ଜୁଆଖେଳକୁ ନେଇ ଯୁବକକୁ ମରଣାନ୍ତକ ଆକ୍ରମଣ

ପୋଲସରା,୨୫ା୧୦(ଡି.ଏନ୍‌.ଏ.)-ପୋଲସରା ଥାନା ତ୍ରିନାଥ ମନ୍ଦିର ନିକଟରେ ଚାଲିଥିବା ଜୁଆଖେଳକୁ କେନ୍ଦ୍ରକରି ଜଣେ ଯୁବକଙ୍କୁ ରବିବାର ମରଣାନ୍ତକ ଆକ୍ରମଣ କରାଯାଇଛି। ଏଥିରେ ପୋଲସରାର ରତନେଇ ସାହିର ସୁଶାନ୍ତ ସାହୁ ଗୁରୁତର ହୋଇଛନ୍ତି। ଆକ୍ରମଣ ପରେ ଅଭିଯୁକ୍ତ ଜଣକ ସ୍ଥାନୀୟ ଥାନାରେ ଆତ୍ମସମର୍ପଣ କରିଥିବା ଥାନାଧିକାରୀ ଜିତେନ୍ଦ୍ର କୁମାର ମଲ୍ଲିକ ସୂଚନା ଦେଇଛନ୍ତି। ପ୍ରକାଶ ଯେ, ପୋଲସରା ସହରସ୍ଥିତ ଓଇରାଣୀ ପୋଖରୀ ହିଡ଼ ଉପରେ ଥିବା ତ୍ରିନାଥ ମନ୍ଦିର ନିକଟରେ ଜୁଆଖେଳ ଚାଲିଥିବା ବେଳେ କୌଣସି କଥାକୁ ନେଇ ସୁଶାନ୍ତଙ୍କ ସହ ଅଭିଯୁକ୍ତ ଜଣକ ପାଟିତୁଣ୍ଡ କରିଥିଲେ। ପରେ ସେ ରାଗିଯାଇ ମାଛ କଟା ପନିକିରେ ସୁଶାନ୍ତଙ୍କୁ ଆକ୍ରମଣ କରିଥିଲେ। ମୁଣ୍ଡରେ ଆଘାତ ଲାଗିବାରୁ ସୁଶାନ୍ତଙ୍କୁ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଖବର ଲେଖାହେବା ସୁଦ୍ଧା ଏ ନେଇ ଥାନାରେ କୌଣସି ଅଭିଯୋଗ ହୋଇ ନ ଥିବା ଥାନାଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆତ୍ମସମର୍ପଣ ପରେ ତାରାପ୍ରସାଦ ବାହିନୀପତିଙ୍କୁ ମିଳିଲା ଜାମିନ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ):କୋରାପୁଟ ଜିଲା ବୋରିଗୁମ୍ମାା ଥାନା ଅଞ୍ଚଳରେ ୨୦୧୬ରେ ଦେଶୀ ମଦଭାଟି ପୋଡ଼ି ଓ ଟଙ୍କା ଲୁଟ୍‌ ଘଟଣାରେ ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ...

ସଡ଼କ ଦୁର୍ଘଟଣାରେ ୨ ମୃତ: ରାସ୍ତାରେ ମୃତଦେହ ରଖି କ୍ଷତିପୂରଣ ଦାବି କଲେ

ଗୋପାଳପୁର,୧୮।୪(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା କନିସି-ତୁଳୁ ରାସ୍ତା ମଝିରେ ବୁଧବାର ବାଇକ ମୁହାଁମୁହିଁ ଧକ୍କା ହୋଇ ଦୁଇଜଣଙ୍କ ମୃତ୍ୟୁ ଘଟିଥିଲା l ମୃତକମାନେ ହେଲେ...

ରାଜ୍ୟର ସବୁଠାରୁ କନିଷ୍ଠ ବିଧାୟିକ ପ୍ରାର୍ଥୀ, ଏହି ଠୁ ବିଜେଡି ଟିକେଟ୍‌ରେ ଲଢିବେ ନିର୍ବାଚନ

ସାନଖେମୁଣ୍ଡି,୧୮।୪: କାହା ଭାଗ୍ୟରେ ଗଞ୍ଜାମ ଜିଲାର ସାନଖେମୁଣ୍ଡି ଆସନ? ଚଳିତ ନିର୍ବାଚନରେ ଗଡ଼ ରକ୍ଷା କରି ପାରିବ କି କଂଗ୍ରେସ ନା ବାଜି ମାରିନେବ ବିଜେଡି।...

ମହିଷମର୍ଦ୍ଦିନୀ ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୧୬।୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଇଷ୍ଟଦେବୀ ମା’ତାରାତାରିଣୀଙ୍କ ଚତୁର୍ଥପାଳି ଚୈତ୍ର ମଙ୍ଗଳବାର ଯାତ୍ରାରେ ପ୍ରବଳ ଜନ ସମାଗମ ହୋଇଛି। ଏନେଇ ରତ୍ନଗିରି ପାହାଡ଼...

ଏମ୍‌କେସିଜିରେ ବିରଳ ଅସ୍ତ୍ରୋପଚାର:୯ ବର୍ଷୀୟା ଝିଅଙ୍କ ଆଡ୍ରେନାଲ ଗ୍ରନ୍ଥି ବାହାରିଲା

ବ୍ରହ୍ମପୁର,୧୬ା୪ (ସୁବାସ ଚନ୍ଦ୍ର ପାଢ଼ୀ):ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମ୍‌କେସିଜି) ମେଡିକାଲରେ ପୁଣି ଏକ ବିରଳ ଅସ୍ତ୍ରୋପଚାର କରାଯାଇଛି। ଡାକ୍ତରଖାନାର ଏଣ୍ଡୋକ୍ରନୋଲୋଜି ବିଭାଗରେ ଭର୍ତ୍ତି ହୋଇଥିବା ଜଣେ ୯ବର୍ଷ...

ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କରିଥିଲେ ପ୍ରେମିକ: ସୁରଟରୁ ହେଲେ ଉଦ୍ଧାର

ବ୍ରହ୍ମପୁର,୧୪ା୪(ସୁବାସ ଚନ୍ଦ୍ର ପାଢ଼ୀ): ଟାଉନ ଥାନା ପୋଲିସ ରବିବାର ଜଣେ ଅପହୃତା ନାବାଳିକା ଛାତ୍ରୀଙ୍କୁ ଉଦ୍ଧାର କରିବା ସହ ଅପହରଣକାରୀଙ୍କୁ କାବୁ କରିଛି। ପୀଡିିତାଙ୍କ ବୟାନ...

ମେରୁଯାତ୍ରା ଦେଖିବାକୁ ଆସି ଝାମ୍ପି ନେଇଥିଲେ ସୁନା ହାର

ବ୍ରହ୍ମପୁର,୧୫ା୪(ସୁବାସ ଚନ୍ଦ୍ର ପାଢ଼ୀ): ବିଜିପୁରରେ ଗତ ରବିବାର ମେରୁଯାତ୍ରା ଦେଖିବାକୁ ଆସିଥିବା କେ. ଜୟନ୍ତୀଙ୍କ ବେକରୁ ସୁନା ହାର ଝାମ୍ପି ନେଇଥିବା ଜଣେ ମହିଳାଙ୍କୁ ସ୍ଥାନୀୟ...

ନୂଆବର୍ଷ ଭେଟି ଦେଲା କଂଗ୍ରେସ

ପୁରୁଷୋତ୍ତମପୁର,୧୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ପୁରୁଷୋତ୍ତମପୁରବାସୀଙ୍କୁ ଓଡ଼ିଆ ନବବର୍ଷରେ କଂଗ୍ରେସ ଭେଟି ଦେଇଛି ବିଧାୟକ ପ୍ରାର୍ଥୀ। ଚିତ୍ରସେନ ବେହେରାଙ୍କ ନାମ ଘୋଷଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri