ସାଙ୍ଗମାନଙ୍କ ସହ ବସି ଗପୁଥିଲେ, ହଠାତ ଲୁହାଛଡ଼ରେ ମରଣାନ୍ତକ ଆକ୍ରମଣ, ୨ଜଣଙ୍କୁ…

ଦିଗପହଣ୍ଡି,୫।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମର କୃଷ୍ଣ ଗୌଡ଼ଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ବୁଧବାର ସନ୍ଧ୍ୟା ପ୍ରାୟ ୬ ଟାରେ ଗାଁ ର ତିନିଛକରେ କୃଷ୍ଣ ଠିଆ ହୋଇ ତାଙ୍କ ସାଙ୍ଗମାନଙ୍କ ସହ କଥା ହେଉଥିବା ବେଳେ କେ.ନୂଆଗାଁ ଥାନା ବମକେଇ ପଞ୍ଚାୟତ ରାଇଗୁଡା ଗ୍ରାମର ବାବୁନା ଜାନି, ଗଣେଶ ପାଇକ ଏବଂ ଅନ୍ୟଜଣେ ଯୁବକ ବାଇକ ନଂ( ଓଡ଼ି ୦୭ ଟି -୩୮୦୨) ଯୋଗେ ଆସି କୃଷ୍ଣଙ୍କୁ ଆପତ୍ତିଜନକ ଭାଷାରେ ଗାଳି କରି ଧମକ ଦେଇଥିଲେ। ପ୍ରତିବାଦ କରିବାରୁ ବାବୁନା ଧରିଥିବା ଏକ ଲୁହାଛଡ଼ରେ ତାଙ୍କ ମୁଣ୍ଡ ଓ ହାତକୁ ଆକ୍ରମଣ କରିଥିଲେ। କୃଷ୍ଣଙ୍କୁ ଗଣେଶ ପଛଆଡୁ ଭିଡ଼ି ଧରିବା ପରେ ବାବୁନା ଏବଂ ଅନ୍ୟ ଜଣେ ଅଚିହ୍ନା ଯୁବକ ତାଙ୍କୁ ନିସ୍ତୁକ ମାଡ଼ ମାରିବାରୁ ସେ ତଳେ ପଡି ପାଟି କରିଥିଲେ। କୃଷ୍ଣଙ୍କ ପାଟି ଶୁଣି ଗ୍ରାମର ବହୁସଂଖ୍ୟକ ଯୁବକ ଘଟଣାସ୍ଥଳରେ ପହଞ୍ଚି ତାଙ୍କୁ ଉଦ୍ଧାର କରିବା ସହ ବାବୁନା ଏବଂ ଗଣେଶଙ୍କୁ ଅଟକ ରଖି ଦିଗପହଣ୍ଡି ଥାନାକୁ ଜଣାଇଥିଲେ। ପୋଲିସ ଟିମ ଘଟଣାସ୍ଥଳରେ ପହଞ୍ଚି ବାବୁନା ଏବଂ ଗଣେଶଙ୍କୁ ଗ୍ରାମବାସୀଙ୍କ କବଳରୁ ଉଦ୍ଧାର କରି ଥାନାରେ ଅଟକ ରଖିଛନ୍ତି। କୃଷ୍ଣ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ହେବା ପରେ ଥାନାରେ ଏତଲା ଦେଇଥିବା କହିଛନ୍ତି। ଗତ ୭ ଦିନ ପୂର୍ବେ ବାବୁନା ବାଇକରେ ଆସି କୃଷ୍ଣଙ୍କୁ ଗାଁରେ ଧମକ ଦେଇଥିଲେ। ୪ ଦିନ ପୂର୍ବେ ବାବୁନା ବୋରିପଦର ଗାଁ ର ଗ୍ୟାରେଜକୁ ଆସିଥିବା ବେଳେ କୃଷ୍ଣ ତାଙ୍କୁ ଗତ ଦିନର ଘଟଣା ନେଇ ପଚାରିଥିଲେ। ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ଏହାକୁ କେନ୍ଦ୍ରକରି ବାବୁନା ପୂର୍ବ ଯୋଜନା ପ୍ରକାରେ ତାଙ୍କୁ ହତ୍ୟା ଉଦ୍ୟମ କରିଥିବା ଏତଲାରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷକଙ୍କ ବୃତ୍ତିଗତ ଦକ୍ଷତା ବୃଦ୍ଧି ଉପରେ ମନ୍ଥନ

ଦିଗପହଣ୍ଡି,୩ା୧୦(ଅଶେଷ ନାଥ ମିଶ୍ର): ଶିକ୍ଷୟିତ୍ରୀ ଓ ଶିକ୍ଷକମାନଙ୍କର ନିରନ୍ତର ବୃତ୍ତିଗତ ଦକ୍ଷତା ବିକାଶ ଲକ୍ଷ୍ୟରେ ଦିଗପହଣ୍ଡି ନୂଆସାହି ପ୍ରାଥମିକ ବିଦ୍ୟାଳୟ ପରିସରରେ ମାସିକ କ୍ଲଷ୍ଟର ସ୍ତରୀୟ ସହଭାଗିତା…

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

ଓଡ଼ିଶାରେ ପ୍ରତିଷ୍ଠା ହେବ ପାଲି ଭାଷା ଅଧ୍ୟୟନ କେନ୍ଦ୍ର

କୋରାପୁଟ,୩।୧୦(ଅମିତାଭ ବେହେରା): ଶାସ୍ତ୍ରୀୟ ଭାଷା ପାଲିର ଅଧ୍ୟୟନ, ଗବେଷଣା ଓ ସଂରକ୍ଷଣକୁ ଗୁରୁତ୍ୱ ଦେଇ କୋରାପୁଟର ସୁନାବେଡ଼ାସ୍ଥିତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ‘ସେଣ୍ଟର ଅଫ ଏକ୍ସିଲେନ୍ସ’ ପ୍ରତିଷ୍ଠା ହେବ।…

ନାଟକ ମାଧ୍ୟମରେ ଛାତ୍ରଛାତ୍ରୀଙ୍କ ମଣିଷ-ବନ୍ୟପ୍ରାଣୀ ସହାବସ୍ଥାନର ବାର୍ତ୍ତା

ଭଞ୍ଜନଗର,୩ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍‌ ଅନ୍ତର୍ଗତ ମୁଜାଗଡ଼ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଶନିବାର ୭୨ତମ ବନ୍ୟପ୍ରାଣୀ ସଂରକ୍ଷଣ ସପ୍ତାହ ପାଳିତ ହୋଇଯାଇଛି। ଏହି…

ତାରାତାରିଣୀ-ଦକ୍ଷିଣକାଳୀଙ୍କ ପୀଠରେ ଷୋଡ଼ଶ ଉପଚାର ପର୍ବ: ୧୦୮ ମାଠିଆ ଜଳରେ ମା’ଙ୍କ ସ୍ନାନ, ଘଣ୍ଟଘଣ୍ଟାରେ କମ୍ପୁଛି ରତ୍ନଗିରି

ପୁରୁଷୋତ୍ତମପୁର,୩ା୧୦ (ସବିତା ମିଶ୍ର): ପବିତ୍ର ପାର୍ବଣ ଋତୁ ଅବସରରେ ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀ ଓ ଦକ୍ଷିଣକାଳୀଙ୍କ ପୀଠରେ ଶନିବାର ରାତିରୁ ଆରମ୍ଭ ହୋଇଛି…

ବନ୍ୟଜନ୍ତୁଙ୍କ ସୁରକ୍ଷା ସମସ୍ତଙ୍କ ଦାୟିତ୍ଵ

ଦିଗପହଣ୍ଡି,୩|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବନାଞ୍ଚଳ କାର୍ଯ୍ୟାଳୟ ଅଧିନ ଖମାରିଗାଁ ପଞ୍ଚାୟତ ଅନ୍ତର୍ଗତ ବୁରୁବନ୍ଧ ଗ୍ରାମ ବନସୁରକ୍ଷା ସମିତି ପକ୍ଷରୁ ରାଜ୍ୟ ଜଙ୍ଗଲ ପରିବେଶ…

ଦୁର୍ଗାପୂଜା ପାଇଁ କଡ଼ା ସୁରକ୍ଷା ବ୍ୟାଙ୍କ ଓ ସୁନା ଋଣ ପ୍ରତିଷ୍ଠାନ: ପରିଦର୍ଶନ କଲା ପୋଲିସ

ବଞ୍ଚୋ, ୩।୧୦ (ପ୍ରଦୋଷ ବିଶ୍ୱାଳ): ଆଗାମୀ ଦୁର୍ଗାପୂଜାକୁ ଦୃଷ୍ଟିରେ ରଖି ଘଷିପୁରା ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ଘଷିପୁରା…

ପାରାଲିସିସ୍‌ ପୀଡ଼ିତାଙ୍କ ପରିବାର ପାଖରେ ବିଧାୟକ: ବଢ଼ାଇଲେ ଆର୍ଥିକ ସହାୟତାର ହାତ

ଗଞ୍ଜାମ, ୩।୧୦ (ଅନାଥ ତରାଇ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ବଡ଼ସାହିର ଲକ୍ଷ୍ମୀନାରାୟଣ ବେହେରାଙ୍କ ପତ୍ନୀ ପାର୍ବତୀ ବେହେରା ପାରାଲିସିସ୍‌ ରୋଗରେ ପୀଡ଼ିତ ଥିବା ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?