ଆରଆଇଙ୍କୁ ପୋଲିସ କର୍ମଚାରୀଙ୍କ ଉପସ୍ଥିତିରେ ମରଣାନ୍ତକ ଆକ୍ରମଣ

ନିଶ୍ଚିନ୍ତକୋଇଲି,୨୨।୫(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ତହସିଲ ଅଞ୍ଚଳରେ ଦିନକୁ ଦିନ ବେଆଇନ ଓ ଚୋରା କାରବାର ବୃଦ୍ଧି ପାଉଛି। ଏହାକୁ ରୋକିବାକୁ ଯାଇ ମାହାଙ୍ଗା ଆରଆଇ ଗଣେଶ୍ୱର ହେମ୍ବ୍ରମଙ୍କ ଉପରେ ସଂଘବଦ୍ଧ ଆକ୍ରମଣ କରାଯାଇଛି। ପୋଲିସ କର୍ମଚାରୀଙ୍କ ଉପସ୍ଥିତିରେ ତାଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଥିବା ସେ ଅଭିଯୋଗ କରିଛନ୍ତି।
ସୂଚନାଯୋଗ୍ୟ, ମାହାଙ୍ଗା ତହସିଲ ପକ୍ଷରୁ ଏକ ଟିମ ବେଆଇନ ବାଲିଉଠାଣ ହେଉଥିବା ଖବର ପାଇ କୋଳିଅଠା ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ଅଧୀନ ଗୁଣୁପୁର ଅଞ୍ଚଳକୁ ଯାଇଥିଲେ। ସେଠାରେ ବିରୂପା ନଦୀରୁ ବେଆଇନ ବାଲିବୋଝେଇ ଏକ ନମ୍ବର ବିହୀନ ଟ୍ରାକ୍ଟରକୁ ଜବତ କରିଥିବା ବେଳେ ଟ୍ରାକ୍ଟର ଚାଳକ ଗାଡ଼ି ଛାଡ଼ି ଫେରାର ହୋଇଯାଇଥିଲେ। ଜବତ ଗାଡ଼ିକୁ ଅନ୍ୟ ଏକ ଡ୍ରାଇଭର ଡକାଇ ଅଣାଯାଉଥିବା ବେଳେ ଗାଡ଼ି ମାଲିକ ଓ ତାଙ୍କ ସମ୍ପର୍କୀୟମାନେ ଗାଡ଼ି ଜାଳି ଦେବାର ବାହାନା କରି ତହସିଲ ଟିମ ଉପରେ ପୋଲିସ କର୍ମଚାରୀଙ୍କ ଉପସ୍ଥିତିରେ ସଂଘବଦ୍ଧ ଆକ୍ରମଣ କରିଥିଲେ। ଏଥିରେ ହେମ୍ବ୍ରମଙ୍କ ମୁଣ୍ଡରେ ଗୁରୁତର ଆଘାତ ଲାଗିଥିଲା। ପରେ ତାଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରାଯିବା ସହ ମାହାଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ମାହାଙ୍ଗା ପୋଲିସ ତଦନ୍ତ ଜାରି ରଖିଛି। ଆକ୍ରମଣକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri