ଭୋଟବାକ୍ସରେ ବନ୍ଦ ହେଲା ୫୧୫ ପ୍ରାର୍ଥୀଙ୍କ ଭାଗ୍ୟ

କୋକସରା,୨୦ା୨(ଡି.ଏନ୍‌.ଏ): କଳାହାଣ୍ଡି ଜିଲା କୋକସରା ବ୍ଲକରେ ତୃତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ରବିବାର ଶେଷ ହୋଇଛି । ସକାଳ ୭ଟାରୁ ସନ୍ଧ୍ୟା ପର୍ଯ୍ୟନ୍ତ ମତଦାନ ହୋଇଥିବା ଜଣାପଡିଛି।

ସୂଚନା ମୁତାବକ, କୋକସରା ବ୍ଲକର ୨୨ଟି ପଞ୍ଚାୟତରେ ୮୭ ହଜାର ୮୩୯ ଭୋଟର ରହିଥିବା ବେଳେ ୭୦ ହଜାର ୬୧୬ ମତଦାତା ୨୫୬ଟି ବୁଥରେ ୧୨୩ ସରପଞ୍ଚ, ୯୬ ସମିତି ସଭ୍ୟ, ୨୮୩ ୱାର୍ଡ ସଭ୍ୟ ଏବଂ ୩ଟି ଜୋନର ୧୩ଜଣ ଜିଲା ପରିଷଦ ସଭ୍ୟଙ୍କ ପାଇଁ ମତଦାନ କରିଥିଲେ। କନ୍ଦାବୁଟୁରା ପଞ୍ଚାୟତ ତୁନଗାଁର ୫ଟି ବୁଥ ଓ ଆମପାଣି ପଞ୍ଚାୟତର କୁଟୁରୁ ଗ୍ରାମର ଗୋଟିଏ ବୁଥରେ ମତଦାତା ଭୋଟ ବର୍ଜନ କରିଛନ୍ତି।

ବ୍ଲକରେ ୮୦.୩୯ % ମତଦାନ ହୋଇଥିବା କୋକସରା ବିଡିଓ ତଥା ନିର୍ବାଚନ ଅଧିକାରୀ ମନୀସା ଦାସ ସୂଚନା ଦେଇଛନ୍ତି । ଶାନ୍ତି ଶୃଙ୍ଖଳାକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri