ପାଣିକୋଇଲିରେ ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା DSPଙ୍କ ଜୀବନ

ଯାଜପୁର,୧୬।୨: ଯାଜପୁର ଜିଲା ପାଣିକୋଇଲି ଥାନା ଚାନ୍ଦପୁର ଛକ ନିକଟରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଭାରସାମ୍ୟ ହରାଇ କାର୍‌କୁ ଧକ୍କା ଦେଇଛି। ଫଳରେ ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରୁ ଜଣେ ବାଲେଶ୍ୱର ଜିଲାରେ DSP ଭାବେ କାର୍ଯ୍ୟରତ ବଳରାମ ନାୟକ ବୋଲି ଜଣାପଡିଥିବା ବେଳେ ଅନ୍ୟଜଣଙ୍କ ପରିଚୟ ମିଳିପାରି ନାହିଁ।

ମିଳିଥିବା ସୂଚନା ମୁତାବକ, DSP ବଳରାମ ଏକ କାର୍‌ ଯୋଗେ କେନ୍ଦୁଝର ଘଟଗାଁ ଘରକୁ ଯାଉଥିଲେ। ହେଲେ ଚାନ୍ଦପୁର ଛକ ନିକଟରେ ଏକ ଟ୍ରକ ଭାରସାମ୍ୟ ହରାଇ କାର୍‌କୁ ଧକ୍କା ଦେଇଥିଲା। ଫଳରେ ବଳରାମ ଏବଂ ଅନ୍ୟଜଣେ ଗୁରୁତର ଆହତ ହୋଇଥିଲେ। ସେମାନଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ବଳରାମଙ୍କୁ ମୃତ୍ୟୁ ଘୋଷଣା କରିଥିବା ସୂଚନା ମିଳିଛି। ପୋଲିସ ଟ୍ରକ୍‌ ଏବଂ କାରକୁ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀଙ୍କୁ ବଡ଼ ଉପହାର ଦେଲେ ସରକାର, ୭୫ ହଜାର ପର୍ଯ୍ୟନ୍ତ କୃଷି ଋଣ ଛାଡ଼

ଚେନ୍ନାଇ,୧୭ା୮: ତାମିଲନାଡୁର କୃଷକଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ । ସୋମବାର ବିଧାନସଭାରେ ସେ ସମବାୟ କୃଷି ଋଣ ଛାଡ଼ ନେଇ…

ପୁରୁଷଙ୍କୁ ହାର୍ଟ ଆଟାକ୍‌ ଆସିଲେ ଛାତିରେ ହୋଇଥାଏ ଯନ୍ତ୍ରଣା, ମାତ୍ର ମହିଳାଙ୍କଠାରେ ଦେଖାଦିଏ ଏସବୁ ଲକ୍ଷଣ…

ମନୁଷ୍ୟ ଶରୀରରେ ମସ୍ତିଷ୍କ ପରେ ହୃତ୍‌ପିଣ୍ଡ ବା ହାର୍ଟ ହେଉଛି ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଅଙ୍ଗ। କହିବାକୁ ଗଲେ ହୃଦ୍‌ଯନ୍ତ୍ର ଦ୍ୱାରା ମସ୍ତିଷ୍କକୁ ରକ୍ତ ସଞ୍ଚାଳନ ନ ହେଲେ…

ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏହି ଦିନ ମିଳିବ ପଞ୍ଚମ କିସ୍ତି ଟଙ୍କା

ଭୁବନେଶ୍ବର,୧୭ା୮: ସୁଭଦ୍ରା ପଞ୍ଚମ କିସ୍ତି ଟଙ୍କା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବଡ଼ ସୂଚନା ଦେଇଛନ୍ତି । ରକ୍ଷା ବନ୍ଧନ ଦିନ ହିଁ ମିଳିବ ସୁଭଦ୍ରା ପଞ୍ଚମ…

ବ୍ୟବସାୟୀ ଅପହରଣ ମାମଲା: ମହିଳା ପୋଲିସ ସବ୍‌ଇନ୍ସପେକ୍ଟରଙ୍କ ସହ ଜଣେ ସାମ୍ବାଦିକ ଗିରଫ, ୪କୁ ବୃଦ୍ଧି ପାଇଲା ସଂଖ୍ୟା

ବଲାଙ୍ଗୀର,୧୭ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ ଗୁଣ୍ଡା ସାହୁ ଅପହରଣ ମାମଲାରେ ବଲାଙ୍ଗୀର ପୋଲିସ ଭୁବନେଶ୍ବରରୁ ଜଣେ ମହିଳା ସବ୍‌ଇନ୍ସପେକ୍ଟର ଓ ଜଣେ ଖବରଦାତାଙ୍କୁ…

ଗୁଲିଗପ ଇତିହାସକୁ ବଦଳାଇପାରେ ନାହିଁ

କୋଣାର୍କଠାରେ ସୂର୍ଯ୍ୟଙ୍କ ଉପାସନାର ସବିଶେଷ ଆଲୋଚନା ଅନେକଙ୍କ ମନରେ ପ୍ରଶ୍ନ ଉଠାଇପାରେ। ଇତିହାସ ବା ଐତିହ୍ୟ ପ୍ରସଙ୍ଗରେ ଉପାସନା ଧାରାକୁ ଏତେ ଗୁରୁତ୍ୱ ଦେବାର କାରଣ କ’ଣ!…

ଗିଲଙ୍କ ଧମାକା, ଗୋଟିଏ ହାତରେ ଏମତି କ୍ୟାଚ୍‌ ଧରିଲେ ସବୁ ଆଶ୍ଚର୍ଯ୍ୟ!

ନୂଆଦିଲ୍ଲୀ,୧୭।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟରେ ଭାରତୀୟ ଅଧିନାୟକ ଶୁଭମନ ଗିଲ୍ ଏକ ଚମତ୍କାର କ୍ୟାଚ୍ ଧରି ସମସ୍ତଙ୍କୁ ଚକିତ କରିଛନ୍ତି। କୁଲଦୀପ ଯାଦବଙ୍କ ବଲ୍‌ରେ ଶ୍ରୀଲଙ୍କା ବ୍ୟାଟର…

ଡିଜିପି ଦାୟିତ୍ୱ ନେବା ପରେ ପୁରୀ ଆସି ମହାପ୍ରଭୁଙ୍କ ଦର୍ଶନ କଲେ ବିନୟତୋଷ ମିଶ୍ର

ପୁରୀ, ୧୬।୮ (ଅଜିତ୍ କୁମାର ମହାନ୍ତି): ଅନ୍ତରୀଣ ଡିଜିପି ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ବିନୟତୋଷ ମିଶ୍ର ରବିବାର ରାତିରେ ପୁରୀ ଶ୍ରୀମନ୍ଦିରରେ ପହଞ୍ଚି ଶ୍ରୀ…

ଅଧିକାର ପାଇଁ ଆନ୍ଦୋଳନ: ସମୁଦ୍ର ଆଁରୁ ଭିଟାମାଟି ବଞ୍ଚାଇବାକୁ…

ଛତ୍ରପୁର, ୧୭।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀଠାରେ ସମୁଦ୍ର କୂଳ ଲଙ୍ଘିବା ଘଟଣା ଏବେ ଆନ୍ଦୋଳନର ରୂପ ନେଇଛି। ସମୁଦ୍ରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri