ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ମତଦାତା

ସୁନ୍ଦରଗଡ଼,୧୮।୨(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲାରେ ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ଭୋଟ ଗ୍ରହଣ ଚାଳିଛି। ଜିଲାର ସବଡେଗା, କୁତ୍ରା, ନୂଆଁଗାଁ ଏବଂ ବିଶ୍ରା ବ୍ଲକର ୮ଟି ଜିଲାପରିଷଦ ଜୋନ୍‌ରେ ୨୫୩୮୬୧ ମତଦାତା ୮୨୨ ଭୋଟ ଗ୍ରହଣ କେନ୍ଦ୍ରରେ ନିଜର ମତଦାନ ଅଧିକାର ସାବ୍ୟସ୍ତ କରୁଛନ୍ତି। ଶାନ୍ତିଶୃଙ୍ଖଳା ସହ ମତଦାନ ଶେଷ କରିବାକୁ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି।

ସବଡେଗା ବ୍ଲକର ୨ଟି ଜୋନ୍‌ରେ ମୋଟ ୧୭୩ଟି ବୁଥ ମଧ୍ୟରୁ ୮୪ଟି ବୁଥ୍‌ ଉତ୍ତେଜନାପ୍ରବଣ ଓ ୨୨ଟି ବୁଥ ଅତି ଉତ୍ତେଜନାପ୍ରବଣ ଭାବେ ଚିହ୍ନଟ ହୋଇଛି। କୁତ୍ରା ବ୍ଲକରେ ଥିବା ୨ଟି ଜୋନ୍‌ରେ ୨୦୦ଟି ବୁଥ ମଧ୍ୟରୁ ୧୨୮ଟି ଉତ୍ତେଜନା ଓ ୪୯ଟି ଅତି ଉତ୍ତେଜନାପ୍ରବଣ ବୁଥ ରହିଛି। ନୂଆଁଗାଁ ବ୍ଲକରେ ୫୬ଟି ଉତ୍ତେଜନାପ୍ରବଣ ଓ ୨ଟି ଅତି ଉତ୍ତେଜନା ପ୍ରବଣ ବୁଥ ରହିଥିବା ବେଳେ ବିଶ୍ରା ବ୍ଲକର ୨ଟି ଜୋନ୍‌ ରେ ଥିବା ୧୮୮ଟି ବୁଥ ମଧ୍ୟରୁ ୭୭ଟି ଉତ୍ତେଜନାପ୍ରବଣ ଓ ୪୨ଟି ଅତି ଉତ୍ତେଜନାପ୍ରବଣ ବୁଥ ଭାବେ ଚିହ୍ନଟ ହୋଇଛି। ସେଗୁଡିକରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ସବଡେଗା ବ୍ଲକରେ ମୋଟ ୫୦ହଜାର ୫୯୯ଜଣ ଭୋଟର ଥିବା ବେଳେ କୁତ୍ରା ବ୍ଲକରେ ୬୪ହଜାର ୭୯୫ଜଣ ଭୋଟର ରହିଛନ୍ତି। ସେହିପରି ନୂଆଁଗାଁ ବ୍ଲକରେ ମୋଟ ଭୋଟର ସଂଖ୍ୟା ୭୮ହଜାର ୯୯୬ ଥିବା ବେଳେ ବିଶ୍ରା ବ୍ଲକରେ ୫୦ହଜାର ୩୭୪ ଜଣ ଭୋଟର ରହିଛନ୍ତି। ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନରେ ୪୧ ଜଣ ଜିଲାପରିଷଦ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ମାଣ କାମ ବେଳେ ଧସିଲା ମାଟି ଅତଡ଼ା

କଟକ,୧୮ା୪(କାର୍ତ୍ତିକ ସାହୁ): ମାଲଗୋଦାମ ଅଞ୍ଚଳରେ ଏକ ନିର୍ମାଣ କାମ ଚାଲୁଥିବା ବେଳେ ମାଟି ଅତଡ଼ା ଧସି ଜଣେ ଶ୍ରମିକ ସେଥିରେ ପୋତି ହୋଇଯାଇଥିଲେ। ଖବର ପାଇ...

ଅଷ୍ଟପ୍ରହର ନାମଯଜ୍ଞରେ ଗୁଳିମାଡ଼

ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ପ୍ରଭାତ କୁମାର ସାହୁ/ମକରନ୍ଦ ସାହୁ)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଲମ୍ବସୱରୀ ଗ୍ରାମପଞ୍ଚାୟତର ପିପଲପାଲି ଗ୍ରାମରେ ରାମନବମୀ ପାଇଁ ଅଷ୍ଟପ୍ରହର ନାମଯଜ୍ଞ ଚାଲିଥିବାବେଳେ ବୁଧବାର ରାତି...

ନିର୍ବାଚନ ପୂର୍ବରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସହର ଉପକଣ୍ଠ ହଲଦୀପାଲି ଛକରେ ଯାଞ୍ଚ ଚଲାଇ ଥିବାବେଳେ ବୁଧବାର ୧୦ଲକ୍ଷ ଟଙ୍କା ଜବତ କରିଛି ।...

ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଡକାୟତି

ବରପାଲି,୧୮।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲିସ୍ଥିତ ଏକ ହୋଟେଲ ତଳ ମହଲାରେ ଥିବା ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଗୁରୁବାର ସଶସ୍ତ୍ର ଡକାୟତ ହୋଇଛି। ଡକାୟତମାନେ ବ୍ୟାଙ୍କରୁ...

ରାଲିରେ ଯାଇ ନିଲମ୍ବିତ ହୋଇଥିଲେ ଶିକ୍ଷୟିତ୍ରୀ: ଏବେ ସଭାକୁ ଯାଇ ଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା

ବୌଦ୍ଧ/ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ଅଜିତ କୁମାର ବାରିକ/ ପ୍ରଭାତ କୁମାର ସାହୁ/ ମକରନ୍ଦ ସାହୁ): ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ଏକ ଦଳର ନିର୍ବାଚନୀ ସଭାରେ ଯୋଗ...

ବାପା-ଝିଅ ଯାଉଥିଲେ, ଜଳିଗଲା ବ୍ୟାଟେରୀ ସ୍କୁଟି

କେନ୍ଦୁଝର,୧୮ା୪(ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର-ଗୋବର୍ଦ୍ଧନ ମଝିରେ ଥିବା ପେଟ୍ରୋଲପମ୍ପ ଓ ଇଟାଫେକ୍ଟ୍ରି ନିକଟରେ ଏକ(ଓଡି-୩୩-ଏ ଏଫ-୯୯୭୪)ଓକିନାୱା ନାମକ ବ୍ୟାଟେରୀ...

ନିର୍ବାଚନ ପୂର୍ବରୁ ଝଟ୍‌କା: ବିଜେଡି ଛାଡ଼ିଲେ ପୂର୍ବତନ ପୌରାଧ୍ୟକ୍ଷ

ଝାରସୁଗୁଡ଼ା,୧୮ା୪(ସଞ୍ଜୟ ମାଲି): ଝାରସୁଗୁଡ଼ା ଜିଲା ବେଲପାହାଡ଼ ଟାଉନ ବିଜେଡି ସଭାପତି ତଥା ବେଲପାହାଡ଼ ପୌର ପରିଷଦ ପୂର୍ବତନ ଅଧ୍ୟକ୍ଷ କୈଳାସ ନାଏକ ବିଜେଡି ଛାଡିଥିବା ନେଇ...

ସଡ଼କ ଦୁର୍ଘଟଣାରେ ୨ ମୃତ: ରାସ୍ତାରେ ମୃତଦେହ ରଖି କ୍ଷତିପୂରଣ ଦାବି କଲେ

ଗୋପାଳପୁର,୧୮।୪(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା କନିସି-ତୁଳୁ ରାସ୍ତା ମଝିରେ ବୁଧବାର ବାଇକ ମୁହାଁମୁହିଁ ଧକ୍କା ହୋଇ ଦୁଇଜଣଙ୍କ ମୃତ୍ୟୁ ଘଟିଥିଲା l ମୃତକମାନେ ହେଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri