ବୋରିସଙ୍କ ନଁ।ରେ ସାଂଘାତିକ ଅଭିଯୋଗ

ଲଣ୍ଡନ, ୧୧ା୭: ବିବାଦୀୟ ହୋଇ ନିକଟରେ ବ୍ରିଟେନ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିବା ବୋରିସ୍‌ ଜନ୍‌ସନ୍‌ଙ୍କ ବିରୋଧରେ ନୂଆ ଅଭିଯୋଗ ସାମ୍‌ନାକୁ ଆସିଛି। ୨୦୦୮ରେ ବୋରିସ୍‌ ଲଣ୍ଡନ ମେୟର ଥିବାବେଳେ କ୍ଷମତାର ଅପବ୍ୟବହାର କରି ଜଣେ ମହିଳାଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ। ପରେ ତାଙ୍କୁ ଏକ ସିଟି ହଲ୍‌ରେ ଚାକିରି ଦେବା ପାଇଁ ଲବି କରିଥିଲେ।

ସେତେବେଳେ ସିଟି ହଲ୍‌ର ଜଣେ ବରିଷ୍ଠ କର୍ମଚାରୀ କିଟ୍‌ ମାଲ୍ଟହାଉସ୍‌ (ବର୍ତ୍ତମାନ ବୋରିସ୍‌ଙ୍କ ଜଣେ କ୍ୟାବିନେଟ୍‌ ମନ୍ତ୍ରୀ) ଏହାକୁ ବିରୋଧ କରିବାରୁ ସମ୍ପୃକ୍ତା ମହିଳାଙ୍କୁ ଚାକିରି ମିଳି ନ ଥିଲା। ମହିଳା ଜଣକ ୨୦୧୭ରେ ‘ମି ଟୂ ମୁଭ୍‌ମେଣ୍ଟ’ ବେଳେ ବୋରିସ୍‌ଙ୍କ ବିରୋଧରେ ଅଭିଯୋଗ ଆଣିଥିଲେ। ସେହିପରି ବୋରିସ୍‌ ବହିର୍ବ୍ୟାପାର ମନ୍ତ୍ରୀ ଥିବାବେଳେ ବର୍ତ୍ତମାନର ସ୍ତ୍ରୀ କ୍ୟାରି ଜନ୍‌ସନ୍‌ଙ୍କୁ ୨୦୧୮ରେ ଚିଫ୍‌ ଷ୍ଟାଫ୍‌ କରିବା ପାଇଁ ମଧ୍ୟ ଚାପ ପକାଇଥିଲେ। ସେତେବେଳେ ଉଭୟେ ପ୍ରେମ ସମ୍ପର୍କରେ ଥିଲେ। ଆମେରିକୀୟ ବିଜ୍‌ନେସ୍‌ ଓମ୍ୟାନ ଜେନିଫର ଆର୍କ୍ୟୁରିଙ୍କ ସହ ମଧ୍ୟ ବୋରିସ୍‌ଙ୍କ ସମ୍ପର୍କ ଥିଲା।

ସେ ଟିକସଦାତାଙ୍କ ଅର୍ଥରେ ଆୟୋଜିତ ବିଜ୍‌ନେସ୍‌ ଟ୍ରିପ୍‌ରେ ଜେନ୍ନିଫରଙ୍କୁ ସାମିଲ କରିବା ପାଇଁ ଉଦ୍ୟମ କରିଥିଲେ ବୋଲି ଅଭିଯୋଗ ଆସିଛି। ଲକଡାଉନ୍‌ ପାର୍ଟି, ଦଳୀୟ ଏମ୍‌ପିଙ୍କ ସେକ୍ସ ସ୍କାଣ୍ଡାଲ ସହ ଅନେକ ଦୁର୍ନୀତି ଅଭିଯୋଗ ଆସିବା ପରେ ବୋରିସ୍‌ଙ୍କୁ ନିଜ ଦଳରୁ ସମାଲୋଚନାର ଶିକାର ହେବାକୁ ପଡ଼ିଥିଲା। ଏଥିପାଇଁ ସେ ଗତ ୭ ତାରିଖରେ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri