ବିଦ୍ୟାଳୟ ପରିସରରେ ଛାତ୍ରଙ୍କୁ ଜଣେ ଅଭିଭାବକଙ୍କ ମରଣାନ୍ତକ ଆକ୍ରମଣ

ବାଲିଗୁଡ଼ା,୨୯ା୬(ସଞ୍ଜୟ ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ସହରରେ ୧୧ନଂ ଓ୍ବାର୍ଡରେ ଥିବା ପଣସପୋଡ଼ି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଜଣେ ପଞ୍ଚମ ଶ୍ରେଣୀ ଛାତ୍ର ଶମ୍ଭୁ ମଳିକଙ୍କୁ ଅନ୍ୟ ଜଣେ ଅଭିଭାବକ ମରଣାନ୍ତକ ଆକ୍ରମଣ କରିଛନ୍ତି। ଫଳରେ ଶମ୍ଭୁଙ୍କ ମୁଣ୍ଡ ଫାଟି ଗୁରୁତର ହୋଇଥିବା ଜଣାପଡ଼ିଛି।
ଘଟଣାରୁ ପ୍ରକାଶ ଯେ, ଶନିବାର ଥିବାରୁ ପଣସପୋଡ଼ି ବିଦ୍ୟାଳୟରେ ସକାଳ ୧୦ଟାରେ ମଧ୍ୟାହ୍ନଭୋଜନ ଖାଇସାରି ଶମ୍ଭୁ ନିଜର ଥାଳି ଓ ହାତ ଧୋଇ ଆସିବା ସମୟରେ ହଠାତ ଜଗା ନାୟକ ନାମକ ଜଣେ ଯୁବକ ବିଦ୍ୟାଳୟ ପରିସରକୁ ଆସି ଶମ୍ଭୁଙ୍କୁ ଛୁରାମାଡ଼ କରିବା ସହ ଟେକି କଚାଡ଼ି ଦେଇଥିଲେ। ତାହାପୁଣି ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀଙ୍କ ସମ୍ମୁଖରେ। ଯାହାଫଳରେ ଶମ୍ଭୁ ଗୁରୁତର ଅଛନ୍ତି। ଏହାପରେ ବିଦ୍ୟାଳୟର କର୍ତ୍ତୃପକ୍ଷ ଶମ୍ଭୁଙ୍କ ଘରକୁ ଖବର ଦେବା ସହ ମେଡିକାଲ ନେଇ ଚିକିତ୍ସା କରାଇଛନ୍ତି। ଏହାପରେ ଏହି ଘଟଣାକୁ ନେଇ ଅଭିବାବକ ଓ ବିଦ୍ୟାଳୟର ସମସ୍ତ ଶିକ୍ଷୟିତ୍ରୀଙ୍କୁ ନେଇ ବିଦ୍ୟାଳୟରେ ଏକ ବୈଠକ ହୋଇଥିଲା। (ପୂର୍ବରୁ ଦୁଇ ଛାତ୍ର ଶମ୍ଭୁୁ ମଳିକ ଓ କାର ନାୟକ କୌଣସି କାରଣକୁ ନେଇ ବଚସା ହୋଇଥିଲେ)। ଏହାକୁ ନେଇ ଅଭିଭାବକ ଜଗା ନାୟକ ଏହି କାଣ୍ଡ କରିଛନ୍ତି ବୋଲି ଆଲୋଚନା ହେଉଛି। ଏହି ଘଟଣାକୁ ନେଇ ପ୍ରଧାନଶିକ୍ଷୟିତ୍ରୀ ଥାନାରେ ଏକ ଲିଖିତ ଅଭିଯୋଗ କରିଛନ୍ତି। ଛାତ୍ରଙ୍କ ମା’ ମଧ୍ୟ ତାଙ୍କ ପିଲାକୁ ମରଣାନ୍ତକ ଆକ୍ରମଣ କରିଥିବା ନେଇ ଏତଲା ଦେଇଛନ୍ତି। ଏହାକୁ ନେଇ ବାଲିଗୁଡ଼ା ଗୋଷ୍ଠୀ ଶିକ୍ଷା ଅଧିକାରୀ ମହେଶ୍ୱର ମାଝି କହିଛନ୍ତି, ଏହି ବିଷୟରେ ମୁଁ ଜାଣିଛି ଓ ଏହାକୁ ନେଇ ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ଥାନାରେ ଏତଲା ଦେଇଛନ୍ତି। ଆଇଆଇସି ସୁଶାନ୍ତ ସାହୁ ଏହି ଘଟଣାକୁ ନେଇ ଛାତ୍ରଙ୍କ ମା’ ଓ ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ନମିତା ପ୍ରହରାଜ ପିଲାକୁ ମାଡ଼ ମାରିବା କହି ଅଭିଯୋଗ କରିଛନ୍ତି। ଏହାକୁ ନେଇ ଦୁଇଟି ମାମଲା କେସ୍‌ ନମ୍ବର ୧୪୮ ଓ ୧୪୯ରେ ରୁଜୁ କରି ତଦନ୍ତ କରାଯାଉଛି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ପୁଣି ଯୁଦ୍ଧକୁ ଓହ୍ଲାଇବେ ଭାରତ-ପାକିସ୍ତାନ! ପରମାଣୁ ଆଟାକ୍‌ କରିପାରେ ପାକ୍‌…

ନୂଆଦିଲ୍ଲୀ,୧୯।୩: ଯଦିଓ ଭାରତ ଏବଂ ପାକିସ୍ତାନ ମଧ୍ୟରେ ପରିସ୍ଥିତି ବର୍ତ୍ତମାନ ଶାନ୍ତ ଦେଖାଯାଉଛି, ତଥାପି ବିପଦ ସମ୍ପୂର୍ଣ୍ଣ ହ୍ରାସ ପାଇନାହିଁ। ଏହି ଦାବି ଆମେ କରୁନୁ, ବରଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

୨୪ ଘଣ୍ଟା ଭିତରେ ୟୁ-ଟର୍ନ ନେଲେ ଟ୍ରମ୍ପ: ବ୍ୟାକ୍‌ଫୁଟ୍‌ରେ ଆମେରିକା

ଓ୍ବାଶିଂଟନ୍‌,୧୯।୩: ମଧ୍ୟପ୍ରାଚ୍ୟରେ ଗ୍ୟାସ ସୁବିଧା ଉପରେ ଇରାନର ପ୍ରତିଶୋଧମୂଳକ ଆକ୍ରମଣ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଟେନ୍‌ସନ୍‌ରେ ପକାଇ ଦେଇଛି। ଏକ ବିବୃତ୍ତି ଜାରି କରି ସେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ଧାନକ୍ରୟ କେନ୍ଦ୍ର ସାମ୍ନାରେ ୨ ଚାଷୀଙ୍କ ଧାରଣା: ସମିତିର ଏମିତି ତ୍ରୁଟି…

ତିହିଡି଼,୧୯/୩(ସଞ୍ଜିତ ବଳ):ତିହିଡି଼ ବ୍ଲକ ଅଧୀନ ବାରସର ସମବାୟ ସମିତି ଧାନ କ୍ରୟ କେନ୍ଦ୍ର କାର୍ଯ୍ୟାଳୟ ସାମ୍ନାରେ ଗୁରୁବାର ସକାଳଠାରୁ ୨ଜଣ ଚାଷୀ ଧାରଣାରେ ବସିଛନ୍ତି l ତିଆଡ଼ିସାହି…

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

ବାଇକ୍‌ରେ ଯାଉଥିଲେ ୩ ଭାଇ, ୧୦ ପୁଟ ଡ୍ରେନ ତଳକୁ ଖସିଲା ଗାଡ଼ି: ଆଉ ତା’ପରେ…

ବଘିଆପଡା,୧୯।୩(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ଅନ୍ତଗତ ତେଲିବନ୍ଧ ପନ୍ଥାଇ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଏକ ବାଇକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri