ଜନସେବା କେନ୍ଦ୍ର ମାଲିକଙ୍କୁ ମରଣାନ୍ତକ ଆକ୍ରମଣ: ଉତ୍ତ୍ୟକ୍ତ ହୋଇ ପୋଡ଼ି ଦେଲେ ଦୋକାନ, ବାଇକ୍‌

ହାଟଡିହୀ,୨୭l୬(ଶୁଭକାନ୍ତ ନାୟକ): ସାମାନ୍ୟ କଥାକୁ କେନ୍ଦ୍ର କରି ହାଟଡିହୀ ଥାନା ନିକଟରେ ଥିବା ଜନସେବା କେନ୍ଦ୍ରରେ କେତେକ ଲୋକ ପଶି ମାଲିକଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଛନ୍ତି। ଫଳରେ ଜନସେବା କେନ୍ଦ୍ର ମାଲିକ ଗୁରୁତର ହୋଇଛନ୍ତି। ତାଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଘଟଣାକୁ କେନ୍ଦ୍ରକରି ଉତ୍ତ୍ୟକ୍ତ ଲୋକ ବଜାରରେ ଥିବା ଆକ୍ରମଣକାରୀ ଭାଇଙ୍କ ଏକ ଚିକେନ ଦୋକାନ ସହ ବାଇକ୍‌କୁ ପୋଡି ଦେଇଛନ୍ତି l ଏନେଇ ଘଟଣାସ୍ଥଳରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଥିଲା। ପରିସ୍ଥିତିକୁ ନଜରରେ ରଖି ସ୍ଥାନୀୟ ବଜାରରେ ପୋଲିସ ଫୋର୍ସ ମୁତୟନ କରାଯାଇଛି। ଏହି ଘଟଣା ଗୁରୁବାର କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା ନିକଟରେ ଥିବା ମରୈଗାଁ ବଜାରରେ ଘଟିଛି l

ଥାନା ନିକଟରେ ଏକ ଜନସେବା କେନ୍ଦ୍ର କରିଥିବା ଅମର ସେଠୀଙ୍କୁ ଚଣ୍ଡିଆବିରଞ୍ଚିପୁର ଗାଁର କେତେକ ଲୋକେ ଆକ୍ରମଣ କରିଛନ୍ତି l ଏହି ଘଟଣା ପରବର୍ତ୍ତୀ ସମୟରେ ଉଗ୍ର ରୂପ ନେଇଥିଲା l ମିଳିଥିବା ସୂଚନା ମୁତାବକ, ପୂର୍ବରୁ ଚଣ୍ଡୀଆବିରଞ୍ଚିପୁର ଗାଁର ପ୍ରତାପ ଜେନା ଙ୍କ ଏକ ପିଏଫ୍‌ ଅନଲାଇନ ଆବେଦନକୁ ନେଇ ଜନ ସେବା କେନ୍ଦ୍ରର ମାଲିକ ଅମରଙ୍କ ସହ ସକାଳ ସମୟରେ ଯୁକ୍ତିତର୍କ ହୋଇଥିଲା ।

ଅପରାହ୍ନରେ ପ୍ରତାପ ନିଜ ଗାଁ ରୁ କିଛି ଯୁବକଙ୍କୁ ସାଙ୍ଗରେ ଆଣି ଜନସେବା କେନ୍ଦ୍ରରେ ପଶି ଧାରୁଆ ଅସ୍ତ୍ରରେ ଅମରଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ ତାଙ୍କୁ ଆନନ୍ଦପୁର ଉପଖଣ୍ଡ ମେଡିକାଲରେ ଭର୍ତ୍ତି କରାଯାଇଛି l ନନ୍ଦିପଦା ଥାନା ଅଧିକାରୀ ରବୀନ୍ଦ୍ର ପାତ୍ର ପୋଲିସ ଫୋର୍ସ ସହ ଘଟଣା ସ୍ଥଳରେ ପହଞ୍ଚି ପରିସ୍ଥିତିକୁ ନିୟନ୍ତ୍ରଣ କରିଥିଲେ l ଥାନା ଅଧିକାରୀ ପାତ୍ର କହିଛନ୍ତି ଯେ, ସାମାନ୍ୟ କଥାକୁ ନେଇ ଏହି ଘଟଣା ଘଟିଛି। ପୋଲିସ ଘଟଣାର ତଦନ୍ତ କରୁଥିବା ବେଳେ ପରିସ୍ଥିତି ନିୟନ୍ତ୍ରଣାଧୀନ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?