ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ମତଦାତା

ସୁନ୍ଦରଗଡ଼,୧୮।୨(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲାରେ ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ଭୋଟ ଗ୍ରହଣ ଚାଳିଛି। ଜିଲାର ସବଡେଗା, କୁତ୍ରା, ନୂଆଁଗାଁ ଏବଂ ବିଶ୍ରା ବ୍ଲକର ୮ଟି ଜିଲାପରିଷଦ ଜୋନ୍‌ରେ ୨୫୩୮୬୧ ମତଦାତା ୮୨୨ ଭୋଟ ଗ୍ରହଣ କେନ୍ଦ୍ରରେ ନିଜର ମତଦାନ ଅଧିକାର ସାବ୍ୟସ୍ତ କରୁଛନ୍ତି। ଶାନ୍ତିଶୃଙ୍ଖଳା ସହ ମତଦାନ ଶେଷ କରିବାକୁ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି।

ସବଡେଗା ବ୍ଲକର ୨ଟି ଜୋନ୍‌ରେ ମୋଟ ୧୭୩ଟି ବୁଥ ମଧ୍ୟରୁ ୮୪ଟି ବୁଥ୍‌ ଉତ୍ତେଜନାପ୍ରବଣ ଓ ୨୨ଟି ବୁଥ ଅତି ଉତ୍ତେଜନାପ୍ରବଣ ଭାବେ ଚିହ୍ନଟ ହୋଇଛି। କୁତ୍ରା ବ୍ଲକରେ ଥିବା ୨ଟି ଜୋନ୍‌ରେ ୨୦୦ଟି ବୁଥ ମଧ୍ୟରୁ ୧୨୮ଟି ଉତ୍ତେଜନା ଓ ୪୯ଟି ଅତି ଉତ୍ତେଜନାପ୍ରବଣ ବୁଥ ରହିଛି। ନୂଆଁଗାଁ ବ୍ଲକରେ ୫୬ଟି ଉତ୍ତେଜନାପ୍ରବଣ ଓ ୨ଟି ଅତି ଉତ୍ତେଜନା ପ୍ରବଣ ବୁଥ ରହିଥିବା ବେଳେ ବିଶ୍ରା ବ୍ଲକର ୨ଟି ଜୋନ୍‌ ରେ ଥିବା ୧୮୮ଟି ବୁଥ ମଧ୍ୟରୁ ୭୭ଟି ଉତ୍ତେଜନାପ୍ରବଣ ଓ ୪୨ଟି ଅତି ଉତ୍ତେଜନାପ୍ରବଣ ବୁଥ ଭାବେ ଚିହ୍ନଟ ହୋଇଛି। ସେଗୁଡିକରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ସବଡେଗା ବ୍ଲକରେ ମୋଟ ୫୦ହଜାର ୫୯୯ଜଣ ଭୋଟର ଥିବା ବେଳେ କୁତ୍ରା ବ୍ଲକରେ ୬୪ହଜାର ୭୯୫ଜଣ ଭୋଟର ରହିଛନ୍ତି। ସେହିପରି ନୂଆଁଗାଁ ବ୍ଲକରେ ମୋଟ ଭୋଟର ସଂଖ୍ୟା ୭୮ହଜାର ୯୯୬ ଥିବା ବେଳେ ବିଶ୍ରା ବ୍ଲକରେ ୫୦ହଜାର ୩୭୪ ଜଣ ଭୋଟର ରହିଛନ୍ତି। ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନରେ ୪୧ ଜଣ ଜିଲାପରିଷଦ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନୱାଡ଼ି କେନ୍ଦ୍ରରେ ୪ ଶିଶୁଙ୍କୁ ତାଲା ପକାଇ ରାଶନ ପାଇଁ ଗଲେ କର୍ମଚାରୀ

ଜି.ଉଦୟଗିରି,୧ା୧୦(ଚିନ୍ମୟ କୁମାର ସେଠୀ):କୁପୋଷଣ ଦୂର ପାଇଁ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକରେ ଆଙ୍ଗନ କା ଉତ୍ସବ ପାଳନ କରାଯାଇଥିବା ବେଳେ ମଙ୍ଗଳବାର ୪ ଶିଶୁଙ୍କୁ କେନ୍ଦ୍ରରେ ତାଲା ପକାଇ ରଖାଯାଇଥିବା…

ଅକ୍ଟୋବର ପହିଲାରୁ ମହଙ୍ଗା ମାଡ଼: ପୁଣି ବଢ଼ିଲା କମର୍ସିଆଲ LPG ସିଲିଣ୍ଡର ଦାମ୍‌, ୬୨ଟଙ୍କାରୁ ଅଧିକ …

ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭ ହେଉଥିବା ବେଳେ ସାଧାରଣ ଲୋକ ଓ ବ୍ୟବସାୟୀଙ୍କୁ ବଡ଼ ଝଟକା ଲାଗିଛି। ଅକ୍ଟୋବର ୧ ତାରିଖରୁ ସରକାରୀ ତୈଳ କମ୍ପାନୀଗୁଡ଼ିକ ୧୯…

ଏମ୍‌ପିଙ୍କ ହସ୍ତକ୍ଷେପ ଲୋଡ଼ିଲେ ଯୋଗାଣ ସହାୟକ: ଦୀର୍ଘଦିନର ସମସ୍ୟା ସମାଧାନ ଦାବି

ଗଞ୍ଜାମ, ୩୦।୯: ଦୀର୍ଘ ୧୪ ବର୍ଷ ଧରି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଅଧୀନରେ କାର୍ଯ୍ୟ କରିଆସୁଥିବା ଯୋଗାଣ ସହାୟକମାନେ ନିଜର ବିଭିନ୍ନ ସମସ୍ୟା…

ବିଶ୍ୱର ପ୍ରଥମ ବ୍ୟାଟର୍‌ ଭାବେ ବଡ଼ କାରନାମା କଲେ ରୋହିତ ଶର୍ମା

ଗୁଆହାଟୀ,୧।୧୦: ‘ହିଟ୍‌ମ୍ୟାନ’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ପୁଣିଥରେ ଛକାର ବର୍ଷା ଦେଖିବାକୁ ମିଳିଛି। ଗୁଆହାଟୀରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ରୋହିତ ଏକ ବିଶେଷ ରେକର୍ଡ ନିଜ…

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?