ମରଣାନ୍ତକ ଆକ୍ରମଣ ଘଟଣା: ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୧୦।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମରେ ରବିବାର ସକାଳେ ଗ୍ରାମର ଭଗବାନ ମିଶ୍ର ଓ ରବୀନ୍ଦ୍ର ମିଶ୍ରଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ସମ୍ପୃକ୍ତ ଜଣେ ଅଭିଯୁକ୍ତଙ୍କୁ ସୋମବାର ତଦନ୍ତକାରୀ ଅଧିକାରୀ ନୂଆପଡ଼ା ଫାଣ୍ଡି ଏସଆଇ ଜଗବନ୍ଧୁ ବାର୍ଲା ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। ଅଭିଯୁକ୍ତ ଜଣଙ୍କ ହେଲେ ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ବଜ୍ରଗୁମ୍ମା ଗାଁର ସନ୍ତୋଷ ମହାରଣା (୩୦)। କେ.ନୂଆଗାଁ ଥାନା ମାମଲା ନଂ.୩୮୭/୨୫ ଅନୁଯାୟୀ ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ ଜେଲ ହାଜତକୁ ପଠାଇ ଦିଆଯାଇଛି। ଗତ ଜୁନ ୨୪ ତାରିଖରେ ଭ୍ରମରପୁର ଗ୍ରାମ ବଜାର ସାହି ରାସ୍ତା ପ୍ରଶସ୍ତିକରଣ କାର୍ଯ୍ୟ ନିମନ୍ତେ ଗଞ୍ଜାମ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ପୋଲିସ ପ୍ରଶାସନିକ ଅଧିକାରୀମାନଙ୍କ ଉପସ୍ଥିତିରେ ଜବରଦଖଲ ହଟାଯାଇଥିଲା। କିନ୍ତୁ ଜଳଖିଆ ହୋଟେଲ କରିଥିବା ଭଗବାନ ମିଶ୍ର ପୁଣି ରାସ୍ତା ଜବରଦଖଲ କରି ଗତ ଶୁକ୍ରବାର ସିଡି ନିର୍ମାଣ କରିଥିଲେ। ଗ୍ରାମର ନାରାୟଣ ମହାରଣା ଏବଂ ତାଙ୍କ ଭାଇ ହୃଷୀକେଶ ମହାରଣା ଏହାର ପ୍ରତିବାଦ କରି ରାତି ପ୍ରାୟ ୯ ଟାରେ ଭଗବାନଙ୍କୁ ଆପତ୍ତିଜନକ ଭାଷାରେ ଗାଳି କରିଥିଲେ। ଭଗବାନ ଓ ତାଙ୍କ ଭାଇ ରବୀନ୍ଦ୍ର ନାରାୟଣଙ୍କୁ ଆକ୍ରମଣ କରିଥିଲେ। ଶନିବାର ସନ୍ଧ୍ୟା ପ୍ରାୟ ୭ ଟାରେ ନାରାୟଣ ଏବଂ ତାଙ୍କ ସମ୍ପର୍କୀୟମାନେ ବିଭିନ୍ନ ମାରଣାସ୍ତ୍ରରେ ସଜ୍ଜିତ ହୋଇ ଭଗବାନଙ୍କ ଘରେ ପଶି ତାଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ। ପୁଣି ରବିବାର ସକାଳ ପ୍ରାୟ ସାଢ଼େ ୧୦ ଟାରେ ଉଭୟପକ୍ଷ ଗାଁ ବଜାର ରଥଦାଣ୍ଡ ବୁଲାଣିରେ ଲୁହାପାଇପ, କାଠଫଡା,ପଥର ଖଣ୍ଡ ପ୍ରଭୃତି ଧରି ଭଗବାନ ମିଶ୍ର , ରବୀନ୍ଦ୍ର ମିଶ୍ର ଏବଂ ସନ୍ତୋଷ ମହାରଣା ପରସ୍ପରଙ୍କୁ ଆକ୍ରମଣ ପ୍ରତି ଆକ୍ରମଣ କରିଥିଲେ। ଏହି ଘଟଣାରେ ଗୁରୁତର ଆହତ ରବୀନ୍ଦ୍ର ମିଶ୍ର ଓ ଭଗବାନ ମିଶ୍ରଙ୍କୁ ପ୍ରଥମେ ପାତ୍ରପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଉଭୟେ ଚିକିତ୍ସାଧୀନ ଥିବା ଜଣାପଡିଛି। ଏନେଇ ୨ ପରିବାର ମଧ୍ୟରେ ଚାପା ଉତ୍ତେଜନା ଲାଗିରହିଛି। ଜବରଦଖଲ ଉଚ୍ଛେଦ ପ୍ରକ୍ରିୟାରେ ପ୍ରଶାସନର ପାତରଅନ୍ତର ନୀତି ଯୋଗୁଁ ଗ୍ରାମରେ ଅଶାନ୍ତି ଲାଗି ରହିଛି। କିଛି ବ୍ୟକ୍ତି ପୁଣି ଥରେ ରାସ୍ତା ସମ୍ମୁଖ ସରକାରୀ ଜମିକୁ ଜବରଦଖଲ କରି ପିଣ୍ଡା ଓ ସିଡି ନିର୍ମାଣ କରିଥିବା ବେଳେ ଅନ୍ୟ କେତେକ ବ୍ୟକ୍ତି ଭଙ୍ଗା ଯାଇଥିବା ଅଂଶକୁ ପୁଣି ନିର୍ମାଣ ମରାମତି କରି ବାସଗୃହ ନିର୍ମାଣ କରିଥିବା ଅଭିଯୋଗ ହୋଇଛି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସୁନାଖଳା ପାହାଡ଼ରେ ବାଘ ଆତଙ୍କ, ଲୋକେ ଭୟଭୀତ

ପାତ୍ରପୁର୨୧।୩(ଉମାଚରଣ ନେପାକ): ଗଞ୍ଜାମ ଜିଲା ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଲଙ୍କା-ସୁନାଖଳା ପାହାଡ଼ ନିକଟରେ ଶନିବାର ସନ୍ଧ୍ୟାରେ ଏକ କଲରାପତିରିଆ ବାଘ ବସିଥିବା ସ୍ଥାନୀୟ ଲୋକେ ଦେଖିଥିବା ଚର୍ଚ୍ଚା…

ବିଜେଡି ଛାଡ଼ିଲେ ବସ୍ତା ବ୍ଲକ ସଭାପତି ଅନିଲ ମହାନ୍ତି, କହିଲେ ଏହି ବଡ଼ କାରଣ…

ବାଲେଶ୍ୱର, ୨୧।୩(ବାଞ୍ଛାନିଧି ଦେ): ବିଜେଡି ଛାଡ଼ିଲେ ବାଲେଶ୍ୱର ଜିଲା ବସ୍ତା ବ୍ଲକ ସଭାପତି ଅନିଲ କୁମାର ମହାନ୍ତି l ସେ ଶନିବାର ଦଳର ପ୍ରାଥମିକ ସଦସ୍ୟ ପଦରୁ…

ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା କରିବା ପରେ ଆତ୍ମହତ୍ୟାର ରୂପ ଦେଇଥିଲେ ସ୍ବାମୀ, ଅଦାଲତ ଶୁଣାଇଲେ ଏମିତି ରାୟ

ଥୁଆମୂଳ ରାମପୁର,୨୧ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଓ ଦୌରା ଜଜ୍‌ ଅଦାଲତ ଏକ ସମ୍ବେଦନଶୀଳ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି।…

କମେଣ୍ଟ୍ରିରୁ ଅବସର ନେଲେ ଶିବରାମ, ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଏବେ…

ନୂଆଦିଲ୍ଲୀ,୨୧ା୩: ଭାରତର ପୂର୍ବତନ କ୍ରିକେଟର ଲକ୍ଷ୍ମଣ ଶିବରାମ କ୍ରିଷ୍ଣନ କମେଣ୍ଟ୍ରିରୁ ଅବସର ଘୋଷଣା କରିଛନ୍ତି। ହେଲେ ସେ ଅବସର ଘୋଷଣା ଲାଗି କରିଥିବା ସୋସିଆଲ ମିଡିଆ ପୋଷ୍ଟକୁ…

ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ଛାତରୁ ଡେଇଁ ପଡ଼ିଲେ ସ୍ତ୍ରୀ, ଆଉ ତା’ପରେ…

କଣ୍ଟାବାଞ୍ଜି,୨୧।୩: ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା କପିଳାଭଟା ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ସ୍ତ୍ରୀ ଛାତରୁ ଡେଇଁ…

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଜଙ୍ଗଲରେ ବିସ୍ଫୋରକ ଖଞ୍ଜିଥିଲେ ମାଓବାଦୀ, ବଡ଼ ଅଘଟଣ ଘଟିବା ପୂର୍ବରୁ…

ବାଲିଗୁଡ଼ା,୨୧ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ସମଗ୍ର କନ୍ଧମାଳ ଜିଲାରେ କୋମ୍ବିଂ ଅପରେଶନକୁ ଜୋରଦାର କରାଯାଉଥିବା ବେଳେ ଏକ ବଡ଼ଧରଣର ଅଘଟଣରୁ ବର୍ତ୍ତିଯାଇଛନ୍ତି ସୁରକ୍ଷାକର୍ମୀ। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଜଙ୍ଗଲରେ…

ସାକ୍ଷୀଗୋପାଳଙ୍କୁ ଦର୍ଶନ କରି ଟଳି ପଡ଼ିଲେ ବୃଦ୍ଧା

ସାକ୍ଷୀଗୋପାଳ,୨୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶନିବାର ସନ୍ଧ୍ୟାରେ ଶ୍ରୀ ସାକ୍ଷୀଗୋପାଳଙ୍କୁ ଦର୍ଶନ କରିବା ପରେ ଜଣେ ବୃଦ୍ଧା ତୀର୍ଥଯାତ୍ରୀ ହଠାତ୍‌ ଟଳି ପଡ଼ିଥିଲେ। ତାଙ୍କ ସହିତ ରହିଥିବା…

ଅଷ୍ଟ୍ରେଲିଆକୁ ପରାସ୍ତ କରି ଜାପାନ ଚାମ୍ପିୟନ

ସିଡ୍‌ନୀ,୨୧ା୩: ଚଳିତ ମହିଳା ଏସିଆନ କପ୍‌ ଫୁଟବଲ ଟୁର୍ନାମେଣ୍ଟରେ ଜାପାନ ଚାମ୍ପିୟନ ହୋଇଛି। ଶନିବାର ଷ୍ଟାଡିୟମ ଅଷ୍ଟ୍ରେଲିଆରେ ଅନୁଷ୍ଠିତ ଫାଇନାଲରେ ମାଇକା ହାମାନୋଙ୍କ ଗୋଲ ବଳରେ ଜାପାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri