ଦିଗପହଣ୍ଡିରେ ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: ସୁନା ଚେନ ଓ ଟଙ୍କା ଲୁଟିନେଲେ, ଗାଁରେ ଚାପା ଉତ୍ତେଜନା

ଦିଗପହଣ୍ଡି,୧୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମରେ ଜଣେ ସାମାଜିକ କର୍ମୀଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ଆକ୍ରମଣର ଶିକାର ହୋଇଥିବା ସାମାଜିକ କର୍ମୀ ଜଣକ ହେଉଛନ୍ତି ମାନସ ରଞ୍ଜନ ପଟ୍ଟନାୟକ ଓରଫ ମନୋଜ। ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରାଯାଇ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।

ମଙ୍ଗଳବାର ରାତି ପ୍ରାୟ ସାଢ଼େ ୭ଟା ସମୟରେ ମନୋଜ ଗ୍ରାମର ବାଇପାସ ଛକରେ ଠିଆ ହୋଇଥିବା ବେଳେ ଗ୍ରାମର କାଳୁ ଗୌଡ଼, ଶିବ ଗୌଡ଼, ଟୁକୁନା ଗୌଡ଼, ମନୋଜ ଗୌଡ଼, କାଲା ଗୌଡ଼, ସୋନୁ ଗୌଡ଼ ଏବଂ ରାମକୃଷ୍ଣ ଗୌଡ଼ ପ୍ରମୁଖ ମାରଣାସ୍ତ୍ର ଧରି ତାଙ୍କ ଉପରକୁ ଅତର୍କିତ ଆକ୍ରମଣ କରିଥିଲେ। ଅଭିଯୋଗ ଅନୁଯାୟୀ, ଦୁର୍ବୃତ୍ତମାନେ ତାଙ୍କ ବେକରୁ ସୁନା ଚେନ୍‌ ଓ ପକେଟରୁ ଟଙ୍କା ମଧ୍ୟ ଛଡ଼ାଇ ନେଇଛନ୍ତି। ପୂର୍ବ ଶତ୍ରୁତା ଓ ରାଜନୈତିକ ପ୍ରୋରଚନାରୁ ଏହି ଆକ୍ରମଣ ହୋଇଥିବା ମନୋଜ କେ.ନୂଆଗାଁ ଥାନାରେ ଦେଇଥିବା ଏତଲାରେ ଦର୍ଶାଇଛନ୍ତି।

ଏତଲା ଅନୁସାରେ, ଆକ୍ରମଣକାରୀଙ୍କ ମଧ୍ୟରୁ କାଳୁ ଗୌଡ଼ ଓ ମନୋଜ ଗୌଡ଼ଙ୍କ ନାମରେ ପୂର୍ବରୁ ହତ୍ୟା ମାମଲା ରହିଛି। ଗତ ୨୦୨୫ ନଭେମ୍ବର ମାସରେ ସହଦେବଟିକରପଡ଼ା ପଞ୍ଚାୟତର ସରପଞ୍ଚ ପ୍ରତିନିଧି ଶ୍ୟାମ ନାଇକଙ୍କୁ ହତ୍ୟା ଉଦ୍ୟମ ମାମଲାରେ କାଳୁ ଗୌଡ଼ ଜେଲ ଯାଇ ଜାମିନରେ ମୁକୁଳିଥିଲେ। ପଞ୍ଚାୟତର ଜଣେ ଭାଜପା ନେତାଙ୍କ ଉସୁକାଇବା ଯୋଗୁ ତାଙ୍କୁ ହତ୍ୟା କରିବାକୁ ଉଦ୍ୟମ କରାଯାଇଥିବା ମନୋଜ ପୋଲିସ ଆଗରେ ପ୍ରକାଶ କରିଛନ୍ତି।

ଘଟଣା ସମ୍ପର୍କରେ ଖବର ପାଇ ଆଇଆଇସି ବିଶ୍ୱଜିତ ନାୟକ ସଦଳବଳେ ସହଦେବଟିକରପଡ଼ା ଗ୍ରାମରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଗିରଫ ଭୟରେ ସମସ୍ତ ଅଭିଯୁକ୍ତ ଫେରାର ହୋଇଯାଇଥିବା ବେଳେ ସେମାନଙ୍କୁ ଧରିବା ପାଇଁ ପୋଲିସ ରାତି ଅଧିଆ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିଛି। ବର୍ତ୍ତମାନ ଗ୍ରାମରେ ଚାପା ଉତ୍ତେଜନା ଲାଗି ରହିଥିଲେ ହେଁ ପରିସ୍ଥିତି ନିୟନ୍ତ୍ରଣାଧିନ ରହିଥିବା ପୋଲିସ ସୂଚନା ଦେଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନିଃସନ୍ତାନ କର ଭଗବାନ

ମୋଟେ ସହଜ ନୁହେଁ ଭଗବାନଙ୍କୁ ଏମିତି ବର ମାଗିବା! ଶିଶୁ ସନ୍ତାନର ଓଠରୁ ଝରି ପଡୁଥିବା ‘ବାପା’ ଡାକ ଶୁଣିବାରେ ପିତୃତ୍ୱ ଯେମିତି ଅନିର୍ବଚନୀୟ ଉଲ୍ଲାସରେ ଜଡ଼ସଡ଼…

ଭାରତ ମହାସାଗରରେ ବଡ଼ ବିସ୍ଫୋରଣ ଘଟାଇବ ଇରାନ; ଟ୍ରମ୍ପଙ୍କୁ ଦେଲା ଖୋଲା ଚେତାବନୀ!

ତେହରାନ,୨୧।୯: ଅନେକ ମାସ ବିତିଯାଇଥିଲେ ମଧ୍ୟ ଆମେରିକା ଏବଂ ଇରାନ ମଧ୍ୟରେ ଥିବା ବିବାଦ ସମ୍ପୂର୍ଣ୍ଣ ଭାବେ ଶେଷ ହୋଇନାହିଁ। ଏହି ପରିପ୍ରେକ୍ଷୀରେ, ଇରାନ ଏକ ଚେତାବନୀ…

ଆଜି ଅବପାତ ରୂପ ନେବ ଲଘୁଚାପ, ପାଣିପାଗ ବିଭାଗ କହିଲା ବୁଧବାର ସକାଳ ସୁଦ୍ଧା…

ଭୁବନେଶ୍ୱର,୨୧ା୯(ବନ୍ଦନା ସେଠୀ): ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ରବିବାର ସକାଳେ ପୂର୍ବ-କେନ୍ଦ୍ରୀୟ…

ଟେନସନ ବଢାଇଲେଣି ଅଭିଜିତ ଦୀପକେ, ଜାଣନ୍ତୁ ଏଥର କାହାର ଇସ୍ତଫା ଦାବି କରୁଛନ୍ତି

ନୂଆଦିଲ୍ଲୀ,୨୧।୯: ‘କକରୋଚ ଜନତା ପାର୍ଟି’(CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ, ଛାତ୍ରୀଛାତ୍ରଙ୍କ ବିକ୍ଷୋଭ ପରେ ମହାରାଷ୍ଟ୍ର ପବ୍ଲିକ ସର୍ଭିସ କମିଶନ (MPSC) ଅଧିକାରୀଙ୍କ ଇସ୍ତଫା ଦାବି କରିଛନ୍ତି। ଯଦି…

ସକାଳୁ ସକାଳୁ ଦୁର୍ଘଟଣା: ରାସ୍ତାରେ ଚାଲିଚାଲି ଯାଉଥିବାବେଳେ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଅକ୍ଷୟଙ୍କ ଜୀବନ

ପରଜଙ୍ଗ,୨୧ା୯(ନିଗମାନନ୍ଦ ଦଳବେହେରା): ସକାଳୁ ସକାଳୁ ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନ୍ତର୍ଗତ ୫୩ ନଂ ଜାତୀୟ ରାଜପଥରେ ଘଟିଛି ଦୁର୍ଘଟଣା। ଆଦର୍ଶ ବିଦ୍ୟାଳୟଠାରୁ ଅଳ୍ପ ଦୂରରେ ସୋମବାର…

ଏସିଆନ ଗେମ୍ସର ଓପନିଂ ମ୍ୟାଚ୍‌ରେ ଭାରତର ବଡ଼ ବିଜୟ

କାକାମିଗାହାରା,୨୦ା୯: ଏସିଆନ ଗେମ୍ସ ପୁରୁଷ ହକି ପୁଲ୍‌ ‘ଏ’ର ଓପନିଂ ମ୍ୟାଚରେ ଭାରତ ୧୩-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ଷ୍ଟ୍ରାଇକର ଦିଲ୍‌ପ୍ରୀତ ସିଂ ଏକାକି ୪ଟି…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଆନ୍ଦୋଳନର ସମସ୍ତ ମାମଲା ପ୍ରତ୍ୟାହାର….

କୋଲକାତା,୨୦ା୯: ପଶ୍ଚିମବଙ୍ଗରେ କୁର୍ମି ସମୁଦାୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ। ପୂର୍ବ ସରକାରଙ୍କ ସମୟରେ କୁର୍ମି ଆନ୍ଦୋଳନ ସହ ଜଡ଼ିତ ଯେଉଁ ସବୁ…

ଟି୨୦ କ୍ରିକେଟରେ ଇତିହାସ ରଚିଲେ ମନ୍ଧାନା

ନିଶିନ,୨୦ା୯: ଭାରତୀୟ ଓପନର ସ୍ମୃତି ମନ୍ଧାନା ରବିବାର ନିଜ କ୍ୟାରିୟରରେ ଆଉ ଏକ ରେକର୍ଡର ଅଧିକାରୀ ହୋଇଛନ୍ତି। ବାଂଲାଦେଶ ବିପକ୍ଷ ଏସିଆନ ଗେମ୍ସ ସେମିଫାଇନାଲ ମ୍ୟାଚ୍‌ରେ ୩୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?