ସାଙ୍ଗମାନଙ୍କ ସହ ବସି ଗପୁଥିଲେ, ହଠାତ ଲୁହାଛଡ଼ରେ ମରଣାନ୍ତକ ଆକ୍ରମଣ, ୨ଜଣଙ୍କୁ…

ଦିଗପହଣ୍ଡି,୫।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମର କୃଷ୍ଣ ଗୌଡ଼ଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ବୁଧବାର ସନ୍ଧ୍ୟା ପ୍ରାୟ ୬ ଟାରେ ଗାଁ ର ତିନିଛକରେ କୃଷ୍ଣ ଠିଆ ହୋଇ ତାଙ୍କ ସାଙ୍ଗମାନଙ୍କ ସହ କଥା ହେଉଥିବା ବେଳେ କେ.ନୂଆଗାଁ ଥାନା ବମକେଇ ପଞ୍ଚାୟତ ରାଇଗୁଡା ଗ୍ରାମର ବାବୁନା ଜାନି, ଗଣେଶ ପାଇକ ଏବଂ ଅନ୍ୟଜଣେ ଯୁବକ ବାଇକ ନଂ( ଓଡ଼ି ୦୭ ଟି -୩୮୦୨) ଯୋଗେ ଆସି କୃଷ୍ଣଙ୍କୁ ଆପତ୍ତିଜନକ ଭାଷାରେ ଗାଳି କରି ଧମକ ଦେଇଥିଲେ। ପ୍ରତିବାଦ କରିବାରୁ ବାବୁନା ଧରିଥିବା ଏକ ଲୁହାଛଡ଼ରେ ତାଙ୍କ ମୁଣ୍ଡ ଓ ହାତକୁ ଆକ୍ରମଣ କରିଥିଲେ। କୃଷ୍ଣଙ୍କୁ ଗଣେଶ ପଛଆଡୁ ଭିଡ଼ି ଧରିବା ପରେ ବାବୁନା ଏବଂ ଅନ୍ୟ ଜଣେ ଅଚିହ୍ନା ଯୁବକ ତାଙ୍କୁ ନିସ୍ତୁକ ମାଡ଼ ମାରିବାରୁ ସେ ତଳେ ପଡି ପାଟି କରିଥିଲେ। କୃଷ୍ଣଙ୍କ ପାଟି ଶୁଣି ଗ୍ରାମର ବହୁସଂଖ୍ୟକ ଯୁବକ ଘଟଣାସ୍ଥଳରେ ପହଞ୍ଚି ତାଙ୍କୁ ଉଦ୍ଧାର କରିବା ସହ ବାବୁନା ଏବଂ ଗଣେଶଙ୍କୁ ଅଟକ ରଖି ଦିଗପହଣ୍ଡି ଥାନାକୁ ଜଣାଇଥିଲେ। ପୋଲିସ ଟିମ ଘଟଣାସ୍ଥଳରେ ପହଞ୍ଚି ବାବୁନା ଏବଂ ଗଣେଶଙ୍କୁ ଗ୍ରାମବାସୀଙ୍କ କବଳରୁ ଉଦ୍ଧାର କରି ଥାନାରେ ଅଟକ ରଖିଛନ୍ତି। କୃଷ୍ଣ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ହେବା ପରେ ଥାନାରେ ଏତଲା ଦେଇଥିବା କହିଛନ୍ତି। ଗତ ୭ ଦିନ ପୂର୍ବେ ବାବୁନା ବାଇକରେ ଆସି କୃଷ୍ଣଙ୍କୁ ଗାଁରେ ଧମକ ଦେଇଥିଲେ। ୪ ଦିନ ପୂର୍ବେ ବାବୁନା ବୋରିପଦର ଗାଁ ର ଗ୍ୟାରେଜକୁ ଆସିଥିବା ବେଳେ କୃଷ୍ଣ ତାଙ୍କୁ ଗତ ଦିନର ଘଟଣା ନେଇ ପଚାରିଥିଲେ। ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ଏହାକୁ କେନ୍ଦ୍ରକରି ବାବୁନା ପୂର୍ବ ଯୋଜନା ପ୍ରକାରେ ତାଙ୍କୁ ହତ୍ୟା ଉଦ୍ୟମ କରିଥିବା ଏତଲାରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ହାତୀ ମତ୍ୟୁପରେ ଖଣ୍ଡଖଣ୍ଡ କରି କାଟି ମାଟି ତଳେ ପୋତିବା ଘଟଣା: ACF ନିଲମ୍ବିତ

ବାଲିଗୁଡା,୩୧।୧:(ସଞ୍ଜୟ କୁମାର ପାଣିଗ୍ରାହୀ): ବହୁ ଚର୍ଚ୍ଚିତ କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡ ଅଧୀନ ବେଲଘର ବନାଞ୍ଚଳରେ ହାତୀ ମତ୍ୟୁପରେ ଖଣ୍ଡଖଣ୍ଡ କରି କାଟି ମାଟି ତଳେ ପୋତିବା…

ସ୍କୁଲରେ ହଣାକଟା: ୯ମ ଶ୍ରେଣୀ ଛାତ୍ରଙ୍କୁ ହାଣିଲେ ୧୦ମ ଛାତ୍ର

ବାଲେଶ୍ୱର,୩୧ା୧(ବାଞ୍ଛାନିଧି ଦେ): ବିଦ୍ୟାଳୟ ପରିସର ଏବେ ଅସୁରକ୍ଷିତ ହୋଇପଡ଼ିଛି। କେଉଁଠି ଛାତ୍ର ବ୍ୟାଗରେ ବନ୍ଧୁକ ଆଣୁଛନ୍ତି ତ ଆଉ କେଉଁଠି ଛାତ୍ରଙ୍କ ହାତରେ ରହୁଛି ମାରଣାସ୍ତ୍ର। ଜଣେ…

ଭେଙ୍କଟପଲମ ମେଗା ପାନୀୟ ଜଳ ପ୍ରକଳ୍ପ: ପରିଦର୍ଶନ କଲେ ବିଧାନ ସଭା ଷ୍ଟାଣ୍ଡିଂ କମିଟି ସଦସ୍ୟ

କାଲିମେଳା,୩୧।୧(ଜୀବନକୃଷ୍ଣ ଦାସ ): ମାଲକାନଗିରି ଜିଲା କାଲିମେଳା ବ୍ଲକ ଭେଙ୍କଟପଲମ ପଞ୍ଚାୟତରେ ଚାଲିଥିବା ମେଗାପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ ପରିଦର୍ଶନ କରିଛନ୍ତି ବିଧାନସଭା ଷ୍ଟାଣ୍ଡିଂ କମିଟିର ସଦସ୍ୟ।…

ଗର୍ଜିଲେ ଅନୁସୂଚିତ ଜାତି, ଜନଜାତି ଓ ପଛୁଆବର୍ଗର ଲୋକେ, ସ୍ଥାୟୀ ଠିକଣା ଦାବି କରି…

ଦାରିଙ୍ଗବାଡ଼ି,୩୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକରେ ଶନିବାର ସର୍ବଭାରତୀୟ ମୂଳ ନିବାସୀ ସଂଘର ବିଭିନ୍ନ ଦାବିରେ ସଭା, ଶୋଭାଯାତ୍ରା ଓ ବିକ୍ଷୋଭ କରାଯାଇଛି। ସଂଘର ବ୍ଲକସ୍ତରୀୟ…

ସ୍କୁଲ ଛାତ୍ର ନିକଟରୁ ମିଳିଲା ବନ୍ଧୁକ: ସ୍କୁଲ ଗେଟ୍‌ରେ ତାଲା ପକାଇ ଧାରଣାରେ ବସିଲେ ଅଭିଭାବକ

ବାହାନଗା, ୩୧। ୧(ଅରୂପ କୁମାର ଦାସ ): ରେମୁଣା ବ୍ଲକ ଖନ୍ତାପଡ଼ା ଥାନା ଶ୍ରୀଜଙ୍ଗସ୍ଥିତ ଦାସମହାପାତ୍ର ହାଇସ୍କୁଲର ଜଣେ ଛାତ୍ରଙ୍କ ବ୍ୟାଗରୁ ଏକ ବନ୍ଧୁକ ବାହାରିଥିଲା। ଏହି…

ପଶ୍ଚିମବଙ୍ଗର ୨୧ ଚୋରଙ୍କୁ ବାନ୍ଧିଲା ଭଞ୍ଜନଗର ପୋଲିସ, ବିଦେଶୀ ଲିଙ୍କ୍‌ର ହେବ ଖୋଳତାଡ଼, ପାଖରୁ ମିଳିଲା…

ଭଞ୍ଜନଗର,୩୧ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଆନ୍ତଃରାଜ୍ୟ ଚୋର ଗ୍ୟାଙ୍ଗର ୨୧ ଜଣକୁ ଗିରଫ କରିବାରେ ସକ୍ଷମ ହୋଇଛି। ଏଥିସହ ସେମାନଙ୍କଠାରୁ ୧୦୬୬ଟି…

ଚାଲାଣ କଟା ପରେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣାଗାଡ଼ି : ଆଜି ରାସ୍ତାରେ ମୃତଦେହ ରଖି …

ସମ୍ବଲପୁର,୩୧।୧(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ଭତରା ପେଟ୍ରୋଲ ପମ୍ପ ନିକଟରେ ଜାତୀୟ ରାଜପଥ-୫୫ରେ ଶୁକ୍ରବାର ଭୟଙ୍କର ଦୁର୍ଘଟଣା ଘଟିଥିଲା। ଏକ ଅଜଣା ଗାଡ଼ି ଧକ୍କାରେ…

ଭୟଙ୍କର ଦୁର୍ଘଟଣା: ହଳଦିଆପଦର ଓଭରବ୍ରିଜରେ ଟ୍ରକ ଧକ୍କାରେ ୫ମୃତ, ଜଣେ ଗୁରୁତର 

ବ୍ରହ୍ମପୁର,୩୧।୧(ସୁବାସ ଚନ୍ଦ୍ର ପାଢ଼ୀ): ସଡ଼କ ଦୁର୍ଘଟଣା ହ୍ରାସ  ପାଇଁ ଅନେକ ଯୋଜନା କରାଯାଉଛି। ତାହାସତ୍ତ୍ବେ ଦୁର୍ଘଟଣା ଜନିତ ମୃତ୍ୟୁ ଘଟିବାରେ ଲାଗିଛି। ଶନିବାର ମଧ୍ୟାହ୍ନରେ ହଳଦିଆପଦର ଓଭରବ୍ରିଜରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri