ମହିଳା ସ୍ବାସ୍ଥ୍ୟକର୍ମୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: କାର୍ଯ୍ୟଛାଡ ଆନ୍ଦୋଳନ କଲେ ସ୍ବାସ୍ଥ୍ୟକର୍ମୀ, ଅଟକିଲା ଟିକାକରଣ

ଦାରିଙ୍ଗବାଡି, ୨୬।୧୧ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସୋନପୁର ପଞ୍ଚାୟତର ମହିଳା ସ୍ବାସ୍ଥ୍ୟକର୍ମୀ (ଏଏନଏମ)ବୁଲିଦେଇ ସାହୁଙ୍କୁ ମଙ୍ଗଳବାର ବିଳମ୍ବିତ ରାତିରେ ଜଣେ ଦୁର୍ବୃତ୍ତ ବାଟୁଳି ଖଡରେ ମରଣାନ୍ତକ ଆକ୍ରମଣ କରିଛନ୍ତି। ଏହି ଘଟଣାରେ ବ୍ଲକ ଅଞ୍ଚଳର ଅନ୍ୟ ୨୫ ପଞ୍ଚାୟତରେ ଥିବା ଉପସ୍ବାସ୍ଥ୍ୟକେନ୍ଦ୍ରର ମହିଳା ସ୍ବାସ୍ଥ୍ୟକର୍ମୀମାନେ ଏହାର ଘୋର ନିନ୍ଦା କରିବା ସହ ପ୍ରତିବାଦ ଜଣାଇ କାର୍ଯ୍ୟଛାଡ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ସେମାନେ ବୁଧବାର ରହିଥିବା ଟିକାକରଣ କାର୍ଯ୍ୟ ନକରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଶିଶୁ, ଗର୍ଭବତୀ ଓ ପ୍ରସୂତୀଙ୍କୁ ଟିକାକାରଣରେ ବାଧାପ୍ରାପ୍ତ ହୋଇଛି । କାର୍ଯ୍ୟବନ୍ଦ ସମ୍ପର୍କରେ ମହିଳା ସ୍ବାସ୍ଥ୍ୟକର୍ମୀମାନେ ଦାରିଙ୍ଗବାଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଇନଚାର୍ଜ ଡାକ୍ତର ଜାକେଶ ସାମନ୍ତରାୟକୁ ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି । ସେଥିରେ ସେମାନେ ଉଲ୍ଲେଖ କରିଛନ୍ତି ଯେ ସରକାରୀ କାର୍ଯ୍ୟରେ ରହିଥିବାବେଳେ ସୋନପୁର ପଞ୍ଚାୟତ ମହିଳା ସ୍ବାସ୍ଥ୍ୟକର୍ମୀ ବୁଲିଦେଇ ସାହୁଙ୍କୁ ଆକ୍ରମଣ କରାଯାଇଛି । ସେ ଗୁରୁତର ରହି ଏମ୍ସରେ ଚିକିତ୍ସାଧୀନ ରହିଛନ୍ତି । ସରକାର ତାଙ୍କର ସମସ୍ତ ଖର୍ଚ୍ଚ ବହନ କରିବା ସହ ତାଙ୍କ ପରିବାରର ଦାୟିତ୍ୱ ନେବାକୁ କୁହାଯାଇଛି। ସେହିପରିଯେଉଁ ଦୁର୍ବୃତ୍ତ ଆକ୍ରମଣ କରିଛନ୍ତି ତାଙ୍କ ବିରୋଧରେ ଆଇନଗତ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାକୁ ଦାବିରେ ଉଲ୍ଲେଖ କରାଯାଇଛି। ସେହିପରି କାର୍ଯ୍ୟରତ ସମସ୍ତ ମହିଳା ସ୍ବାସ୍ଥ୍ୟକର୍ମୀଙ୍କ ସୁରକ୍ଷା ପାଇଁ ସରକାର ନୂଆ ନିୟମ ଆଣିବାକୁ ସେମାନେ ଦାବି କରିବା ସହ ଅନିର୍ଦ୍ଦିଷ୍ଟକାଳ କାର୍ଯ୍ୟବନ୍ଦ ଆନ୍ଦୋଳନ ପାଇଁ ସେମାନେ ଲିଖିତ ଜଣାଇଛନ୍ତି । ତାଙ୍କ ଦାବି ପୂରଣ ନ ହେବା ଯାଏ ଏଭଳି ଆନ୍ଦୋଳନ ଚାଲିବ ବୋଲି କହିଛନ୍ତି। ମହିଳା ସ୍ବାସ୍ଥ୍ୟକର୍ମୀ ଶୋଭାଯାତ୍ରାରେ ବାହାରି ଆହତ ହୋଇଥିବା ବୁଲିଦେଇ ସାହୁଙ୍କ ଆହତ ଚିତ୍ର ରହିଥିବା ବ୍ୟାନର ଧରି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଇନଚାର୍ଜଙ୍କ ସମେତ ଦାରିଙ୍ଗବାଡି ଥାନା, ବିଡ଼ିଓ, ତହସିଲଦାରଙ୍କ କାର୍ଯ୍ୟାଳୟକୁ ଯାଇ ଦାବିପତ୍ର ପ୍ରଦାନ କରିଥିବା ଜଣାପଡିଛି। ସେହିପରି ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ, ବିଭାଗୀୟ ସଚିବ, ମନ୍ତ୍ରୀ ଆଦି ସମସ୍ତଙ୍କୁ ଚିଠି ମାଧ୍ୟମରେ ଜଣାଇଥିବା ମହିଳା ସ୍ବାସ୍ଥ୍ୟକର୍ମୀ ସଙ୍ଘର ବ୍ଲକ ସଭାନେତ୍ରୀ ବିଦେଶିନୀ ଦାସ, ନର୍ମଦା ମହାରଣା, ନିରୁପମା ପ୍ରଧାନ ପ୍ରମୁଖ କହିଛନ୍ତି। ଖବର ଲେଖିବା ସୁଦ୍ଧା ଆନ୍ଦୋଳନ ଜାରି ରହିଛି । ସମସ୍ତ ମହିଳା ସ୍ବାସ୍ଥ୍ୟକର୍ମୀ ଦାରିଙ୍ଗବାଡି ଗୋଷ୍ଠୀ ସ୍ବାାସ୍ଥ୍ୟକେନ୍ଦ୍ରରେ ସୁରକ୍ଷା ଦାବିରେ ବସି ରହିଛନ୍ତି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

୧୮ରୁ ୫୫ ବର୍ଷୀୟ ଏହି ମହିଳାମାନଙ୍କୁ ସରକାର ଦେବେ ୫୦୦୦ ଟଙ୍କା, ଯୋଜନାର ଲାଭ କିପରି ନେବେ ଜାଣି ରଖନ୍ତୁ…

ନୂଆଦିଲ୍ଲୀ,୨୧।୧: ଭାରତ ସରକାର ଦେଶର ନାଗରିକଙ୍କ ପାଇଁ ଅନେକ କଲ୍ୟାଣକାରୀ ଯୋଜନା ଚଳାଇଛନ୍ତି। ଏହି ଯୋଜନାଗୁଡ଼ିକ ମଧ୍ୟରୁ ଏକ ଗୁରୁତ୍ୱପୂର୍ଣ୍ଣ ଯୋଜନା ହେଉଛି ପ୍ରଧାନମନ୍ତ୍ରୀ ମାତୃ...

ବରଗଡ଼ରେ ପୁଣି କଫ ସିରପ କାରବାର: ୭୬ ହଜାରରୁ ଅଧିକ ଟଙ୍କା ଜବତ ସହ…

ବରଗଡ଼,୨୧ା୧(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ପୁଣି କଫ ସିରପ କାରବାର ଚାଲିଥିବା  ଧରାପଡ଼ିଛି। ଜିଲାର କଟାପାଲି ରାସ୍ତାରେ ନିର୍ମାଣାଧୀନ ଏକ ଘରୁ ୫ ହଜାରରୁ ଊର୍ଦ୍ଧ୍ୱ କଫ...

BCBକୁ ଆଉ ଗୋଟିଏ ଦିନ ସମୟ ଦେଇଛି ICC, ଯଦି ବାଂଲାଦେଶ ଟି-୨୦ ବିଶ୍ୱକପ ପାଇଁ ଭାରତ ନ ଆସେ ତେବେ…

ନୂଆଦିଲ୍ଲୀ,୨୧।୧: ୨୦୨୬ ଟି୨୦ ବିଶ୍ୱକପ ପାଇଁ ବାଂଲାଦେଶ ଦଳ ଭାରତ ଯାତ୍ରା କରିବ କି ନାହିଁ ସେ ବିଷୟରେ ଏପର୍ଯ୍ୟନ୍ତ କୌଣସି ଆନୁଷ୍ଠାନିକ ନିଷ୍ପତ୍ତି ହୋଇନାହିଁ।...

ଯୁବକଙ୍କୁ ହଜି ଯାଇଥିବା ଫୋନ୍‌ ଫେରାଇଲେ ଏମ୍‌ପିଙ୍କ ପିଏ

ରାୟଗଡ଼ା,୨୧ା୧(ଆଶିଷ ରଞ୍ଜନ ପଣ୍ଡା): କୋରାପୁଟ ଏମ୍‌ପିଙ୍କ ପିଏ ବାପି ପଟ୍ଟନାୟକ ଜଣେ ଯୁବକଙ୍କ ହଜି ଯାଇଥିବା ମୋବାଇଲ ଫେରାଇ ମାନବିକତାର ପରିଚୟ ଦେଖାଇଛନ୍ତି। ସୂଚନା ମୁତାବକ...

ଝିଅର ଜୀବନ ବଞ୍ଚାଇବାକୁ ଏମିତି ଅପିଲ କଲେ ମହିଳା ପ୍ରଶଂସକ, ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହୋଇଛି ଯେଉଁଥିରେ ଜଣେ ମହିଳା ସୁରକ୍ଷା ଭାଙ୍ଗୁଥିବା ଏବଂ ପୂର୍ବତନ ଭାରତୀୟ ଅଧିନାୟକ ରୋହିତ ଶର୍ମାଙ୍କ ପାଖକୁ...

ଆପଣଙ୍କ ଏଭଳି ଅବହେଳା ପାଇଁ ଚୋରି ହୋଇଯାଇପାରେ ବାଇକ୍‌, ଭୁଲ୍‌ରେ ବି କରନ୍ତୁ ନାହିଁ ଏହି କାମ…

ନୂଆଦିଲ୍ଲୀ,୨୧।୧: ଆଜିକାଲି ସମୟରେ ବାଇକ ପ୍ରାୟ ପ୍ରତ୍ୟେକ ଘରର ଦୈନନ୍ଦିନ ଜୀବନର ଅଂଶ ହୋଇଯାଇଛି। ବାଇକ ଦ୍ୱାରା ଘରୁ ବାହାରକୁ ଯିବାଠାରୁ ଆରମ୍ଭ କରି ଅନେକ...

ଘରକୁ ଫେରୁଥିବା ବେଳେ ବାଇକ୍‌କୁ ପଛ ପଟୁ ଧକ୍କା ଦେଲା ଟ୍ରକ୍, ପୁଅ ଆଗରେ ଚାଲିଗଲା ବାପାର ଜୀବନ

ପାଲଲହଡ଼ା,୨୧ା୧(ଦିବ୍ୟଜ୍ୟୋତି ଦାଶ): ଆଜି ଅପରାହ୍ନରେ ଜାତୀୟ ରାଜପଥ ୪୯ କଲେଜ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ବାପା ଏବଂ ପୁଅ ଏକ ସ୍କୁଟିରେ...

କେତେ ପୂରୁଣା ହେବା ପରେ କିଣିବା ଦରକାର ନୂଆ ଫୋନ? ଜାଣନ୍ତୁ ନିୟମ

ଏକ ନୂତନ ଫୋନ କିଣିବା କ୍ରମଶଃ ମହଙ୍ଗା ହୋଇଗଲାଣି। ତେଣୁ, ଲୋକମାନେ ପୁରୁଣା ଫୋନ ବ୍ୟବହାର କରିବାରେ ଲାଗିପଡ଼ିଛନ୍ତି। କିଛି ଲୋକ ଫ୍ଲାଗସିପ ଫୋନ ବ୍ୟବହାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri