ମହିଳା ସ୍ବାସ୍ଥ୍ୟକର୍ମୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: କାର୍ଯ୍ୟଛାଡ ଆନ୍ଦୋଳନ କଲେ ସ୍ବାସ୍ଥ୍ୟକର୍ମୀ, ଅଟକିଲା ଟିକାକରଣ

ଦାରିଙ୍ଗବାଡି, ୨୬।୧୧ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସୋନପୁର ପଞ୍ଚାୟତର ମହିଳା ସ୍ବାସ୍ଥ୍ୟକର୍ମୀ (ଏଏନଏମ)ବୁଲିଦେଇ ସାହୁଙ୍କୁ ମଙ୍ଗଳବାର ବିଳମ୍ବିତ ରାତିରେ ଜଣେ ଦୁର୍ବୃତ୍ତ ବାଟୁଳି ଖଡରେ ମରଣାନ୍ତକ ଆକ୍ରମଣ କରିଛନ୍ତି। ଏହି ଘଟଣାରେ ବ୍ଲକ ଅଞ୍ଚଳର ଅନ୍ୟ ୨୫ ପଞ୍ଚାୟତରେ ଥିବା ଉପସ୍ବାସ୍ଥ୍ୟକେନ୍ଦ୍ରର ମହିଳା ସ୍ବାସ୍ଥ୍ୟକର୍ମୀମାନେ ଏହାର ଘୋର ନିନ୍ଦା କରିବା ସହ ପ୍ରତିବାଦ ଜଣାଇ କାର୍ଯ୍ୟଛାଡ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ସେମାନେ ବୁଧବାର ରହିଥିବା ଟିକାକରଣ କାର୍ଯ୍ୟ ନକରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଶିଶୁ, ଗର୍ଭବତୀ ଓ ପ୍ରସୂତୀଙ୍କୁ ଟିକାକାରଣରେ ବାଧାପ୍ରାପ୍ତ ହୋଇଛି । କାର୍ଯ୍ୟବନ୍ଦ ସମ୍ପର୍କରେ ମହିଳା ସ୍ବାସ୍ଥ୍ୟକର୍ମୀମାନେ ଦାରିଙ୍ଗବାଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଇନଚାର୍ଜ ଡାକ୍ତର ଜାକେଶ ସାମନ୍ତରାୟକୁ ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି । ସେଥିରେ ସେମାନେ ଉଲ୍ଲେଖ କରିଛନ୍ତି ଯେ ସରକାରୀ କାର୍ଯ୍ୟରେ ରହିଥିବାବେଳେ ସୋନପୁର ପଞ୍ଚାୟତ ମହିଳା ସ୍ବାସ୍ଥ୍ୟକର୍ମୀ ବୁଲିଦେଇ ସାହୁଙ୍କୁ ଆକ୍ରମଣ କରାଯାଇଛି । ସେ ଗୁରୁତର ରହି ଏମ୍ସରେ ଚିକିତ୍ସାଧୀନ ରହିଛନ୍ତି । ସରକାର ତାଙ୍କର ସମସ୍ତ ଖର୍ଚ୍ଚ ବହନ କରିବା ସହ ତାଙ୍କ ପରିବାରର ଦାୟିତ୍ୱ ନେବାକୁ କୁହାଯାଇଛି। ସେହିପରିଯେଉଁ ଦୁର୍ବୃତ୍ତ ଆକ୍ରମଣ କରିଛନ୍ତି ତାଙ୍କ ବିରୋଧରେ ଆଇନଗତ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାକୁ ଦାବିରେ ଉଲ୍ଲେଖ କରାଯାଇଛି। ସେହିପରି କାର୍ଯ୍ୟରତ ସମସ୍ତ ମହିଳା ସ୍ବାସ୍ଥ୍ୟକର୍ମୀଙ୍କ ସୁରକ୍ଷା ପାଇଁ ସରକାର ନୂଆ ନିୟମ ଆଣିବାକୁ ସେମାନେ ଦାବି କରିବା ସହ ଅନିର୍ଦ୍ଦିଷ୍ଟକାଳ କାର୍ଯ୍ୟବନ୍ଦ ଆନ୍ଦୋଳନ ପାଇଁ ସେମାନେ ଲିଖିତ ଜଣାଇଛନ୍ତି । ତାଙ୍କ ଦାବି ପୂରଣ ନ ହେବା ଯାଏ ଏଭଳି ଆନ୍ଦୋଳନ ଚାଲିବ ବୋଲି କହିଛନ୍ତି। ମହିଳା ସ୍ବାସ୍ଥ୍ୟକର୍ମୀ ଶୋଭାଯାତ୍ରାରେ ବାହାରି ଆହତ ହୋଇଥିବା ବୁଲିଦେଇ ସାହୁଙ୍କ ଆହତ ଚିତ୍ର ରହିଥିବା ବ୍ୟାନର ଧରି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଇନଚାର୍ଜଙ୍କ ସମେତ ଦାରିଙ୍ଗବାଡି ଥାନା, ବିଡ଼ିଓ, ତହସିଲଦାରଙ୍କ କାର୍ଯ୍ୟାଳୟକୁ ଯାଇ ଦାବିପତ୍ର ପ୍ରଦାନ କରିଥିବା ଜଣାପଡିଛି। ସେହିପରି ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ, ବିଭାଗୀୟ ସଚିବ, ମନ୍ତ୍ରୀ ଆଦି ସମସ୍ତଙ୍କୁ ଚିଠି ମାଧ୍ୟମରେ ଜଣାଇଥିବା ମହିଳା ସ୍ବାସ୍ଥ୍ୟକର୍ମୀ ସଙ୍ଘର ବ୍ଲକ ସଭାନେତ୍ରୀ ବିଦେଶିନୀ ଦାସ, ନର୍ମଦା ମହାରଣା, ନିରୁପମା ପ୍ରଧାନ ପ୍ରମୁଖ କହିଛନ୍ତି। ଖବର ଲେଖିବା ସୁଦ୍ଧା ଆନ୍ଦୋଳନ ଜାରି ରହିଛି । ସମସ୍ତ ମହିଳା ସ୍ବାସ୍ଥ୍ୟକର୍ମୀ ଦାରିଙ୍ଗବାଡି ଗୋଷ୍ଠୀ ସ୍ବାାସ୍ଥ୍ୟକେନ୍ଦ୍ରରେ ସୁରକ୍ଷା ଦାବିରେ ବସି ରହିଛନ୍ତି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଲଘୁଚାପ, ୧୪ ଯାଏ ପ୍ରବଳ ବର୍ଷା; ଏସବୁ ଜିଲାକୁ ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ବର,୮ା୮(ବନ୍ଦନା ସେଠୀ) – ଦକ୍ଷିଣ-ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଥିବା ଘୂର୍ଣ୍ଣିବଳୟ ଶନିବାର ସକାଳ ୮ଟା ୩୦ ବେଳକୁ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।…

ଦାବିପତ୍ର ଦେବାକୁ ୨୫ କି.ମି. ପଦଯାତ୍ରା କଲେ ଚାଷୀ

ଗୋଲାମୁଣ୍ଡା,୮ା୮ (ବଟକୃଷ୍ଣ ପଣ୍ଡା): ଶସ୍ୟବୀମା ପଞ୍ଜିକରଣଠାରୁ ଆରମ୍ଭ କରି ସାର ଯୋଗାଣ ପର୍ଯ୍ୟନ୍ତ ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ରାସ୍ତାକୁ ଓହ୍ଲାଇଛନ୍ତି ଗୋଲାମୁଣ୍ଡା ବ୍ଲକର ଚାଷୀ। କଳାହାଣ୍ଡି…

ଘରେ କେହି ନ ଥିଲେ, ତାଲା ଭାଙ୍ଗି ୫.୫ ଲକ୍ଷ ଟଙ୍କା ସହ ସୁନା ଅଳଙ୍କାର ଲୁଟି ନେଲେ …

ପାରଳାଖେମୁଣ୍ଡି,୮|୮(ଗିରିଧାରୀ ପରିଛା)- ପାରଳାଖେମୁଣ୍ଡି ସହର ସଞ୍ଜୟଗାନ୍ଧୀ କଲୋନୀରେ ଘରେ କେହି ନଥିବା ଏକ ବଡ଼ ସୁଯୋଗ ନେଇ ଦୁର୍ବୃତ୍ତମାନେ ଘରର ତାଲା ଭାଙ୍ଗି ଏକ ବଡ଼ଧରଣର ଚୋରି…

ଏହି ଦେଶରୁ ବିଦା ହେଲେଣି ୩ ହଜାରରୁ ଊର୍ଦ୍ଧ୍ୱ ଭାରତୀୟ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୮ା୮: କାନାଡା ଚଳିତ ବର୍ଷର ପ୍ରଥମ ୬ ମାସ ମଧ୍ୟରେ ୩,୩୨୩ ଜଣ ଭାରତୀୟଙ୍କୁ ବିଦା କରିଛି, ଯାହାକି ଗତବର୍ଷ ବହିଷ୍କୃତ ହୋଇଥିବା ସଂଖ୍ୟା ତୁଳନାରେ ଅଧିକ।…

ନାବାଳିକାଙ୍କୁ ଅପହରଣ କରି ନେଇ ସମ୍ପର୍କୀୟଙ୍କ ଘରେ ରଖିଥିଲେ, ଅଭିଯୁକ୍ତ ନାବାଳକ ଅଟକ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ନାବାଳିକାଙ୍କ…

ତାମିଲନାଡୁରେ ଟ୍ରେନରୁ ଖସି ଓଡ଼ିଆ ଦାଦନ ଶ୍ରମିକ ମୃତ, ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ଏମ୍.ପି

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ତାମିଲନାଡୁରେ ଟ୍ରେନରୁ ଖସି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ପଞ୍ଚାୟତ ସାହିର ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କର ମୃତ୍ୟୁ ଘଟିଛି।…

ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି

ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି…

ତାମିଲନାଡୁରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କର୍ଲାମୁଣ୍ଡା,୮ା୮(ପ୍ରଦୀପ କୁମାର ସାହୁ): ଦାଦନ ଖଟିବାକୁ ଯାଇଥିବା ଜଣେ ଶ୍ରମିକଙ୍କ ଅକାଳ ମୃତ୍ୟୁ ଘଟିଛି। ସେ ହେଲେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଅବୁଜବାହାଲ ଗ୍ରାମର ସୀମାଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri