ସ୍ତ୍ରୀ-ବୋହୂଙ୍କୁ ଛୁରିରେ ମରଣାନ୍ତ୍ରକ ଆକ୍ରମଣ: ପରେ ନିଜେ କଲେ ଆତ୍ମହତ୍ୟା

କେସିଙ୍ଗା,୧୧ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅନ୍ତର୍ଗତ ପରଲସିଙ୍ଗା ଗ୍ରାମ ପଞ୍ଚାୟତର ଭମରମାଲ(ପଥର୍ଲା) ଗ୍ରାମରେ ଏକ ଘରୋଇ କଳି ଭୟଙ୍କର ରୂପ ଧାରଣ କରି ଶେଷରେ ୪୨ ବର୍ଷୀୟ କୃଷ୍ଣ ସାହୁ ଆତ୍ମହତ୍ୟା କରିଛନ୍ତି। କୃଷ୍ଣ ମଦ୍ୟପାନ କରି ସ୍ତ୍ରୀ କୁମାରୀ ସାହୁ ଓ ବୋହୂଙ୍କୁ ଶନିବାର ବିଳମ୍ବିତ ରାତିରେ ଏକ ଧାରୁଆ ଛୁରିରେ ଆକ୍ରମଣ କରିଥିଲୋ। ସ୍ତ୍ରୀ କୁମାରୀଙ୍କ ମୁଣ୍ଡ ଏବଂ ହାତ ସେହିପରି ବୋହୂଙ୍କ ମୁହଁରେ ଆକ୍ରମଣ କରି କ୍ଷତବିକ୍ଷତ କରିଥିଲେ। ଶେଷରେ କୃଷ୍ଣ ମାନସିକ ଭାରସାମ୍ୟ ହରାଇ ପଥର୍ଲା କାଣ୍ଡେଲ ଓ କେସିଙ୍ଗାକୁ ସଂଯୋଗ କରୁଥିବା ରେଳଧାରଣାରେ ଏକ ଟ୍ରେନ୍‌ ଆଗକୁ ଡେଇଁ ଆତ୍ମହତ୍ୟା କରିଛନ୍ତି। ଯାହା ଫଳରେ କୃଷ୍ଣଙ୍କ ଗଣ୍ଡିରୁ ମୁଣ୍ଡ ଅଲଗା ହୋଇଥିଲା। ସକାଳେ ଲୋକମାନେ କୃଷ୍ଣଙ୍କ ମୃତଦେହ ପଡ଼ିଥିବା ଦେଖି ପରିବାର ଲୋକଙ୍କୁ ଖବର ଦେଇଥିଲେ। ଖବର ପାଇ ମୃତକ ପରିବାର ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଚିହ୍ନଟ କରିଥିଲେ। ମୃତକ କୃଷ୍ଣଙ୍କ ପୁତ୍ର ଲାଲୁ ସାହୁ ବୟସ୨୫ ବାପାଙ୍କ ଘଟଣା ଖବର ପାଇଲା ପରେ କେସିଙ୍ଗା ଆଦର୍ଶ ଥାନାରେ ନିଜ ମାଆଙ୍କୁ ଧାରୁଆ ଛୁରିରେ ଆକ୍ରମଣ କରି ବାପା ରେଳଧାରଣାରେ ଆତ୍ମହତ୍ୟା କରିଥିବା ଲିଖିତ ଅଭିଯୋଗ କରିଥିଲେ। ଟ୍ରେନ୍‌ ପାଇଲଟ ଟିଟିଲାଗଡ଼ ଜିଆର୍‌ପିଙ୍କୁ ଖବର ଦେଇଥିଲେ। ଖବର ପାଇ ଘଟଣାସ୍ଥଳରେ କେସିଙ୍ଗା ପୋଲିସ ଓ ଜିଆରପି ପହଞ୍ଚି ତଦନ୍ତ କରିଥିଲେ। ମୃତଦେହ ବ୍ୟବଚ୍ଛେଦ ପାଇଁ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠା ଯାଇଛି। ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକ ହସ୍ତାନ୍ତର କରାଯାଇ ଥିଲା। ମୃତକଙ୍କ ୨ପୁଅ ୨ଝିଅ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀରାମ ନବମୀ ରାଲିରେ ବିଧାୟକ ଗୁଳି ଫୁଟାଇବା ଘଟଣା; ଗର୍ଜିଲା ଛାତ୍ର କଂଗ୍ରେସ, ଜିଲାପାଳଙ୍କୁ ଦାବିପତ୍ର

ବଲାଙ୍ଗୀର,୩୦ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ବିଧାୟକ ନବୀନ ଜୈନ ଗୁଳି ଫୁଟାଇବା ଘଟଣାକୁ ନେଇ ବିବାଦ…

୨୫ ବର୍ଷ ମଧ୍ୟରେ ଯାହା ହୋଇନଥିଲା ତାହା ଏବେ ଘଟୁଛି… କାହିଁକି ଦ୍ରୁତ ଗତିରେ ସୁନା ବିକ୍ରି କରୁଛି ରୁଷିଆ? ଜାଣିଲେ…

ନୂଆଦିଲ୍ଲୀ,୩୦।୩: ରୁଷିଆ ୨୫ ବର୍ଷ ମଧ୍ୟରେ ପ୍ରଥମଥର ପାଇଁ ଏହାର କେନ୍ଦ୍ରୀୟ ବ୍ୟାଙ୍କ ଭଣ୍ଡାରରୁ ସୁନା ବିକ୍ରୟ ଆରମ୍ଭ କରିଛି। ବର୍ଲିନ ସ୍ଥିତ ଏକ ଖବର ସଂସ୍ଥାର…

ଗର୍ଲଫ୍ରେଣ୍ଡ୍‌ଙ୍କୁ ମହଙ୍ଗା ଗାଡ଼ି ଉପହାର ଦେଲେ ହାର୍ଦ୍ଦିକ ପାଣ୍ଡ୍ୟା: ଦାମ ଜାଣିଲେ ଉଡିଯିବ ହୋଶ୍‌

ମୁମ୍ବାଇ,୩୦।୩: କିଛି ଦିନ ପୂର୍ବରୁ ହାର୍ଦ୍ଦିକ ପାଣ୍ଡ୍ୟା ଏକ ଫେରାରି (Ferrari 12Cilindri) କିଣିଛନ୍ତି। ଏହାର ମୂଲ୍ୟ ୧୨ କୋଟି ବୋଲି ଜଣାପଡ଼ିଛି। ଏବେ ତାଙ୍କ କାର…

ନବୀନ ନିବାସରେ କଟକ-ଚୌଦ୍ୱାରର ୮ କର୍ପୋରେଟର: ଡକରା ପରେ…

ଭୁବନେଶ୍ୱର,୩୦।୩: ନବୀନ ନିବାସରେ ପହଞ୍ଚିଛନ୍ତି କଟକ-ଚୌଦ୍ୱାରର ୮ କର୍ପୋରେଟର। ପ୍ରତାପ ଜେନାଙ୍କ ନେତୃତ୍ୱରେ ନବୀନ ନିବାସରେ ପହଞ୍ଚିଥିବା ସୂଚନା ମିଳିଛି। କଟକ ରାଜନୀତି ସରଗରମକୁ ନେଇ ନବୀନ…

କେନ୍ଦ୍ରୀୟ ମଣ୍ଡି ଖୋଲି ଆଜି ହିଁ ଧାନ କିଣନ୍ତୁ….ଦଣ୍ଡ ମାରି ଯାଜପୁର ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଚାଷୀଙ୍କ ପ୍ରତିବାଦ

ଯାଜପୁର,୩୦ା୩(ହର୍ଷବର୍ଦ୍ଧନ ବେହେରା): ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଅଭିନବ ପ୍ରତିବାଦ କରାଯାଇଛି ।ଶତାଧିକ ଚାଷୀ ଟ୍ରାକ୍ଟର, ଅଟୋ ଇତ୍ୟାଦିରେ ଧାନ ବସ୍ତା ଲଦି ମେଡିକାଲ ଛକରୁ…

୧୧ ପଦକ ଜିତିଲେ ଗଞ୍ଜାମର ୩ ଖେଳାଳି, ଛୁଟୁଛି ଶୁଭେଚ୍ଛାର ସୁଅ

ଛତ୍ରପୁର,୩୦।୩ (ଦିଲ୍ଲୀପ ସାମଲ): ରାଜସ୍ଥାନର ଜୟପୁରଠାରେ ଅନୁଷ୍ଠିତ ଦ୍ୱିତୀୟ ଜାତୀୟ ପାରା ଅସିଚାଳନା ପ୍ରତିଯୋଗିତାରେ ଦଶରୁ ଅଧିକ ପଦକ ଜିତିଛନ୍ତି ଗଞ୍ଜାମର ୩ ଖେଳାଳି। ଛତ୍ରପୁର ଗିଲିଟିପେଟା…

ଟ୍ରମ୍ପଙ୍କ ହୃଦୟ ଭାଙ୍ଗିଲେ ନେତାନ୍ୟାହୁ! ଇସ୍ରାଏଲ ଘୋଷଣା କରି କହିଲା….

ନୂଆଦିଲ୍ଲୀ,୩୦ା୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଇସ୍ରାଏଲ ଆମେରିକାକୁ ଏକ ବଡ଼ ଧୋକା ଦେଇଛି। ଇସ୍ରାଏଲ ସ୍ପଷ୍ଟ ଭାବରେ କହିଛି ଯେ ଏହାର ସେନା ଗ୍ରାଉଣ୍ଡ…

ଖରାଦିନେ ଶରୀର ପାଇଁ ଉପକାରୀ ଆଖୁରସ

ଶରୀର ପାଇଁ ବେଶ୍‌ ଉପକାରୀ ହେଉଛି ଆଖୁରସ। ମୁଖ୍ୟତଃ ଖରାଦିନେ ଏହାର ଚାହିଦା ଅଧିକ। ଏଥିରେ ବିଭିନ୍ନ ପ୍ରକାର ଭିଟାମିନ୍‌ ଭରି ରହିଛି। ଆଖୁରସ ପିଇବା ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri