ଯୁବକଙ୍କୁ ମରଣାନ୍ତକ ଆକ୍ରମଣ: ଅଭିଯୁକ୍ତ ଗିରଫ

ବାହାନଗା,୨୯ା୮(ଡି.ଏନ.ଏ.)- ବାହାନଗା ବ୍ଲକ ସାହାସପୁର ଗ୍ରାମର ଜଣେ ଯୁବକଙ୍କ ମରଣାନ୍ତକ ଆକ୍ରମଣରେ ଅନ୍ୟଜଣେ ଯୁବକ ଗୁରୁତର ହୋଇଛନ୍ତି। ଏନେଇ ଗୋପାଳପୁର ଫାଣ୍ଡି ପୋଲିସ ଏକ ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ହେଲେ ପୂର୍ଣ୍ଣଚନ୍ଦ୍ର ନାୟକ। ରବିବାର ଗ୍ରାମର ରାଜୁ ନାୟକଙ୍କୁ ପଡ଼ୋଶୀ ପୂର୍ଣ୍ଣଚନ୍ଦ୍ର କୌଣସି କାରଣରୁ ଲୁହା ରଡ୍‌ ଓ ମାରଣାସ୍ତ୍ର ସାହାଯ୍ୟରେ ଆକ୍ରମଣ କରିଥିଲେ। ରାଜୁ ଗୁରୁତର ହୋଇ ରାସ୍ତାରେ ପଡ଼ିଥିଲେ। ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ଗୋପାଳପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ପାଇଁ ଭର୍ତ୍ତି କରିଛନ୍ତି।