ଗଛ ବି ବଦଳାଇ ଦେବ ଭାଗ୍ୟ

ଘରେ ଶାନ୍ତି ଓ ସୁଖସମୃଦ୍ଧି ବୃଦ୍ଧି କରିବାକୁ କାହାର ବା ଇଚ୍ଛା ନୁହେଁ। ସେଥିପାଇଁ କିଏ କେତେ ପ୍ରକାରର ବିଧିବିଧାନକୁ ଆପଣେଇଥାନ୍ତି। ହେଲେ ବାସ୍ତୁଶାସ୍ତ୍ର ଅନୁସାରେ, ଏମିତି ବି କେତେକ ଗଛ ଅଛି ଯାହାକୁ ଘରେ ଲଗାଇବା ଦ୍ୱାରା ଧନବୃଦ୍ଧି ହେବା ସହ ଭାଗ୍ୟ ମଧ୍ୟ ବଦଳିଯାଇଥାଏ। ଯେମିତିକି ମନିପ୍ଲାଣ୍ଟ। ବାସ୍ତୁଶାସ୍ତ୍ର କହେ, ଗୃହର ଆଗ୍ନେୟ କୋଣରେ ଏହି ବୃକ୍ଷକୁ ଲଗାଇଲେ ଘରେ ସକାରାତ୍ମକ ଶକ୍ତି ବୃଦ୍ଧି ପାଇଥାଏ। ତା’ଛଡ଼ା ଏହି ବୃକ୍ଷକୁ ଏମିତି ଲଗାଇବା ଦରକାର ଯେମିତିକ ଏହାର ଡାଳ ଓ ପତ୍ର ଉର୍ଦ୍ଧ୍ୱଗାମୀ ହୋଇ ବଢୁଥିବ। ତା’ଛଡ଼ା ଏହି ଗଛର ପତ୍ର ଯେତେ ସବୁଜ ଶ୍ୟାମଳ ହୋଇ ରହିବ ସେତେ ଭଲ। ସେହିପରି ତୁଳସୀ ଗଛକୁ ପବିତ୍ରତାର ସ୍ବରୂପ ବୋଲି କୁହାଯାଇଥାଏ। ଘରୁ ନକାରାତ୍ମକ ଶକ୍ତିକୁ ଦୂର କରିବାରେ ଏହା ବେଶ୍‌ ସହାୟକ ହୋଇଥାଏ। ତେବେ ଘରର ଉତ୍ତର ଦିଗ କିମ୍ବା ଉତ୍ତର-ପୂର୍ବ ଦିଗରେ ତୁଳସୀ ଗଛକୁ ଲଗାଇବା ଅତ୍ୟନ୍ତ ଶୁଭ ହୋଇଥାଏ। ଧଳା ଅପରାଜିତା ଫୁଲ ଫୁଟୁଥିବା ଗଛ ଘରେ ଲଗାଇବା ମଧ୍ୟ ଶୁଭ ହୋଇଥାଏ। ଏହାଦ୍ୱାରା କୁଆଡ଼େ ଘରେ ଧନବୃଦ୍ଧି ହୁଏ ବୋଲି ବିଶ୍ୱାସ କରାଯାଏ। ଏରିକା ପାମ୍‌ ବୃକ୍ଷକୁ ବି ଲକି ପ୍ଲାଣ୍ଟ ବୋଲି ଅନେକେ କହିଥାନ୍ତି। ଏହି ବୃକ୍ଷ କେବଳ ଦେଖିବାକୁ ସୁନ୍ଦର ହୋଇଥାଏ ତାହା ନୁହେଁ, ଏହାକୁ ଘରେ ରଖିଲେ ଘରର ବାୟୁ ସ୍ବଚ୍ଛ ରହିବା ସହ ଘରେ ଐଶ୍ୱର୍ଯ୍ୟ ମଧ୍ୟ ବୃଦ୍ଧି ପାଇଥାଏ। ବାମ୍ବୋ ପ୍ଲାଣ୍ଟ ବି ଘର ପାଇଁ ସମୃଦ୍ଧି ଆଣିଥାଏ ବୋଲି ବାସ୍ତୁଶାସ୍ତ୍ରରେ ଉଲ୍ଲେଖ ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଗିରଫ ପରେ ଜାମିନରେ ଖଲାସ ହେଲେ ଏହି ଗଲ୍‌ଫ ଖେଳାଳି, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

ଜୁପିଟର ଆଇଲାଣ୍ଡ, ୨୮ା୩: ବିଶିଷ୍ଟ ଗଲ୍‌ଫ ଖେଳାଳି ଟାଇଗର ଉଡ୍ସ ନିଶାଗ୍ରସ୍ତ ଅବସ୍ଥାରେ ଡ୍ରାଇଭିଂ କରିଥିବା ଅଭିଯୋଗରେ ପୋଲିସ ଦ୍ୱାରା ଗିରଫ ହେବାପରେ ଶୁକ୍ରବାର ବିଳମ୍ବିତ ରାତିରେ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ଉପଖଣ୍ଡ ମାନ୍ୟତା ପ୍ରଦାନ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ରିଷିଡ଼ା,୨୮ା୩ (ସୁଶାନ୍ତ ମଲ୍ଲିକ)କଳାହାଣ୍ଡି ଜିଲାର ମଦନପୁର ରାମପୁରକୁ ଉପଖଣ୍ଡ ମାନ୍ୟତା ଦେବା ପାଇଁ ଯୁବ ନେତା ତଥା ରାଜ ପରିବାର ସଦସ୍ୟ ନୀଳମାଧବ ସିଂଦେଓ ମୁଖ୍ୟମନ୍ତ୍ରୀ ମୋହନ…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

ବାଣଫୁଟାଇ ମିଠାଖୁଆଇ ବିଜୟ ଉତ୍ସବ ପାଳିଲେ ପ୍ରକାଶ-ରବୀନ୍ଦ୍ର

ପୁରୁଷୋତ୍ତମପୁର,୨୮ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିରେ ସଭାପତି ଭାବେ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ…

ମଧ୍ୟପ୍ରାଚ୍ୟରେ ଅଶାନ୍ତି ମଧ୍ୟରେ, ଆମେରିକାକୁ କଡ଼ା ଚେତାବନୀ ଦେଲେ ଇରାନ ରାଷ୍ଟ୍ରପତି, କହିଲେ ଏଥର…

ତେହରନ୍‌,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ନିରନ୍ତର କ୍ଷେପଣାସ୍ତ୍ର ଆକ୍ରମଣ ବିନିମୟ ହୋଇଛି। ଇରାନ ରାଷ୍ଟ୍ରପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri