ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ଜାମିନ ଆବେଦନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ …

ଦିଗପହଣ୍ଡି,୧।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିନ୍ଦୂରପୁର ଗ୍ରାମର ବାପୁନା ନାୟକ ନାମକ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ସମ୍ପୃକ୍ତ ଦାମୋଦର ନାୟକଙ୍କୁ ସୋମବାର ତଦନ୍ତକାରୀ ଅଧିକାରୀ ପାଟପୁର ଥାନା ଏସ.ଆଇ ଶ୍ରୀନିବାସ ଦାସ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ଥାନା ମାମଲା ନଂ.୫୧୪/୨୫ ଅନୁଯାୟୀ ଜାମିନ ଆବେଦନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ ଜେଲ ହାଜତକୁ ପଠାଇ ଦିଆଯାଇଛି। ଗତ ଶନିବାର ବାପୁନା ତାଙ୍କ ଶ୍ବଶୁର କୃଷ୍ଣ ନାୟକଙ୍କ ସହ ପୋଡ଼ାମାରି ଗ୍ରାମରେ କାମସାରି ଗାଁକୁ ଫେରୁଥିବା ବେଳେ ସିନ୍ଦୂରପୁର ଗାଁ ନିକଟରେ ଦାମୋଦର ଏବଂ ତାଙ୍କ ଭାଇ ସନାତନ ନାୟକ ବାଇକକୁ ଅଟକାଇ ବାପୁନାଙ୍କୁ ମାରଣାସ୍ତ୍ର ସାହାଯ୍ୟରେ ମରଣାନ୍ତକ ଆକ୍ରମଣ କରିଥିଲେ। ଶ୍ବଶୁର ଛଡାଇବା ପାଇଁ ଉଦ୍ୟମ କରିଥିଲେ ମଧ୍ୟ ସେମାନେ ଶୁଣିନଥିଲେ। ଏପରିକି ତାଙ୍କୁ ମଧ୍ୟ ଆକ୍ରମଣ କରାଯାଇଥିଲା। ବାପୁନାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ସେ ଚିକିତ୍ସାଧୀନ ଥିବା ଜଣାପଡିଛି। ଗ୍ରାମରେ ଏମଜିଏନଆରଜିଏସ ଯୋଜନାରେ କାମ ଚାଲିଥିବା ବେଳେ ନିମ୍ନମାନର କାମ ନେଇ ବାପୁନା ଅଭିଯୋଗ କରି ଆସୁଥିଲେ। ଏନେଇ ପୂର୍ବରୁ ମଧ୍ୟ ଉଭୟ ପକ୍ଷଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ସନାତନ ଭାଜପା ମଣ୍ଡଳ ସଭାପତି ଥିବା ବେଳେ ବାପୁନା ବିଜେଡି ସମର୍ଥକ ଅଟନ୍ତି। ଉଭୟଙ୍କ ମଧ୍ୟରେ ରାଜନୈତିକ ତିକ୍ତତା ଲାଗି ରହିଥିଲା। ଘଟଣାଦିନ ସନାତନ ଓ ଦାମୋଦର ଦୁଇ ଭାଇ ପୂର୍ବଯୋଜନା ପ୍ରକାରେ ବାପୁନାଙ୍କୁ ହତ୍ୟା ଉଦ୍ୟମ କରିଥିବା ନେଇ ତାଙ୍କ ସ୍ତ୍ରୀ ଜ୍ୟୋସ୍ନା ନାୟକ ଥାନାରେ ଏତଲା ଦେଇଥିଲେ। ଏତଲାକୁ ଭିତ୍ତିକରି ଆଇଆଇସି ଦୀପ୍ତି ରଞ୍ଜନ ବେହେରା ଅଭିଯୁକ୍ତ ଦୁଇ ଭାଇଙ୍କ ବିରୋଧରେ ମକଦ୍ଦମା ରୁଜୁ କରିଥିଲେ।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

କିଡନୀ ରୋଗ ନେଲା ସ୍ବାମୀଙ୍କ ଜୀବନ: ମା’ଙ୍କ କାନ୍ଧରେ ଦୁଇ ସନ୍ତାନଙ୍କ ବୋଝ

କର୍ଲାମୁଣ୍ଡା:୧।୫(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଧରାଖମନ ଗାଁରେ କିଡନୀ ରୋଗରେ ଆକ୍ରନ୍ତ ହୋଇ ୨୦ରୁ ଊଦ୍ଧର୍‌ବ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା…

କମର୍ସିଆଲ ଏଲ୍‌ପିଜି ପରେ ଏବେ ବଢ଼ିବ ପେଟ୍ରୋଲ-ଡିଜେଲ ଦର, ଖୁବ୍‌ଶୀଘ୍ର ହୋଇପାରେ ଘୋଷଣା!

ନୂଆଦିଲ୍ଲୀ,୧।୫: ଦେଶରେ ଖୁବଶୀଘ୍ର ପେଟ୍ରୋଲ ଏବଂ ଡିଜେଲ ଦରରେ ବୃଦ୍ଧି ଦେଖିବାକୁ ମିଳିପାରେ। ରିପୋର୍ଟ ଅନୁଯାୟୀ, ସରକାର ତୈଳ ଦର ବଢ଼ାଇବା ପାଇଁ ବିଚାର କରୁଛନ୍ତି, ଯଦିଓ…

ଜନଗଣନାରୁ ଫେରୁଥିଲେ, ଜନତା ଲେନ୍‌ରେ ସ୍କୁଟିକୁ ଧକ୍କା ଦେଲା କାର୍‌; ଛିଟିକି ପଡ଼ି ଶିକ୍ଷୟତ୍ରୀ…

ଦିଗପହଣ୍ଡି,୧।୫(ଅଶେଷ ନାଥ ମିଶ୍ର): ଜନଗଣନାରୁ ଫେରୁଥିଲେ। ଶିକ୍ଷୟତ୍ରୀଙ୍କ ସ୍କୁଟିକୁ କାର୍‌ ଧକ୍କା ଦେବାରୁ ସେ ଗୁରୁତର ହୋଇଛନ୍ତି। ଏଭଳି ଏକ ଘଟଣା ଘଟିଛି ଗଞ୍ଜାମ ଜିଲା ଦିଗପହଣ୍ଡିରେ।…

ଶ୍ରମିକ ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବଢ଼ିଲା…

ଭୁବନେଶ୍ୱର,୧।୫: ଶ୍ରମିକ ଦିବସରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରମିକଙ୍କ ହିତକୁ ଦୃଷ୍ଟିରେ ରଖି ଦୈନିକ ମଜୁରୀ ବୃଦ୍ଧି କରିଛନ୍ତି। ଅଣକୁଶଳୀ…

କାଳ ସାଜିଲା କାଳବୈଶାଖୀ, ଗଛ ଉପୁଡ଼ି ପଡ଼ିଲା ଦୋକାନ ଉପରେ, ଚାଲିଗଲା…

ଗଜପତି,୧।୫(ଗିରିଧାରୀ ପରିଛା): ଗଜପତି ଜିଲାରେ ଶୁକ୍ରବାର କାଳବୈଶାଖୀ ପ୍ରକୋପ ଦେଖିବାକୁ ମିଳିଛି। କାଳବୈଶାଖୀ ପ୍ରଭାବରେ ଝଡ଼ ତୋଫାନ ସାଙ୍ଗକୁ ପ୍ରବଳ ବର୍ଷା ହୋଇଛି। ଫଳରେ ଗୋସାଣି ବ୍ଲକ…

ଶ୍ରମିକ ଦିବସ ପାଳନ କଲେ ଟାଟା ପାୱାର ସେକ୍ସନ କର୍ମଚାରୀ, ସମାନ କାମକୁ ସମାନ ଦରମା ଦାବି କରି…

ଭଞ୍ଜନଗର,୧।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭେଜିପୁଟ ଟାଟା ପାୱାର ସେକ୍ସନ କର୍ମଚାରୀ ଶୁକ୍ରବାର ଶ୍ରମିକ ଦିବସ ପାଳନ କରିଛନ୍ତି। ଲାଇନମ୍ୟାନ ବିନୋଦ କୁମାର ସାହୁ, ରାଜା…

୭ ତାରିଖ ଯାଏ କାଳବୈଶାଖୀ, ଅଶାନ୍ତ ରହିବ ସମୁଦ୍ର

ଭୁବନେଶ୍ୱର,୧ା୫: ରାଜ୍ୟରେ ୭ ତାରିଖ ଯାଏ କାଳବୈଶାଖୀ ପ୍ରଭାବ ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ପୂର୍ବାନୁମାନ କରାଯାଇଛି। ଶନିବାର ୨୩ ଜିଲା ବିଜୁଳି,…

କାଳବୈଶାଖୀ ତାଣ୍ଡବରେ ଏକାଧିକ ଘର ଭାଙ୍ଗିଲା, ୩୬ ଘଣ୍ଟା ପରେ ବି ଅନ୍ଧାରରେ ସିମନବାଡ଼ି ଫିଡର

ଦାରିଙ୍ଗବାଡ଼ି,୧ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ଫିଡରର ୮ ପଞ୍ଚାୟତ ଦୀର୍ଘ ୩୬ ଘଣ୍ଟା ବିତିଲା ଅନ୍ଧାରରେ ରହିଛନ୍ତି। ଗୁରୁବାର ସକାଳୁ ବିଦ୍ୟୁତ ଅଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri