ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଏକାଥରକେ ଗଲା ୭ ଜୀବନ

ଯାଜପୁର ଅଫିସ, ୨୫।୨: ଯାଜପୁର ଜିଲା ୧୬ ନଂ ଜାତୀୟ ରାଜପଥ ଚଣ୍ଡିଖୋଲ ନେଉଳପୁର ନିକଟ ସେଣ୍ଟ୍ରାଲ ବ୍ୟାଙ୍କ ସମ୍ମୁଖରେ ଶନିବାର ସକାଳୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା ପାର୍ଶ୍ୱରେ ଛିଡ଼ା ହୋଇଥିବା ଏକ ଦୁର୍ଘଟଣାଗ୍ରସ୍ତ ଟ୍ରକ୍‌କୁ ଏକ ଆଇଚର ପିଟିବାରୁ ୭ ଜଣଙ୍କ ମୃତ୍ୟୁ ଘଟିଛି । ଧର୍ମଶାଳା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
ସୂଚନାଯୋଗ୍ୟ, ୪ ଦିନ ହେଲା ଉକ୍ତ ରାସ୍ତାରେ ଦୁର୍ଘଟଣାଗ୍ରସ୍ତ ଏକ ଲୁହା ଗୁଣ୍ଡ ବୋଝେଇ ଟ୍ରକ୍‌ ଛିଡା ହୋଇଥିଲା। ଭୋରରୁ ଘନ କୁହଡ଼ୁି ହୋଇଥିବା ବେଳେ କୋଲକାତାରୁ ଦ୍ରୁତ ଗତିରେ ଆସୁଥିବା ଏକ କୁକୁଡ଼ା ବୋଝେଇ ଆଇଚର ି ଭାରସାମ୍ୟ ହରାଇ ଛିଡ଼ା ହୋଇଥିବା ଟ୍ରକ୍‌ ପଛ ପଟେ ପିଟି ହୋଇଥିଲା। ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ, ଆଇଚରରେ ଥିବା ୭ ଜଣଙ୍କ ମଧ୍ୟରୁ ଡ୍ରାଇଭରଙ୍କ ସମେତ ୬ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା। ଆଉ ଜଣେ ଟ୍ରକ ଉପରେ ରହି ଯାଇଥିବା ବେଳେ ସେ ଗୁରୁତର ହୋଇଥିଲେ।
ଧର୍ମଶାଳା ପୋଲିସ ଓ ଅଗ୍ନିଶମ ବାହିନୀ କର୍ମଚାରୀ ଗ୍ୟାସ କଟରରେ ଟ୍ରକ୍ଟିକୁ କାଟି ମୃତ ଦେହଗଡ଼ିକୁ ବାହାର କରିଥିଲେ। ଏଥିସହ ଟ୍ରକ ଉପରେ ଗୁରୁତର ଅବସ୍ଥାରେ ଥିବା ଜଣେ ବ୍ୟକ୍ତିଙ୍କୁ ଧର୍ମଶାଳା ମେଡିକାଲରେ ଭର୍ତ୍ତି କରିଥିଲେ। ସେଠାରେ ତାଙ୍କ ମୃତ୍ୟୁ ଘଟିଛି।
ମୃତଦେହଗଡ଼ିକୁ ବ୍ୟବଚ୍ଛେଦ ନିମନ୍ତେ ପଠାଇ ଦିଆଯାଇଥିବା ବେଳେ ସେମାନଙ୍କ ପରିଚୟ ମିଳିପାରିନାହିଁ॥ ଆଇଚର ପଶ୍ଚିମବଙ୍ଗର ହୋଇଥିବା ବେଳେ ମୃତକ ମଧ୍ୟ ପଶ୍ଚିମବଙ୍ଗର ହୋଇଥିବା ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଟିପିସିଓଡିଏଲ ଆଉଟସୋର୍ସିଂ ଷ୍ଟାଫ୍‌ଙ୍କ ଛଟେଇ ପ୍ରତିବାଦରେ କାର୍ଯ୍ୟବନ୍ଦ ଆନ୍ଦୋଳନ: ଅନ୍ତର୍ଘାତୀ କାର୍ଯ୍ୟକଳାପ ବୃଦ୍ଧି ଅଭିଯୋଗ

କଟକ ସଦର, ୪/୧୦ (ସୁଶାନ୍ତ କୁମାର ଜେନା): ଟିପିସିଓଡିଏଲ କର୍ତ୍ତୃପକ୍ଷ କର୍ମଚାରୀ ଛଟେଇ ଆରମ୍ଭ କରିଥିବା ଅଭିଯୋଗ କରି ଆଉଟସୋର୍ସିଂ କର୍ମଚାରୀମାନେ ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାର…

ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା

ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧)…

ଚେକ୍‌ ବାଉନ୍ସ ମାମଲା: ସୁଧମୂଳ ସହ ୪୨.୫୦ ଲକ୍ଷ ଟଙ୍କା ଫେରାଇବେ ଆର୍‌ଆଇ, ଜରିମାନା ଅର୍ଥ ଅନାଦେୟ ହେଲେ…

ଭଞ୍ଜନଗର,୪ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଏମ୍‌ଏଫ୍‌ସି କୋର୍ଟରେ ଏକ ଚେକ୍‌ ବାଉନ୍ସ ମାମଲାର ବିଚାରଣ କରାଯାଇ ରାୟ ପ୍ରକାଶ ପାଇଛି। ମାମଲାର ଅଭିଯୁକ୍ତ ରାଜସ୍ବ ନିରୀକ୍ଷକ…

ପ୍ରସ୍ତୁତ କରୁଥିଲେ ଦେଶୀ ମଦ, ୨ ଜଣଙ୍କୁ ବାନ୍ଧି କୋର୍ଟ ପଠାଇଲା ଅବକାରୀ ପୋଲିସ

କେସିଙ୍ଗା,୪ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାର ଉପନିରୀକ୍ଷକ ମଳୟ କୁମାର ପ୍ରଧାନଙ୍କ ନେତୃତ୍ୱରେ ବ୍ଲକର କୁଣ୍ଢାବନ୍ଧ ଅଞ୍ଚଳରେ ଶନିବାର ସନ୍ଧ୍ୟାରେ ପାଟ୍ରୋଲିଂ କରୁଥିବା ସମୟରେ…

ଅପହଞ୍ଚ ଗାଁରେ ଆଶାର କିରଣ: ସ୍ୱାବଲମ୍ବୀ ହେବେ ସାନ୍ତାଳୀ ମହିଳା, ମିଶନ ଶକ୍ତିରେ ଯୋଡ଼ି ହୋଇ…

ମହାକାଳପଡ଼ା,୪ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳ ସମୁଦ୍ର ତଟରେ ଅବସ୍ଥିତ ଅପହଞ୍ଚ ସାନ୍ତାଳୀ ଗ୍ରାମ ‘ପାଣିଖିଆ’। ଅନାଦି କାଳରୁ ଏହି ଗ୍ରାମର ସାନ୍ତାଳୀ…

ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଲା: ପେଶାଦାର ଅପରାଧୀଙ୍କୁ ହତ୍ୟା

ବ୍ରହ୍ମପୁର, ୪/୧୦ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଛି। ଘଟଣାଟି ନିମଖଣ୍ଡି ଗାଁ ମୁଣ୍ଡରେ ଘଟିଛି। ଜଣେ ପେଶାଦାର ଅଭିଯୁକ୍ତଙ୍କ ବେକ କାଟି…

ଆଟଲାଣ୍ଟିକ ମହାସାଗର ଉପରେ ରହସ୍ୟଜନକ ଭାବେ ନିଖୋଜ ହେଲା ବିମାନ, ସାମ୍ନାକୁ ଆସିଲା ପାଇଲଟ୍‌ଙ୍କ ଶେଷ କଲ୍‌

ନୂଆଦିଲ୍‌ଲୀ,୪।୧୦: ଆଟଲାଣ୍ଟିକ ମହାସାଗର ଉପରେ ଉଡ଼ାଣ ଭରୁଥିବା ଏକ ବିମାନ ନିଖୋଜ ହୋଇଯାଇଛି, ଯାହା ଏକ ମେଡିକାଲ ଜେଟ ଅର୍ଥାତ ଏୟାର ଆମ୍ୱୁଲାନ୍ସ ଅଟେ। ଏଥିରେ ୬…

ମଶାଣି ଗୃହ ନଥିବାରୁ ହଟହଟା ଗ୍ରାମବାସୀ: ନିଜ ପାଇଁ ନିଜେ ଶ୍ମଶାନ ଜମି ସଫେଇ କଲା ଗ୍ରାମ୍ୟ କମିଟି

ଦାରିଙ୍ଗବାଡ଼ି, ୪/୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗ୍ରୀନବାଡ଼ି ପଞ୍ଚାୟତର ଗ୍ରାମ୍ୟ କମିଟି ପକ୍ଷରୁ ନିଜ ଗାଁ ଶ୍ମଶାନ ଜମିକୁ ନିଜେ ସଫେଇ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?