ଚାକିରିରୁ ବାହାର କରିଦେବାରୁ ମାଲିକଙ୍କୁ କୋଦାଳରେ ମରଣାନ୍ତକ ଆକ୍ରମଣ

ବଡ଼ବିଲ,୨୯ା୮(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅଧୀନ ଗ୍ରୀଡ୍‌ ସବ୍‌ଷ୍ଟେଶନ ନିକଟସ୍ଥ ପୌରପାଳିକା ଭେଣ୍ଡିଂ ଜୋନ୍‌ରେ ଥିବା ୱେଲ୍ଡିଂ ଦୋକାନ ମାଲିକଙ୍କୁ ହେଲପର ମରଣାନ୍ତକ ଆକ୍ରମଣ କରିଛନ୍ତି। ଏଥିରେ ଦୋକାନ ମାଲିକ ମଥୁରା ଗିରି ଗୁରୁତର ହୋଇ ଭୁବନେଶ୍ୱରସ୍ଥିତି ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ଅଭିଯୋଗ ପରେ ବଡ଼ବିଲ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି ତଦନ୍ତ କରୁଛି।

ସୂଚନା ଅନୁଯାୟୀ, ମଥୁରାଙ୍କ ୱେଲ୍ଡିଂ ଦୋକାନରେ ବଡବିଲ ଆଜାଦ ବସ୍ତି ଅଞ୍ଚଳର ସମୀର ଖାନ ହେଲପର ଭାବେ କାର୍ଯ୍ୟ କରୁଥିଲେ। ବୁଧବାର ପୂର୍ବାହ୍ନରେ ମଥୁରା ତାଙ୍କୁ କାର୍ଯ୍ୟରୁ ବହିଷ୍କାର କରିଥିଲେ। ସାବେଳେ ମଥୁରା ନିଜ ଦୋକାନ ସମ୍ମୁଖରେ ଛିଡ଼ା ହୋଇଥିବା ବେଳେ ସମୀର ସେଠାରେ ପହଞ୍ଚି ଆଣିଥିବା ଏକ କୋଦାଳ ବେଣ୍ଟରେ ମଥୁରାଙ୍କ ମୁଣ୍ଡକୁ ବାରମ୍ବାର ଆକ୍ରମଣ କରିଥିଲେ। ରକ୍ତାକ୍ତ ଅବସ୍ଥାରେ ମଥୁରା ତଳେ ପଡିଯିବାରୁ ସେଠାରୁ ସମୀର ପଳାୟନ କରିଥିଲେ।

ସ୍ଥାନୀୟ ଲୋକେ ଲଦ୍ଧାର କରି ବଡବିଲ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସଙ୍କଟାପନ୍ନ ଥିବାରୁ ତାଙ୍କୁ ଭୁବନେଶ୍ବରର ଏକ ଘରୋଇ ଡାକ୍ତରଖାନାର ଆଇସିୟୁରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି। ପୋଲିସ ଏକ ମାମଲା(ନଂ. ୨୬୩/୨୦୨୪)ରୁଜୁ କରିଛି। ଅଭିଯୁକ୍ତ ସମିରଙ୍କୁ ଗୁରୁବାର ସନ୍ଧ୍ୟାରେ କୋର୍ଟ ଚାଲାଣ କରାଯାଇଥିବା ଆଇଆଇସି ରମାକାନ୍ତ ମୁଦୁଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ ଧରଣରର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ, ୮ ଗିରଫ

ଛତ୍ରପୁର,୧୧ା୧୦(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ ) : ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ଗଞ୍ଜାମ ପୋଲିସ ପକ୍ଷରୁ ଜୁଆ ଆଡ୍ଡାରେ ଚଢାଉ ଜାରି ରହିଛି । ଶନିବାର ବିଳମ୍ବିତ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?