କଣମଣା ମୁଖ୍ୟ ରାସ୍ତାରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଘଟଣାସ୍ଥଳରେ ଚାଲିଗଲା ସୁରେଶଙ୍କ ଜୀବନ, ଅନ୍ୟ ଜଣେ…

ଛତ୍ରପୁର,୨୬।୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦୁଇଟି ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଭାବେ ଆହତ ହୋଇଛନ୍ତି। ମୃତ ଯୁବକ ଜଣକ ହେଲେ ଚମାଖଣ୍ଡି ଥାନା ଅଧୀନ ବଡ଼ପୁଟି ଗ୍ରାମର ସୁରେଶ ବେହେରା (୨୬)।

ସୂଚନା ଅନୁଯାୟୀ, କଣମଣା ମୁଖ୍ୟ ରାସ୍ତା ନିକଟରେ ସୁରେଶ ଏବଂ ମହେନ୍ଦ୍ରଙ୍କ ବାଇକ ମଧ୍ୟରେ ସାମ୍ନାସାମ୍ନି ଭାବେ ପ୍ରଚଣ୍ଡ ଧକ୍କା ହୋଇଥିଲା। ଧକ୍କା ଏତେ ଜୋରଦାର ଥିଲା ଯେ ଘଟଣାସ୍ଥଳରେ ହିଁ ସୁରେଶଙ୍କର ପ୍ରାଣବାୟୁ ଉଡ଼ିଯାଇଥିଲା। ଅନ୍ୟ ବାଇକ ଆରୋହୀ ମହେନ୍ଦ୍ର ଏଥିରେ ଗୁରୁତର ଭାବେ ଆହତ ହୋଇଥିଲେ।
ଦୁର୍ଘଟଣା ସମ୍ପର୍କରେ ଖବର ପାଇ ଚମାଖଣ୍ଡି ଥାନା ଅଧିକାରିଣୀ ଶ୍ରଦ୍ଧାଞ୍ଜଳି ସୁବୁଦ୍ଧିଙ୍କ ନେତୃତ୍ୱରେ ଏସ୍‌ଆଇ. ଲକ୍ଷ୍ମୀପ୍ରିୟା ମଲ୍ଲିକ ସଦଳବଳେ ଘଟଣାସ୍ଥଳରେ ପହଞ୍ଚିଥିଲେ। ପୋଲିସ ତୁରନ୍ତ ଗୁରୁତର ଆହତ ମହେନ୍ଦ୍ରଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଛତ୍ରପୁର ମେଡିକାଲ ପଠାଇଥିଲା। ସୁରେଶଙ୍କ ମୃତଦେହକୁ ଜବତ କରାଯାଇ ବ୍ୟବଚ୍ଛେଦ (Post-mortem) କରାଯିବା ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି।

ଏହି ଦୁର୍ଘଟଣା ସମ୍ପର୍କରେ ଚମାଖଣ୍ଡି ଥାନାରେ କେସ ନମ୍ବର ଋ଼୧୮୩/୨୬ଋ଼ ରେ ଏକ ମାମଲା ରୁଜୁ କରାଯାଇଛି। ଏସ.ଆଇ. ଲକ୍ଷ୍ମୀପ୍ରିୟା ମଲ୍ଲିକ ନିଜେ ଏହି ଘଟଣାର ସମ୍ପୂର୍ଣ୍ଣ ତଦନ୍ତ କରୁଥିବା ନେଇ ସୂଚନା ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗୋଛାବାଡ଼ି ଆଶ୍ରମରେ ନନ୍ଦୋତ୍ସବ: ବିଧାୟକ ପ୍ରଦ୍ୟୁମ୍ନ ନାୟକ ଯୋଗଦେଇ ଶ୍ରଦ୍ଧାଳୁଙ୍କୁ…

ଜଗନ୍ନାଥପ୍ରସାଦ,୫ା୯(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଅନ୍ତର୍ଗତ ଗୋଛାବାଡ଼ି ଗ୍ରାମସ୍ଥିତ ଶ୍ରୀ ଗୌରାଙ୍ଗ ରାଧାକୃଷ୍ଣ ଆଶ୍ରମ ପରିସରରେ ପବିତ୍ର ଜନ୍ମାଷ୍ଟମୀ ଓ ନନ୍ଦ ଉତ୍ସବ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …

ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri