Posted inଜାତୀୟ

‘ଆଗରେ ଦାଦା, ପଛେ ପଛେ ପୁତୁରା’

ଲକ୍ଷ୍ନୌ,୧୭।୮:ସମାଜବାଦୀ ପାର୍ଟି (ଏସପି) ମିଶନ ୨୦୨୪ର ପ୍ରସ୍ତୁତି ଆରମ୍ଭ କରିଛି। ଦଳ ଲୋକସଭା ନିର୍ବାଚନ ୬ ମାସ ପୂର୍ବରୁ ପାଇଁ ପ୍ରସ୍ତୁତ ଅଛି। ବିରୋଧୀ ଦଳର ମିଳିତ ମେଣ୍ଟ ‘ଇଣ୍ଡିଆ’ ଭାରତୀୟ ଜନତା ପାର୍ଟି ସରକାରକୁ କ୍ଷମତାରୁ ହଟାଇବ ବୋଲି ଏସପିର ବରିଷ୍ଠ ନେତା ଶିବପାଲ ସିଂ ଯାଦବ ଦାବି କରିଛନ୍ତି।
ଫତେହପୁରରେ କାର୍ଯ୍ୟକର୍ତ୍ତା ପ୍ରଶିକ୍ଷଣ ଶିବିର କାର୍ଯ୍ୟକ୍ରମ ଅବସରରେ ଶିବପାଲ କହିଛନ୍ତି,ଭାଜପା ସରକାରଙ୍କ ଦୁର୍ନୀତି ଯୋଗୁ ଦେଶ ତଥା ରାଜ୍ୟବାସୀ ସମ୍ପୂର୍ଣ୍ଣ ଅସୁବିଧାରେ ପଡ଼ିଛନ୍ତି। ଲୋକ ସଭା ନିର୍ବାଚନରେ ଭୋଟ ଦେବାବେଳେ ଭୋଟରମାନେ ଭାଜପାର କଳଙ୍କକୁ ମନେ ରଖିବେ।
ଏହାସହ ଶିବପାଲ ପୁତୁରା ତଥା ଏସ୍‌ପି ମୁଖ୍ୟ ଅଖିଳେଶଙ୍କ ସମ୍ପର୍କକୁ ନେଇ ଏକ ବଡ଼ ମନ୍ତବ୍ୟ ଦେଇଛନ୍ତି। ଶିବପାଲ କହିଛନ୍ତି, ଦାଦା ଏବଂ ପୁତୁରାଙ୍କୁ ଜୀବନସାରା ଏକାଠି ଦେଖିବେ। ବର୍ତ୍ତମାନ ଦାଦା ଆଗେ ଆଗେ ଏବଂ ପୁତୁରା ପଛେ ପଛେ ଯିବେ। ଶିବପାଲଙ୍କ ଏହି ମନ୍ତବ୍ୟ ସୁହେଲଦେବ ଭାରତୀୟ ସମାଜ ପାର୍ଟିକୁ ମୁଖ୍ୟ ଓମ ପ୍ରକାଶ ରାଜଭରଙ୍କୁ ଏକ ଝଟ୍‌କା ଦେଇଛି। ନିକଟେରେ ଏସ୍‌ପି ହାତ ଛାଡି ଏନ୍‌ଡିଏରେ ଯୋଗଦେଇଥିବା ରାଜଭର ଶିବପାଲ ଯାଦବଙ୍କୁ ଏନଡିଏ କ୍ୟାମ୍ପକୁ ଆଣିବା ବିଷୟରେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

ସ୍କୁଲରୁ ଘରକୁ ଫେରିବା ବେଳେ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ

ପୁରୁଷୋତ୍ତମପୁର,୧୦ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଛକ ନିକଟରେ ବୁଧବାର ସନ୍ଧ୍ୟାରେ ଦୁଇ ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ...

ବାଇକ୍‌ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ

ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...

ଟ୍ରକ୍‌କୁ ସାଇଡ୍‌ ଦେବାକୁ ଯାଇ ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣୀ ବ୍ଲକ ପାରଳାଖେମୁଣ୍ଡି ଆଦର୍ଶ ଥାନା ଅନ୍ତର୍ଗତ କତଳକଇଠା ଗ୍ରାମ ନିକଟରେ ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ବୁଧବାର ଜଣେ...

ମହିଳାଙ୍କ ବିଷୟରେ ଆପତ୍ତିଜନକ ମନ୍ତବ୍ୟ ଦେଲେ ଅନିରୁଦ୍ଧାଚାର୍ଯ୍ୟ, ମାମଲା ରୁଜୁ

ନୂଆଦିଲ୍ଲୀ,୧୦।୧୨: ଆଧ୍ୟାତ୍ମିକ ଗୁରୁ ଅନିରୁଦ୍ଧାଚାର୍ଯ୍ୟ ମହିଳାମାନଙ୍କ ବିଷୟରେ ଦେଇଥିବା କିଛି ଆପତ୍ତିଜନକ ମନ୍ତବ୍ୟକୁ ନେଇ ବିବାଦ ଘେରକୁ ଆସିଛନ୍ତି। ଏହି ମାମଲାରେ ମୁଖ୍ୟ ନ୍ୟାୟିକ ମାଜିଷ୍ଟ୍ରେଟ୍...

ଟାଟା ପାଓ୍ବାରରେ ଚାଲିଛି ଛଟେଇ: ପ୍ରତିବାଦରେ ଏସ୍‌ଇ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଭଞ୍ଜନଗର,୧୦ା୧୨(ବାବୁଲା ପ୍ରଧାନ): ଟାଟା ପାଓ୍ବାରରେ ଆଉଟସୋର୍ସିଂ କର୍ମଚାରୀଙ୍କୁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ପରୋକ୍ଷରେ ଠିକାଦାର ସଂସ୍ଥା ଉପରେ ଚାପ ପକାଇ ବିଭିନ୍ନ ସମୟରେ ଛଟେଇ କରୁଛନ୍ତି।...

ମୋଦି-ରାହୁଲଙ୍କ ମଧ୍ୟରେ ଅଚାନକ ୮୮ ମିନିଟ୍ ଧରି ଚାଲିଲା ବୈଠକ, ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୧୨: ସଂସଦର ଶୀତକାଳୀନ ଅଧିବେଶନ ଚାଲିଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀଙ୍କ ମଧ୍ୟରେ ଏକ ଅଚାନକ ୮୮ ମିନିଟ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri