ଅବସରପ୍ରାପ୍ତ ସେନା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ : ସ୍ତ୍ରୀ ଗିରଫ

ରସୁଲପୁର,୨୦ା୬(ରଞ୍ଜିତ ରାଉତ): ଯାଜପୁର ଜିଲା କୁଆଖିଆ ଥାନା ଅନ୍ତର୍ଗତ ବଡ଼ କଇଁଚି ପଞ୍ଚାୟତ ବାଲିସାହି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଗ୍ରାମର ଅମୂଲ୍ୟ କୁମାର ଗୁରୁ ଜଣେ ଅବସରପ୍ରାପ୍ତ ସେନା କର୍ମଚାରୀ । ୨୦୦୦ ମସିହାରେ ସେ ଧାମନଗର ନିକଟସ୍ଥ କଲ୍ୟାଣୀ ଗାଁର ବିଜୟଲକ୍ଷ୍ମୀ ଦାସଙ୍କୁ ବିବାହ କରିଥିଲେ। ବିବାହର କିଛି ବର୍ଷ ଯାଏଁ ଉଭୟଙ୍କ ଦାମ୍ପତ୍ୟ ଜୀବନ ଶାନ୍ତିରେ କଟିଥିଲା। ସେମାନଙ୍କ ପୁଅ ଏବଂ ଝିଅ ଅଛନ୍ତି। ସ୍ବାମୀ ଚାକିରୀରେ ଥିବାବେଳେ ବିଜୟଲକ୍ଷ୍ମୀଙ୍କ ସହ ବରୀ ରାମଚନ୍ଦ୍ରପୁର ଅଞ୍ଚଳର ଜଣେ ଯୁବକ ସହିତ ସମ୍ପର୍କ ଗଢି ଉଠିଥିଲା । ଅମୂଲ୍ୟ ଅବସର ପରେ ଏ କଥା ଜାଣି ପ୍ରତିବାଦ କରିଥିଲେ। ଗତ ପ୍ରଥମ ରଜ ରାତିରେ ବିଜୟଲକ୍ଷ୍ମୀ ସ୍ବାମୀଙ୍କୁ ଥଣ୍ଡା ପାନୀୟରେ ନିଶା ଦେଇ ଅଚେତ କରିବା ପରେ ସମ୍ପୃକ୍ତ ଯୁବକ ଓ ନିଜ ପୁଅ ସହ ମିଶି ତାଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ। ଅମୂଲ୍ୟ ଚେତା ଫେରିବା ପରେ ନିଜେ ଘରେ ହାତ ଗୋଡ ବନ୍ଧା ହୋଇ ପଡିଥିବା ଦେଖିବାକୁ ପାଇଥିଲେ। ତେବେ ସେଦିନ ଅମୂଲ୍ୟଙ୍କ ଝିଅ ସ୍ବାଗତିକା ମାମୁ ଘରୁ ଫେରିବା ପରେ ବାପାଙ୍କୁ ଖୋଜିଥିଲେ । ବିଜୟଲକ୍ଷ୍ମୀ ସ୍ବାମୀଙ୍କୁ ବନ୍ଧନ ମୁକ୍ତ କରି ବାପା ଦୁର୍ଘଟଣାରେ ଆହତ ହୋଇଥିବା ଝିଅଙ୍କୁ କହିଥିଲେ। ସେଦିନ ରାତିରେ ସମସ୍ତେ ଶୋଇ ପଡିବା ପରେ ଅମୂଲ୍ୟ ଛାତ ଉପର ଦେଇ କୁଆଖିଆ ଥାନାରେ ରାତି ୩ଟାରେ ପହଞ୍ଚି ଅଭିଯୋଗ କରିଥିଲେ । କୁଆଖିଆ ଭାରପ୍ରାପ୍ତ ଅଧିକାରୀ ଶିବ ଚରଣ ବେହେରା ଅଭିଯୋଗ ଆଧାରରେ ଘଟଣାର ତଦନ୍ତ କରି ଏକ ମାମଲା(ନଂ.୧୯୩/୨୩) ରୁଜୁ କରିବା ସହ ସ୍ତ୍ରୀ ବିଜୟଲକ୍ଷ୍ମୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ବିଜୟଲକ୍ଷ୍ମୀ ବଡ କଇଁଚି ଅଙ୍ଗନୱାଡ଼ି କେନ୍ଦ୍ରରେ କର୍ମୀ ଭାବେ କାମ କରୁଛନ୍ତି । ବିଜୟଲକ୍ଷ୍ମୀଙ୍କ ପ୍ରେମିକ ମୁଖ୍ୟ ଅଭିଯୁକ୍ତ ବୋଲି ଦର୍ଶାଇ ତାଙ୍କୁ ଗିରଫ ପାଇଁ ପୋଲିସ ତନାଘନା ଜାରି ରଖିଛି । ଅଭିଯୁକ୍ତ ଫେରାର୍‌ ଅଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଚଣ୍ଡ ଖରା ସାଙ୍ଗକୁ ଅସହ୍ୟ ଗୁଳୁଗୁଳି; ୪୧ ଡିଗ୍ରୀ ଟପିଲା ତାତି, ୧୮ ଯାଏ ନିସ୍ତାର ନାହିଁ

ଭୁବନେଶ୍ୱର,୧୩ା୪(ବନ୍ଦନା ସେଠୀ): ରାଜ୍ୟରେ ଏବେ ଗରମ ଓ ଗୁଳୁଗୁଳି ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଛି। ତାପମାତ୍ରା ୪୧ ଡିଗ୍ରୀ ଡେଇଁଥିବାବେଳେ ଟିଟିଲାଗଡ଼ ସବୁଠୁ ଉତ୍ତପ୍ତ ସହରରେ ପରିଣତ…

Share Market Crash: ଶାନ୍ତି ଆଲୋଚନା ବିଫଳ ହେବା ପରେ ଷ୍ଟକ ମାର୍କେଟ କ୍ରାସ; ସେନସେକ୍ସ ୧,୬୦୦ ପଏଣ୍ଟ ହ୍ରାସ ପାଇଲା

ମୁମ୍ମାଇ,୧୩।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଅନୁଷ୍ଠିତ ଶାନ୍ତି ଆଲୋଚନା ବିଫଳ ହେବା ପରେ ଆଜି ବିଶ୍ୱ ଷ୍ଟକ ବଜାରରେ ତୀବ୍ର ହ୍ରାସ…

ଆଜି ଭୁବନେଶ୍ୱର ପାଳୁଛି ପ୍ରତିଷ୍ଠା ଦିବସ, ଏହି ଦିନରେ…

ଭୁବନେଶ୍ୱର,୧୩ା୪: ଆଜି ଅର୍ଥାତ୍‌ ସୋମବାର ୭୯ ବର୍ଷରେ ପାଦ ଥାପିଛି ରାଜଧାନୀ ଭୁବନେଶ୍ୱର। ଆଜି ରାଜଧାନୀ ୭୮ ତମ ପ୍ରତିଷ୍ଠା ଦିବସ ପାଳି ୭୯ ବର୍ଷକୁ ଅଗ୍ରସର…

ଦରମା ବଢାଇବା ଦାବିରେ କର୍ମଚାରୀଙ୍କ ଉଗ୍ର ପ୍ରଦର୍ଶନ, ପୋଲିସ ଉପରକୁ ପଥର ମାଡ଼

ନୋଏଡା,୧୩।୪: ନୋଏଡାର ବିଭିନ୍ନ ସେକ୍ଟରର ବିଭିନ୍ନ କମ୍ପାନୀର କର୍ମଚାରୀମାନେ ସୋମବାର ଦରମା ବୃଦ୍ଧି ଦାବିରେ ରାସ୍ତାକୁ ଓହ୍ଲାଇଥିଲେ। ଗତ ତିନିରୁ ଚାରି ଦିନ ଧରି ଚାଲିଥିବା ଏହି…

ବେପରୁଆ ବୟାନ ଦେଲେଣି ଟ୍ରମ୍ପ, ଇରାନକୁ ନେଇ କହିଲେ ଏମିତି କଥା ସାରା ବିଶ୍ୱ ଚକିତ

ଓ୍ବାଶିଂଟନ,୧୩।୪: ଇସଲାମାବାଦରେ ଆଲୋଚନା ଭାଙ୍ଗିବା ପରେ ଡୋନାଲ୍ଡ ଟ୍ରମ୍ପ ଏକ ବିବୃତ୍ତି ଜାରି କରିଛନ୍ତି। ସେ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି ଯେ ଇରାନ ପରମାଣୁ ଅସ୍ତ୍ର ରଖିବା…

ପରିଶ୍ରମ ଅନୁଯାୟୀ ମହୁଲ ଫୁଲ ସଂଗ୍ରହକାରୀଙ୍କୁ ମିଳୁନି ମୂଲ, ଜୀବିକାକୁ ଆଦରି ନେଇ…

ବରଗଡ଼/ଝାରବନ୍ଧ,୧୩।୪(ପ୍ରେମାନନ୍ଦ ଖମାରୀ/ ଦେବେନ୍ଦ୍ର ସାହୁ): ଲଘୁ ବନଜାତ ଦ୍ରବ୍ୟ ମଧ୍ୟରୁ ମହୁଲ ଫୁଲ ଅନ୍ୟତମ। ଫାଲଗୁନ ମାସ ଆସିବା ମାତ୍ର ଏହି ଫୁଲ ଗଛରେ ଦେଖିବାକୁ ମିଳେ।…

ମା’ ରାମଚଣ୍ଡୀଙ୍କ ଚନ୍ଦନ ପୋଖରୀରେ ଆଣ୍ଠୁଏ ପାଣି, ମେଳାରେ ସମସ୍ୟା ଭୋଗିବେ ବ୍ୟବସାୟୀ, ଅସନ୍ତୋଷ ପ୍ରକାଶ କରି…

ମହାକାଳପଡ଼ା,୧୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗରସ୍ଥିତ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ମନ୍ଦିରରେ ଦିନକ ପରେ ପଣା ସଂକ୍ରାନ୍ତି ଓ ଝାମୁଯାତ୍ରା…

ଆମେରିକା-ଇରାନ ଶାନ୍ତି ଆଲୋଚନା ମଧ୍ୟରେ ଆସିଲା ଏହି ବ୍ୟକ୍ତିଙ୍କର ଗୋଟିଏ ଫୋନ କଲ୍‌, ସବୁ ହୋଇଗଲା ଓଲଟପାଲଓ!

ଇସଲାମାବାଦ,୧୩।୪: ଇରାନ ଦାବି କରିଛି ଯେ ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ବିବାଦ ସମାଧାନ ପାଇଁ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ଦ୍ୱାରା ଆମେରିକାର ଉପରାଷ୍ଟ୍ରପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri