ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଜଣେ ମୃତ, ୪ ଗୁରୁତର

ଅସ୍ତରଙ୍ଗ,୧।୧୦(ପ୍ରଦୀପ୍ତ କୁମାର ଦୀକ୍ଷିତ): ପୁରୀ ଜିଲା ଅସ୍ତରଙ୍ଗ ଥାନା ଅନ୍ତର୍ଗତ ଅସ୍ତରଙ୍ଗ କାକଟପୁର ରାସ୍ତା ଉକୁଳେଇ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁଇ ବାଇକ ମୁହାଁମୁହିଁ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବାବେଳେ ଦୁଇ ନାବାଳିକାଙ୍କ ସହ ୪ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କୁ ଅସ୍ତରଙ୍ଗ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରୁ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି।
ଅସ୍ତରଙ୍ଗରୁ ଉକୁଳେଇ ମନ୍ଦିର ଦର୍ଶନ ପାଇଁ ନିକଟସ୍ଥ ପଥରପକା ଗ୍ରାମର ବସନ୍ତ ନାୟକ ନାମକ ଜଣେ ବୃଦ୍ଧ ଦୁଇ ସମ୍ପର୍କୀୟ ଝିଆରୀଙ୍କୁ ନେଇ ଯାଉଥିଲେ। ଏହି ସମୟରେ ଅନ୍ୟ ପଟୁ କାକଟପୁରରୁ ବାଇକ୍‌ରେ ଆସୁଥିବା ଓଲିହାଁ ଗ୍ରାମର ମୋହନ ପାତ୍ର ଓ ପିଣ୍ଟୁ ବିଶ୍ୱାଳ ବସନ୍ତଙ୍କ ବାଇକକୁ ମୁହାଁମୁହିଁ ଧକ୍କା ଦେଇଥିଲେ। ଘଟଣାସ୍ଥଳରେ ବାଇକ ଚାଳକ ପିଣ୍ଟୁ ବିଶ୍ବାଳଙ୍କ ମୃତ୍ୟୁ ଘଟିଥିଲା। ଗୁରୁତର ଦୁଇ ନାବାଳିକାଙ୍କ ସମେତ ଚାରିଜଣଙ୍କୁ ଭୁବନେଶ୍ୱର ସ୍ଥାନାନ୍ତରିତ କରାଯାଇଥିଲା। ମୃତ ଯୁବକଙ୍କ ମୃତଦେହ ବ୍ୟବଚ୍ଛେଦ ପାଇଁ ପୋଲିସ ଚାରିଛକ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଛି।
ଦୁର୍ଘଟଣାରେ ଆହତ ମାନଙ୍କୁ ନେବା ପାଇଁ ଅସ୍ତରଙ୍ଗ ମେଡିକାଲରେ ଆମ୍ବୁଲାନ୍ସ ନ ଥିବା ଯୋଗୁ ଘରୋଇ ଗାଡ଼ିରେ ଅସ୍ତରଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରୁ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଥିଲା। ଫଳରେ ଦୀର୍ଘ ସମୟ ଧରି ଆହତ ମାନେ ମେଡିକାଲ ପରିସରରେ ଛଟପଟ ହେଉଥିବା ଦେଖିବାକୁ ମିଳିଥିଲା।
ସୂଚନାଯୋଗ୍ୟ, ଦୁର୍ଘଟଣା ଘଟିଥିବା ରାସ୍ତାରେ ଗତ ୭ ମାସ ଭିତରେ ପ୍ରାୟ ୬ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକ ଆହତ ମଧ୍ୟ ହୋଇଛନ୍ତି। କାକଟପୁର ଅସ୍ତରଙ୍ଗ ମଧ୍ୟରେ ଗୋଟିଏ ବି ହମ୍ପସ ନ ଥିବାରୁ ଯୁବ ପିଢ଼ିମାନେ ଦ୍ରୁତଗତିରେ ଗାଡି ଚଳାଉଛନ୍ତି। ଫଳରେ ଦୁର୍ଘଟଣା ଘଟୁଛି। ଏବେ ଏହି ଅଞ୍ଚଳଟି ଏକ ଡେଞ୍ଜର ଜୋନ ଭାବେ ପରିଗଣିତ ହୋଇଛି। ଅପରପକ୍ଷରେ ଧଳାଜହର ସେବନ ଏବଂ ଅବାଧ ନିଶା କାରବାର ଏହାର ଅନ୍ୟ ଏକ କାରଣ ବୋଲି ସାଧାରଣରେ ଚର୍ଚ୍ଚା ଜୋର ଧରିଛି।
ଆଜି ଦୁର୍ଘଟଣା ପାଇଁ ଜିଉଁନ୍ତି ଛକ ଏବଂ ଉକୁଳେଇ ଛକରେ ହମ୍ପସ ନିର୍ମାଣ ଦାବି କରି ସ୍ଥାନୀୟ ଲୋକମାନେ ଦୀର୍ଘ ସମୟ ଧରି କାକଟପୁର ଅସ୍ତରଙ୍ଗ ମୁଖ୍ୟ ରାସ୍ତାର ଉକୁଳେଇ ଛକ ଠାରେ ଟାୟାର ଜାଳି ରାସ୍ତା ଅବରୋଧ କରିଥିଲେ l ଖବର ପାଇ ଅସ୍ତରଙ୍ଗ ପୋଲିସ ଘଟଣାସ୍ଥଳରେ ପହଞ୍ଚି ବୁଝାସୁଝା କରିବାରେ ରାସ୍ତା ଅବରୋଧ ହଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…

ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ  ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri