ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୩ ଜୀବନ, ୪ ଆହତ

ଜୟପୁର,୧୦।୩: କୋରାପୁଟ ଜିଲା ଜୟପୁର ସଦର ଥାନା ଅନ୍ତର୍ଗତ ଗାଗନାପୁର ନିକଟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଦୁଇଟି ବାଇକ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ରାତିରେ ଯାତ୍ରା ଦେଖି ଫେରୁଥିବା ବେଳେ ଏପରି ଦୁର୍ଘଟଣା ଘଟିଥିବା ସନ୍ଦେହ କରାଯାଉଛି।