ମର୍ମନ୍ତୁଦ ଦୁର୍ଘଟଣା: ଅଟୋ ଡ୍ରାଇଭର ଜୀବନ୍ତ ଦଗ୍ଧ

ଫୁଲବାଣୀ/ଖଜୁରିପଡା, ୧୭ା୧(ରାକେଶ କୁମାର ରାଉତ/ବିଦୁର ବେହେରା)-କନ୍ଧମାଳ ଜିଲା ଫୁଲବାଣୀ ସହର ସରକାରୀ ଆଇଟିଆଇଠାରୁ ଅଳ୍ପ ଦୂର ସଦର ଥାନା ଅନ୍ତର୍ଗତ ଦାତପାଜୁ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟଛି। ଏକ କାର -ଅଟୋ ମୁହାଁମୁହିଁ ଧକ୍କା ହେବାରୁ ଉଭୟ ଗାଡି ଜଳି ଯାଇଛି ା ଏଥିରେ ଅଟୋ ଚାଳକ ଚାପି ହୋଇ ଜୀବନ୍ତ ଦଗ୍ଧ ହୋଇ ଯାଇଛନ୍ତି। ସେ ହେଲେ ବରୁଣ ମଲ୍ଲିକ(୨୦)। ଖଜୁରୀପଡା ବ୍ଲକ ଦାତପାଜୁ ପଞ୍ଚାୟତ ମିଣିଆକାଠି ଗ୍ରାମରେ ତାଙ୍କ ଘର। ସ୍ଥାନୀୟ ଲୋକେ ଘଟଣା ସ୍ଥଳରେ ପହଞ୍ଚି ଅଟୋରେ ଥିବା ଅନ୍ୟ ୨ ଜଣଙ୍କୁ ଏବଂ କାରରେ ଥିବା ଜଣଙ୍କୁ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛନ୍ତି। କାର ଚାଳକ ଘଟଣା ସ୍ଥଳରୁ ଫେରାର ହୋଇ ଯାଇଛନ୍ତି।

ଦୁର୍ଘଟଣା କିପରି ଏବଂ କେଉଁ ପରିସ୍ଥିତିରେ ଘଟିଲା ତାହା କେହି କହିପାରୁ ନାହାନ୍ତି ା ବରୁଣଙ୍କ ଭାଇ ବାବୁଲା ଓ ଦଡକି ପଞ୍ଚାୟତ ସିଙ୍ଗାପଡାର ଶୈଳେନ୍ଦ୍ର କହଁର ଗୁରୁତର ହୋଇଛନ୍ତି ା ସେମାନଙ୍କ ଶରୀରର ପ୍ରାୟ ଅର୍ଦ୍ଧାଧିକ ଅଂଶ ପୋଡି ଯାଇଥିବା ଜଣାପଡିଛି। ସ୍ଥାନୀୟ ଡାକ୍ତରଖାନାରେ ପ୍ରାଥମିକ ଚିକିତ୍ସା ପରେ ଉଭୟଙ୍କୁ ବ୍ରହ୍ମପୁର ମେଡିକାଲ ସ୍ଥାନାନ୍ତର କରାଯାଇଛି ା

ଖବରରୁ ଜଣାପଡିଛି, ବରୁଣ ଓ ବାବୁଲା ଫୁଲବାଣୀରୁ ଅଟୋ ଯୋଗେ ନିଜ ଗ୍ରାମ ମିଣିଆକାଠିକୁ ଯାଉଥିଲେ ା ବରୁଣ ଅଟୋ ଚଲାଉଥିଲେ। ବାବୁଲା ବସିଥିଲେ। ଦାତପାଜୁ ନିକଟରେ ବୌଦ୍ଧ ପଟୁ ଆସୁଥିବା ଏକ କାର ସହିତ ଅଟୋର ମୁହାଁମୁହିଁ ଧକ୍କା ହୋଇଥିଲା ା ଫଳରେ ଉଭୟ ଗାଡି ଘଟଣା ସ୍ଥଳରେ ଜଳି ଯାଇଥିଲା।

ଖବରପାଇ ଅଗ୍ନିଶମବାହିନୀ ସେଠାରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ବରୁଣ ସେତେବେଳକୁ ଅଟୋରେ ଜଳି ସାରିଥିଲେ ା ସଦର ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri