ଯୁବକଙ୍କୁ ମରଣାନ୍ତକ ଆକ୍ରମଣ: ମୃତ ଭାବି ଥାନାରେ ଆତ୍ମସମର୍ପଣ କଲେ ଦୁଇ ଆକ୍ରମଣକାରୀ

ଛତ୍ରପୁର,୨୫ା୫(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ପୋଟଲାମପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି l କୌଣସି କାରଣ ନେଇ ଜଣେ ଯୁବକଙ୍କୁ ମରଣାତ୍ମକ ଭାବେ ଆକ୍ରମଣ କରିଛନ୍ତି ୨ ଜଣ ଆକ୍ରମଣକାରୀ l ପରେ ତାଙ୍କୁ ମୃତ ଭାବି ଛାଡ଼ି ଛତ୍ରପୁର ଥାନାରେ ଆତ୍ମସମର୍ପଣ କରିଛନ୍ତି ଏହି ୨ ଆକ୍ରମଣକାରୀ।
ସୂଚନାନୁସାରେ, ଶନିବାର ପୋଟଲାମପୁର ଗ୍ରାମର କେଶବ ନାହାକଙ୍କୁ କାଜୁ ତୋଟାକୁ କେନ୍ଦ୍ର କରି ସେହି ଗ୍ରାମର ଦୁଇ ଜଣ ବିଭିନ୍ନ ମାରଣାସ୍ତ୍ରରେ ଆକ୍ରମଣ କରି ମୃତ ହୋଇଯାଇଥିବା ଭାବି ଫୋପାଡ଼ି ଚାଲିଯାଇଥିଲେ। ପରେ ଛତ୍ରପୁର ଥାନାକୁ ଆସି ସେମାନେ ଆତ୍ମ ସମର୍ପଣ କରିଥିଲେ l ଅନ୍ୟପଟେ ରକ୍ତ ଜୁଡୁବୁଡୁ ଅବସ୍ଥାରେ କେଶବଙ୍କୁ ତାଙ୍କ ମାମୁ ଓ ସମ୍ପର୍କୀୟ ଲୋକେ ଉଦ୍ଧାର କରି ପ୍ରଥମେ ମ୍ୟୁନିସିପେଣ୍ଠ ସ୍ବାସ୍ଥ୍ୟ କେନ୍ଦ୍ର ଓ ପରେ ବ୍ରହ୍ମପୁର ମେଡିକାଲକୁ ପଠେଇଛନ୍ତି। କେଶବଙ୍କ ଅବସ୍ଥା ଗୁରୁତର ଅଛି l ଏନେଇ କେଶବଙ୍କ ମାମୁ ପଙ୍କଜ ତରେଇ ଘଟଣା ସମ୍ପର୍କରେ ଲିଖିତ ଭାବେ ଛତ୍ରପୁର ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତିକରି ଛତ୍ରପୁର ଥାନା ପୋଲିସ ଘଟଣାର ସରଜମିନ ତଦନ୍ତ କରି ଭାଗିରଥି ପଲାଇ ଓ ମହେଶ୍ୱର ପଲାଇଙ୍କୁ ଗିରଫ କରିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

‘୫୦ ବର୍ଷରେ ୩୦ ବର୍ଷ ଭଳି ଉର୍ଜାଶୀଳ ରୁହନ୍ତୁ’, ଅନ୍ତର୍ଜାତୀୟ ଯୋଗ ପ୍ରଧାନମନ୍ତ୍ରୀ ମୋଦିଙ୍କ ବାର୍ତ୍ତା

କୋଲକାତା,୨୧।୬: ଆଜି ସାରା ବିଶ୍ୱରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଛି। ଏହି ଅବସରରେ କୋଲକାତାରେ ଏକ ଯୋଗ ଦିବସ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା, ଯେଉଁଥିରେ ପ୍ରଧାନମନ୍ତ୍ରୀ…

ହଷ୍ଟେଲରେ ଝୁଲୁଛି ଛାତ୍ରୀଙ୍କ ମୃତଦେହ: ବଢ଼ୁଛି ସନ୍ଦେହ

ଗୋପାଳପୁର,୨୦ା୬(ନବୀନ ରାଜ ଆଚାରି): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜର ହଷ୍ଟେଲରେ ରହୁଥିବା ଜନୈକା ଛାତ୍ରୀଙ୍କ ମୃତଦେହ ଶନିବାର ପୋଲିସ ଜବତ କରିଛି।…

ଇସ୍ତଫା ଦେବେକି ବ୍ରିଟେନ ପ୍ରଧାନମନ୍ତ୍ରୀ? ୧୦୦ ରୁ ଅଧିକ ଏମପିଙ୍କ ଚାପ….

ଲଣ୍ଡନ,୨୧।୬: ବ୍ରିଟେନ ପ୍ରଧାନମନ୍ତ୍ରୀ କାଇର ଷ୍ଟାରମରଙ୍କ ଇସ୍ତଫା ସମ୍ପର୍କରେ କଳ୍ପନାଜଳ୍ପନା ତୀବ୍ର ହୋଇଛି । ବ୍ରିଟେନ ଖବରକାଗଜର ଏକ ରିପୋର୍ଟରେ ଦାବି କରାଯାଇଛି ଯେ ଷ୍ଟାରମର ସୋମବାର…

ଭାରତୀୟ ଯୋଗ ସଂସ୍ଥାନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଛତ୍ରପୁର, ୨୧।୬ (ଦିଲ୍ଲୀପ ସାମଲ): ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ।ଭାରତୀୟ ଯୋଗ ସଂସ୍ଥାନ, ଏହି ଉପଲକ୍ଷେ ନୂଆଦିଲ୍ଲୀ ଛତ୍ରପୁର ଶାଖା ପକ୍ଷରୁ ସ୍ଥାନୀୟ ଷ୍ଟାଡିଅମ ପରିସରସ୍ଥ…

ବିପଦସଙ୍କୁଳ ବାଉଁଶ ଚାରା ଭରସାରେ ହଜାର ହଜାର ଲୋକ; ଧାମନଗରଦଶରଥପୁର ବୈତରଣୀ ସେତୁ ଏବେ ବି ଅଧପନ୍ତରିଆ

ତିହିଡ଼ି,୨୧।୬(କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକ ଓ ଯାଜପୁର ଜିଲାର ଦଶରଥପୁର ବ୍ଲକର ସମେତ ପଡୋଶୀ ତିହିଡି ବ୍ଲକର ସାଧାରଣ ଲୋକଙ୍କ ଦୀର୍ଘଦିନର ସ୍ବପ୍ନ ଥିଲା…

‘ଇଟାଲୀର ଲୋକପ୍ରିୟତା ଆମେରିକା ସହିତ ସମ୍ପର୍କ ଉପରେ ନିର୍ଭର କରେ ନାହିଁ’: ଟ୍ରମ୍ପଙ୍କୁ ମେଲୋନିଙ୍କ କଡ଼ା ଜବାବ

ରୋମ,୨୧।୬: ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ଆଜି, ଶନିବାର, ଟ୍ରମ୍ପ ପୁଣି ଥରେ ମେଲୋନିଙ୍କ…

ଇରାନ ଆଗରେ ନଇଁଲେ ଟ୍ରମ୍ପ! କଲେ ବଡ଼ ଘୋଷଣା

ଓ୍ବାଶିଂଟନ,୨୧।୬: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଅନିଶ୍ଚିତତା ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି। ଟ୍ରମ୍ପ କହିଛନ୍ତି…

ଜୁଲାଇ ୪ରୁ ଆମାଜନ ଇଣ୍ଡିଆ ପ୍ରାଇମ ଡେ’ର ୧୦ମ ସଂସ୍କରଣ

ଭୁବନେଶ୍ୱର,୨୧।୬: ଆସନ୍ତା ଜୁଲାଇ ୪ରୁ ଆମାଜନ ଇଣ୍ଡିଆ ପକ୍ଷରୁ ପ୍ରାଇମ ଡେ’-୨୦୨୬ର ୧୦ମ ସଂସ୍କରଣ ଆରମ୍ଭ ହେବାକୁ ଯାଉଛି । ଏହା ୪ ଜୁଲାଇ ରାତି ୧୨ଟାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri