନଙ୍କ ବିଭିନ୍ନ ଦାବିକୁ ନେଇ ଚାଲିଥିବା ଆନ୍ଦୋଳନ ଯୋଗୁ ସାଧାରଣ ସ୍ୱାସ୍ଥ୍ୟସେବା ଗୁରୁତର ଭାବେ ପ୍ରଭାବିତ ହୋଇଛି। ଡାକ୍ତରଖାନା ଗୁଡ଼ିକରେ ରୋଗୀସେବା ତଥା…

ଯୌତୁକ ପାଇଁ ନିର୍ଯ୍ୟାତନା ପରେ  ସ୍ତ୍ରୀଙ୍କୁ ଶ୍ୱାସରୁଦ୍ଧ କରି ହତ୍ୟା ଉଦ୍ୟମ: ସ୍ବାମୀ ଗଲେ ଜେଲ 

ଦିଗପହଣ୍ଡି,୩|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଶୁଣ୍ଡିପଲ୍ଲୀ ଗ୍ରାମର ବର୍ଷା ସିଂ(୨୦)ଙ୍କୁ ଯୌତୁକ ପାଇଁ ଶ୍ବଶୁର ଘର ଲୋକେ ଶାରୀରିକ ଓ ମାନସିକ ନିର୍ଯ୍ୟାତନା…

ହେଲୋ ପଏଣ୍ଟଠାରେ ୭୭ତମ ବନ ମହୋତ୍ସବ: ଯୋଗଦେଲେ…

ଥୁଆମୂଳ ରାମପୁର, ୩।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରାସ୍ଥିତ ହେଲୋ ପଏଣ୍ଟଠାରେ ଶୁକ୍ରବାର ଥୁଆମୂଳ ରାମପୁର ଦକ୍ଷିଣ ବନାଞ୍ଚଳ ପକ୍ଷରୁ…

ଶିକ୍ଷକ ଅଭାବ ପାଠ ପଢ଼ାରେ ସମସ୍ୟା : ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୩ ଜଣ ଶିକ୍ଷକ

ରିଷିଡା, ୩/୭ (ସୁଶାନ୍ତ ମଲ୍ଲିକ): ଶିକ୍ଷକ ଅଭାବ ଯୋଗୁଁ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ବିଦ୍ୟାଳୟରେ ଶିକ୍ଷାଦାନ ବ୍ୟାହତ ହେଉଥିବା ଅଭିଯୋଗ ହୋଇଛି। କେଉଁଠି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri