ଜୁଆଖେଳକୁ ନେଇ ଯୁବକକୁ ମରଣାନ୍ତକ ଆକ୍ରମଣ

ପୋଲସରା,୨୫ା୧୦(ଡି.ଏନ୍‌.ଏ.)-ପୋଲସରା ଥାନା ତ୍ରିନାଥ ମନ୍ଦିର ନିକଟରେ ଚାଲିଥିବା ଜୁଆଖେଳକୁ କେନ୍ଦ୍ରକରି ଜଣେ ଯୁବକଙ୍କୁ ରବିବାର ମରଣାନ୍ତକ ଆକ୍ରମଣ କରାଯାଇଛି। ଏଥିରେ ପୋଲସରାର ରତନେଇ ସାହିର ସୁଶାନ୍ତ ସାହୁ ଗୁରୁତର ହୋଇଛନ୍ତି। ଆକ୍ରମଣ ପରେ ଅଭିଯୁକ୍ତ ଜଣକ ସ୍ଥାନୀୟ ଥାନାରେ ଆତ୍ମସମର୍ପଣ କରିଥିବା ଥାନାଧିକାରୀ ଜିତେନ୍ଦ୍ର କୁମାର ମଲ୍ଲିକ ସୂଚନା ଦେଇଛନ୍ତି। ପ୍ରକାଶ ଯେ, ପୋଲସରା ସହରସ୍ଥିତ ଓଇରାଣୀ ପୋଖରୀ ହିଡ଼ ଉପରେ ଥିବା ତ୍ରିନାଥ ମନ୍ଦିର ନିକଟରେ ଜୁଆଖେଳ ଚାଲିଥିବା ବେଳେ କୌଣସି କଥାକୁ ନେଇ ସୁଶାନ୍ତଙ୍କ ସହ ଅଭିଯୁକ୍ତ ଜଣକ ପାଟିତୁଣ୍ଡ କରିଥିଲେ। ପରେ ସେ ରାଗିଯାଇ ମାଛ କଟା ପନିକିରେ ସୁଶାନ୍ତଙ୍କୁ ଆକ୍ରମଣ କରିଥିଲେ। ମୁଣ୍ଡରେ ଆଘାତ ଲାଗିବାରୁ ସୁଶାନ୍ତଙ୍କୁ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଖବର ଲେଖାହେବା ସୁଦ୍ଧା ଏ ନେଇ ଥାନାରେ କୌଣସି ଅଭିଯୋଗ ହୋଇ ନ ଥିବା ଥାନାଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri