ତେଲଙ୍ଗାନାରେ ମର୍ମନ୍ତୁଦ ବସ ଦୁର୍ଘଟଣା: ଚାଲିଗଲା ୪ ଓଡ଼ିଆଙ୍କ ଜୀବନ

ମାଲକାନଗିରି,୧୦।୧(ଦୁର୍ଯ୍ୟୋଧନ ପାତ୍ର): ତେଲଙ୍ଗାନା ରାଜ୍ୟ ସୁର଼୍ୟାପେଟ ଜିଲା ଇଲାପୁରମ ଗ୍ରାମ ନିକଟ ମୁଖ୍ୟ ରାସ୍ତା କଡରେ ଓଡ଼ିଶାର ଧର୍ମଗଡରୁ ହାଇଦ୍ରାବାଦ ଅଭିମୁଖେ ଯାଉଥିବା ଗୁପ୍ତା ନାମକ ଏକ ଘରୋଇ ବସ୍‌ ଗୁରୁବାର ମଧ୍ୟ ରାତ୍ରରେ ଦୁର୍ଘଟଣା ଗ୍ରସ୍ତ ହୋଇ ୪ ଜଣ ଶ୍ରମିକ ଓ ଜଣେ ବସ୍‌ ଡ୍ରାଇଭରଙ୍କ ମୃତ୍ୟୁ ଘଟିଥିବା ବେଳେ ୨୦ ଆହତ ହୋଇଛନ୍ତି।

ମୃତକଙ୍କ ମଧ୍ୟରେ କୋରାପୁଟ ଜିଲା କାମତା ଗ୍ରାମର ରୁପୁ ହରିଜନ (୫୧), ସୁଲୁ ହରିଜନ (୪୬), ସୁନାମଣି ହରିଜନ (୬୧), ନବରଙ୍ଗପୁର ଜିଲା ହାତୀଗୁଡା ଗ୍ରାମର ପ୍ରତ୍ୟୁଷ ପ୍ରଭାତ ହରିଜନ (୧୭) ଓ ନବରଙ୍ଗପୁର ଜିଲା ତୁମ୍ବାର୍ଲା ଅଞ୍ଚଳ ଲହରିକାନୀ ଗ୍ରାମର ସୁନିଲ ଗରଡା (୩୭) ବସ୍‌ ଡ୍ରାଇଭର ଅଛନ୍ତି। ପୋଲିସ ଓ ସ୍ଥାନୀୟ ଲୋକମାନେ ଘଟଣାସ୍ଥଳରେ ପହଞ୍ଚି ଅନ୍ୟ ଯାତ୍ରୀମାନଙ୍କୁ ଉଦ୍ଧାର କରିବା ସହ ଆହତମାନଙ୍କୁ ସ୍ଥାନୀୟ ଡାକ୍ତରଖାନାକୁ ନେଇଥିଲେ। ତେଲଙ୍ଗାନା ପୋଲିସ ମୃତଦେହ ଜବତକରି ବ୍ୟବଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିବ ବୋଲି ସୂଚନା ମିଳିଛି।

ସୂଚନାଯୋଗ୍ୟ, କଳାହାଣ୍ଡି ଜିଲା ଧର୍ମଗଡ ସିନାପାଲୀରୁ ନବରଙ୍ଗପୁର, ଜୟପୁର ଓ ମାଲକାନଗିରି ଦେଇ ହାଇଦ୍ରାବାଦ ଅଭିମୁଖେ ଗୁପ୍ତା ନାମକ ଏକ ଘରୋଇ ବସ୍‌ ଯାଉଥିବା ସମୟରେ ଗୁରୁବାର ମଧ୍ୟରାତ୍ରରେ ତେଲଙ୍ଗାନା ସୁର଼୍ୟାପେଟ ଜିଲା ଇଲାପୁରମ୍‌ ଗ୍ରାମ ନିକଟ ମୁଖ୍ୟ ରାସ୍ତା କଡରେ ଠିଆ ହୋଇଥିବା ଏକ ଟ୍ରକ ପଛରେ ଭାରସାମ୍ୟ ହରାଇ ପିଟି ହୋଇଯାଇଥିଲା। ଫଳରେ ବସ୍‌ରେ ଥିବା ୪ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ୨୦ରୁ ଊର୍ଦ୍ଧ୍ୱ ଆହତ ହୋଇଥିଲେ। ଆହତଙ୍କୁ ସୁର଼୍ୟାପେଟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିବା ବେଳେ ଚକିତ୍ସାଧୀନ ଅବସ୍ଥାରେ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି। ଅନ୍ୟ ୨୦ ଆହତଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ଗୁରୁତର ଥିବା ସୂଚନା ମିଳିଛି ା


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri