ସ୍ତ୍ରୀ-ବୋହୂଙ୍କୁ ଛୁରିରେ ମରଣାନ୍ତ୍ରକ ଆକ୍ରମଣ: ପରେ ନିଜେ କଲେ ଆତ୍ମହତ୍ୟା

କେସିଙ୍ଗା,୧୧ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅନ୍ତର୍ଗତ ପରଲସିଙ୍ଗା ଗ୍ରାମ ପଞ୍ଚାୟତର ଭମରମାଲ(ପଥର୍ଲା) ଗ୍ରାମରେ ଏକ ଘରୋଇ କଳି ଭୟଙ୍କର ରୂପ ଧାରଣ କରି ଶେଷରେ ୪୨ ବର୍ଷୀୟ କୃଷ୍ଣ ସାହୁ ଆତ୍ମହତ୍ୟା କରିଛନ୍ତି। କୃଷ୍ଣ ମଦ୍ୟପାନ କରି ସ୍ତ୍ରୀ କୁମାରୀ ସାହୁ ଓ ବୋହୂଙ୍କୁ ଶନିବାର ବିଳମ୍ବିତ ରାତିରେ ଏକ ଧାରୁଆ ଛୁରିରେ ଆକ୍ରମଣ କରିଥିଲୋ। ସ୍ତ୍ରୀ କୁମାରୀଙ୍କ ମୁଣ୍ଡ ଏବଂ ହାତ ସେହିପରି ବୋହୂଙ୍କ ମୁହଁରେ ଆକ୍ରମଣ କରି କ୍ଷତବିକ୍ଷତ କରିଥିଲେ। ଶେଷରେ କୃଷ୍ଣ ମାନସିକ ଭାରସାମ୍ୟ ହରାଇ ପଥର୍ଲା କାଣ୍ଡେଲ ଓ କେସିଙ୍ଗାକୁ ସଂଯୋଗ କରୁଥିବା ରେଳଧାରଣାରେ ଏକ ଟ୍ରେନ୍‌ ଆଗକୁ ଡେଇଁ ଆତ୍ମହତ୍ୟା କରିଛନ୍ତି। ଯାହା ଫଳରେ କୃଷ୍ଣଙ୍କ ଗଣ୍ଡିରୁ ମୁଣ୍ଡ ଅଲଗା ହୋଇଥିଲା। ସକାଳେ ଲୋକମାନେ କୃଷ୍ଣଙ୍କ ମୃତଦେହ ପଡ଼ିଥିବା ଦେଖି ପରିବାର ଲୋକଙ୍କୁ ଖବର ଦେଇଥିଲେ। ଖବର ପାଇ ମୃତକ ପରିବାର ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଚିହ୍ନଟ କରିଥିଲେ। ମୃତକ କୃଷ୍ଣଙ୍କ ପୁତ୍ର ଲାଲୁ ସାହୁ ବୟସ୨୫ ବାପାଙ୍କ ଘଟଣା ଖବର ପାଇଲା ପରେ କେସିଙ୍ଗା ଆଦର୍ଶ ଥାନାରେ ନିଜ ମାଆଙ୍କୁ ଧାରୁଆ ଛୁରିରେ ଆକ୍ରମଣ କରି ବାପା ରେଳଧାରଣାରେ ଆତ୍ମହତ୍ୟା କରିଥିବା ଲିଖିତ ଅଭିଯୋଗ କରିଥିଲେ। ଟ୍ରେନ୍‌ ପାଇଲଟ ଟିଟିଲାଗଡ଼ ଜିଆର୍‌ପିଙ୍କୁ ଖବର ଦେଇଥିଲେ। ଖବର ପାଇ ଘଟଣାସ୍ଥଳରେ କେସିଙ୍ଗା ପୋଲିସ ଓ ଜିଆରପି ପହଞ୍ଚି ତଦନ୍ତ କରିଥିଲେ। ମୃତଦେହ ବ୍ୟବଚ୍ଛେଦ ପାଇଁ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠା ଯାଇଛି। ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକ ହସ୍ତାନ୍ତର କରାଯାଇ ଥିଲା। ମୃତକଙ୍କ ୨ପୁଅ ୨ଝିଅ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

ଓଡ଼ିଶା ପାଇଁ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ୪୫ ହଜାର କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ ମଞ୍ଜୁରୀ

ନୂଆଦିଲ୍ଲୀ,୯।୧୨: ଓଡ଼ିଶାରେ ସଡ଼କ ପରିବହନ ଭିତ୍ତିଭୂମିର ବିକାଶ ପାଇଁ କେନ୍ଦ୍ର ସରକାର ଏକ ବୃହତ ପୁଞ୍ଜି ବିନିଯୋଗକୁ ଅନୁମୋଦନ କରିଛନ୍ତି। ରାଜ୍ୟ ପାଇଁ ମୋଟ ୪୪,୭୭୧...

୫ ବର୍ଷରେ ଦାଦନ ଖଟିବାକୁ ଯାଇ ରାଜ୍ୟ ବାହାରେ ପ୍ରାଣ ହରାଇଛନ୍ତି ୫୧୮ ଓଡ଼ିଆ

ଭୁବନେଶ୍ୱର,୯।୧୨: ଗତ ୨୦୨୧ ରୁ ୨୦୨୫ ନଭେମ୍ବର ସୁଦ୍ଧା ମଧ୍ୟରେ ରାଜ୍ୟ ତଥା ଦେଶ ବାହାରେ କାମ କରୁଥିବା ସମୟରେ ଓଡ଼ିଶାର ୫୧୮ ଜଣ ପ୍ରବାସୀ...

ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ, ନୂଆବର୍ଷରେ…

ଶନିଦେବତାଙ୍କୁ ନ୍ୟାୟପ୍ରିୟ ଓ କର୍ମଫଳ ପ୍ରଦାତା ଭାବେ ଗ୍ରହଣ କରାଯାଇଛି । ଶନି ପ୍ରତି ଅଢେଇ ବର୍ଷରେ ଥରେ ରାଶି ପରିବରର୍ତ୍ତନ କରିଥାନ୍ତି । ଶନିଙ୍କର...

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା...

IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri