Categories: ଜାତୀୟ

ଲଖିମପୁର ଖେରିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୬ ମୃତ…

ଲଖିମପୁର,୨୮।୯ : ଉତ୍ତରପ୍ରଦେଶର ଲଖିମପୁର ଖେରି ଜିଲାରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୬ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ବହୁ ଲୋକ ଆହତ ହୋଇଛନ୍ତି। ଆହତମାନଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ସୂଚନାନୁସାରେ, ଲଖିମପୁର ଖେରି ଜିଏାର ପିଲିଭିଟ ବସ୍ତି ରାଜପଥରେ ଥିବା ଶାରଦା ବ୍ରିଜ ନିକଟରେ ବସ ଏବଂ ଡିସିଏମ ମଧ୍ୟରେ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ କେତେକ ଆହତଙ୍କ ଅବସ୍ଥା ଗୁରୁତର ଥିବାରୁ ମୃତକଙ୍କ ସଂଖ୍ୟା ବଢ଼ିବାର ଆଶଙ୍କା ରହିଥିବା ପୋଲିସ ପକ୍ଷରୁ କୁହାଯାଇଛି।

ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତକଙ୍କ ମୃତଦେହକୁ ନେଇ ପୋଷ୍ଟମର୍ଟମ ପାଇଁ ପଠାଇଛି।

Share