Posted inଜାତୀୟ

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୯ ଜୀବନ

ମୁମ୍ବାଇ,୧୯।୧: ମୁମ୍ବାଇ-ଗୋଆ ଜାତୀୟ ରାଜପଥରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୯ ଜଣଙ୍କର ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣା ଗୋରେଗାଓଁ ପୋଲିସ ଷ୍ଟେସନ ଅନ୍ତର୍ଗତ ରୋପୋଲି ଗ୍ରାମ୍ୟ ନିକଟ ମୁମ୍ବାଇ-ଗୋଆ ରାଜପଥରେ ଘଟିଛି। ଏକ ଟ୍ରକ ଏବଂ ଚାରି ଚକିଆ ଯାନ ମଧ୍ୟରେ ଘଟିଥିବା ଦୁର୍ଘଟଣା ଅତ୍ୟନ୍ତ ଭୟଙ୍କର ଥିଲା। ସୌଭାଗ୍ୟବଶତଃ ଜଣେ ଚାରି ବର୍ଷର ଶିଶୁ ଏହି ଦୁର୍ଘଟଣାରୁ ଅଳ୍ପକେ ବଞ୍ଚି ଯାଇଥିଲେ। ଗୁରୁବାର ସକାଳ ପ୍ରାୟ ପାଞ୍ଚଟା ବେଳେ ଏହି ଦୁର୍ଘଟଣା ଘଟିଛି।
ମିଳିଥିବା ସୂଚନା ଅନୁଯାୟୀ ଏହି ଦୁର୍ଘଟଣାରେ ସମ୍ପୃକ୍ତ ଚାରି ଚକିଆ ଯାନ ମୁମ୍ବାଇରୁ ଆସୁଥିଲା। ଏହି ସମୟରେ ଟ୍ରକ ଏବଂ ଚାରି ଚକିଆ ଯାନ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ିତେବେ ଦୁର୍ଘଟଣାର ପ୍ରକୃତ କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ପ୍ରାରମ୍ଭିକ ଆକଳନ ହେଉଛି କୁହୁଡି ଯୋଗୁଁ ଦୁର୍ଘଟଣା ଘଟିଛି। ମୃତକଙ୍କ ମଧ୍ୟରେ ଚାରିଜଣ ମହିଳା ଏବଂ ପାଞ୍ଚ ଜଣ ପୁରୁଷ ଅଛନ୍ତି। ଘଟଣା ସମ୍ପର୍କରେ ସୂଚନା ପାଇବା ମାତ୍ରେ ଗୋରେଗାଓଁ ପୋଲିସ ତୁରନ୍ତ ଦୁର୍ଘଟଣା ସ୍ଥଳରେ ପହଞ୍ଚିଥିଲା। ପୋଲିସ ସ୍ଥାନୀୟ ଗ୍ରାମବାସୀଙ୍କ ସହାୟତାରେ ଉଦ୍ଧାର କାମ ଆରମ୍ଭ କରିଛି। ଏହି ଦୁର୍ଘଟଣାରେ ଆହତ ଶିଶୁଙ୍କୁ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ

ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ…

ସୁୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ଏମାନଙ୍କୁ ଆଉ ମିଳିବନି ପେଟ୍ରୋଲ…

ନୂଆଦିଲ୍ଲୀ,୪।୮: ବିନା ଥାର୍ଡ ପାର୍ଟି ବୀମାରେ ଚାଲୁଥିବା ଗାଡ଼ିକୁ ନେଇ କଠୋର ହେଲେ ସୁପ୍ରିମକୋର୍ଟ। ଅଦାଲତ କହିଛନ୍ତି ଯେଉଁ ଗାଡ଼ିଗୁଡ଼ିକର ବୈଧ ଥାର୍ଡ ପାର୍ଟି ବୀମା ନାହିଁ…

ବିଜୟଙ୍କ ଉପରେ ସଙ୍ଗୀନ ଅଭିଯୋଗ ଆଣିଲେ ଜୁନିୟର ଷ୍ଟାଲିନ୍‌, କହିଲେ ମୋ ସହ…

ନୂଆଦିଲ୍ଲୀ,୪।୮: ତାମିଲନାଡୁର ବିରୋଧୀ ଦଳ ନେତା ଏବଂ ଡିଏମକେ ନେତା ଉଦୟନିଧି ଷ୍ଟାଲିନ୍ ମଙ୍ଗଳବାର ଦିନ ଟିଭିକେ ସରକାରଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ଏକ ଜନସଭାରେ…

ଉପନିର୍ବାଚନରେ ପରାଜୟ ପରେ ଭାଜପାର ବଡ଼ ଆକ୍ସନ, ଭାଙ୍ଗିଦେଲା ଦଳର…

ନୂଆଦିଲ୍ଲୀ,୪।୮: ଦତିଆ ବିଧାନସଭା ଉପନିର୍ବାଚନରେ ମିଳିଥିବା ଶୋଚନୀୟ ପରାଜୟ ପରେ ଭାଜପା ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ସଂଗଠନରେ ପରିବର୍ତ୍ତନ ଆଣିବା ଉଦ୍ଦେଶ୍ୟରେ ସମଗ୍ର ଜିଲ୍ଲା…

ପୃଥିବୀରେ ମାଡ଼ ହେବ ଭୟଙ୍କର ଆଷ୍ଟ୍ରୋଏଡ, ବୈଜ୍ଞାନିକ କହିଦେଲେ ତାରିଖ; ୨୨ଟି ପରମାଣୁ ବୋମା ଭଳି ଘଟିବ ପ୍ରଳୟ !

ନୂଆଦିଲ୍ଲୀ,୪।୮: ପୃଥିବୀରେ ମାଡ଼ ହେବ ବିରାଟ ଆଷ୍ଟ୍ରୋଏଡ୍ । ଧ୍ୱଂସ ହୋଇଯିବ ସବୁ କିଛି । ଛାରଖାର ହୋଇଯିବ ପୃଥିବୀ। ଯାହାକୁ ନେଇ ବୈଜ୍ଞାନିକମାନେ ଛାନିଆ ହେଲେଣି…

ବୁଧବାର ଚନ୍ଦ୍ରରେ ହେବ ଭୟଙ୍କର ବିସ୍ଫୋରଣ, ପ୍ରଚଣ୍ଡ ଶବ୍ଦରେ ହୋଇଯିବ ଛାରଖାର!

ନୂଆଦିଲ୍ଲୀ,୪।୮: ଆସନ୍ତା ୫ ତାରିଖ ବୁଧବାରରେ ସ୍ପେସ୍ ଏକ୍ସ ରକେଟର ୩,୯୦୦ କି.ଗ୍ରା ଓଜନର ଏକ ଟୁକୁଡା ଚନ୍ଦ୍ରପୃଷ୍ଠରେ ବିସ୍ଫୋରଣ ହେବ। ୨୦୨୫ ଜାନୁଆରୀ ୧୫ରେ ସ୍ପେସ…

ଆସନ୍ତାକାଲି ଠାରୁ ମିଳିବ ଶୁଦ୍ଧ ପେଟ୍ରୋଲ? E20ରୁ ମିଳିବ ମୁକ୍ତି, ବଡ଼ ବୟାନ ଦେଲେ ସରକାର…

ନୂଆଦିଲ୍ଲୀ,୪।୮:: ଗତ କିଛି ଦିନ ଧରି, ସୋସିଆଲ ମିଡିଆରେ ଏକ ଖବର ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ, ସରକାର E20 ପେଟ୍ରୋଲକୁ ପର୍ଯ୍ୟାୟକ୍ରମେ ବନ୍ଦ…

ଏଣିକି UPI ପେମେଣ୍ଟରେ ଲାଗିବ ଏକ୍ସର୍ଟା ଚାର୍ଜ? ଜାଣନ୍ତୁ କେତେ ଟ୍ରାଞ୍ଜାକ୍ସନ କଲେ ଦେବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୪।୮: ସରକାର ୟୁପିଆଇ (UPI) ମାଧ୍ୟମରେ ପେମେଣ୍ଟ କରିବାକୁ ନେଇ ଏକ ବଡ଼ ପରିବର୍ତ୍ତନ କରିବାକୁ ପ୍ରସ୍ତୁତି କରୁଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ‘ପେମେଣ୍ଟ ଆଣ୍ଡ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri