ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୧୭ ମୃତ-୨୨ ଆହତ…

ବେଜିଂ,୮।୧ : ଚାଇନାର ଜିଆଙ୍ଗସି ପ୍ରଦେଶରେ ରବିବାର ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ଅଧିକାରୀ କହିଛନ୍ତି ଯେ ନାନଚାଙ୍ଗ କାଉଣ୍ଟିରେ ଏକ ସଡ଼କ ଦୁର୍ଘଟଣାରେ ୧୭ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ୨୨ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ଲାଗି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଅଧିକାରୀ କହିଛନ୍ତି ଯେ ଘଟଣାର ତଦନ୍ତ କରାଯାଉଛି।

Share