ବାପ ଝିଅ ବିଷ ପିଇବା ଘଟଣା: ଧରାପଡ଼ିଲେ ମୁଖ୍ୟ ଅଭିଯୁକ୍ତ

ସୋର,୨୫।୪(ଡି.ଏନ୍‌.ଏ): ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜନୈକା ନାବାଳିକାଙ୍କୁ ଏକତରଫା ପ୍ରେମ କରି ଜଣେ ଯୁବକ ତାଙ୍କ ସହଯୋଗୀଙ୍କ ସହ ଅପହରଣ ଉଦ୍ୟମ କରିଥିଲେ। ଏନେଇ ନାବଳିକାଙ୍କ ବାପା ଥାନାରେ ଅଭିଯୋଗ କରିଥିଲେ ମଧ୍ୟ ପୋଲିସ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ନ ଥିଲା। ଶେଷରେ ନ୍ୟାୟ ନ ପାଇ ବାପ ଝିଅ ବିଷ ପିଇବା ଆଲୋଡ଼ନ ସୃଷ୍ଟି କରିଥିଲା। ଏହି ଘଟଣାର ତଦନ୍ତ ଚଳାଇ ପୋଲିସ ମୁଖ୍ୟ ଅଭିଯୁକ୍ତ ବାଗୁଡ଼ି ଗ୍ରାମର ରବୀନ୍ଦ୍ର ଦାସଙ୍କୁ ଗିରଫ କରି ରବିବାର କୋର୍ଟଚାଲାଣ କରିଛି। ରଙ୍ଗକାମ କରିବାକୁ ଯାଇ ରବୀନ୍ଦ୍ର ଉକ୍ତ ନାବାଳିକାଙ୍କୁ ଏକତରଫା ପ୍ରେମ କରି ଆସୁଥିଲେ। ନାବାଳିକା ଜଣକ କଲେଜ ଯିବା ବାଟରେ ଅଭିଯୁକ୍ତ ତାଙ୍କୁ ହଇରାଣ ହରକତ କରୁୁଥିଲେ। ଏନେଇ ପୂର୍ବରୁ ଥାନାରେ ଅଭିଯୋଗ ହେବା ସହ ଉଭୟପକ୍ଷଙ୍କ ଉପସ୍ଥିତିରେ ସମାଧାନ ହୋଇଥିଲା। ମାତ୍ର ଗତ ୧୯ ତାରିଖରେ ରବୀନ୍ଦ୍ର ବାଗୁଡ଼ି-ମଙ୍ଗଳପୁର ରାସ୍ତାରୁ ନାବାଳିକାଙ୍କୁ ଅପହରଣ କରିବାକୁ ଚେଷ୍ଟା କରୁଥିବା ବେଳେ ସେ କୌଶଳ କ୍ରମେ ସେଠାରୁ ଖସି ଆସିଥିଲେ। ଏନେଇ ନାବାଳିକାଙ୍କ ବାପା ସୋର ଥାନାରେ ଅଭିଯୋଗ କରିଥିଲେ। ପୋଲିସ ମାମଲା ରୁଜୁକରି ଚୁପ୍‌ ବସିଥିବା ବେଳେ ଅଭିଯୁକ୍ତ ରବୀନ୍ଦ୍ର ପ୍ରତିଶୋଧ ପରାୟଣ ହୋଇପଡ଼ିଥିଲେ। ୨୨ ତାରିଖରେ ବାପ ଝିଅ ଥାନାକୁ ଯାଉଥିବା ବେଳେ ରବୀନ୍ଦ୍ର ଓ ତାଙ୍କ ସହଯୋଗୀ ସେମାନଙ୍କ ପିଛା କରିଥିଲେ। ଏଥିରେ ମାନସିକ ସନ୍ତୁଳନ ହରାଇ ବାପ ଝିଅ ଭଦ୍ରକ ଗେଲପୁରଛକ ନିକଟସ୍ଥ ବିଲରେ ବିଷ ପିଇଦେଇଥିଲେ। ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ଭଦ୍ରକ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ନାବାଳିକାଙ୍କ ସ୍ବାସ୍ଥ୍ୟାବସ୍ଥାରେ ସୁଧାର ଆସିଥିଲା ବେଳେ ତାଙ୍କ ବାପାଙ୍କୁ କଟକ ପଠାଇ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କାମ ସାରି ଘରକୁ ଫେରୁଥିବା ବେଳେ ପଛପଟୁ ଧକ୍କା ଦେଲା ପିକଅପ୍‌ ଭ୍ୟାନ୍‌

ବାଲେଶର ଅଫିସ,୨୦।୪( ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଥାନାରେ ହୋମଗାର୍ଡ ଭାବେ କାର୍ଯ୍ୟ କରୁଥିବା ଛୋଟକାନପୁର ଗ୍ରାମର ଲକ୍ଷ୍ମୀଧର ଜେନା ( ୫୬) ଶନିବାର...

ମତ୍ସ୍ୟଜୀବୀଙ୍କୁ ମିଳୁନି ମୌଳିକ ସୁବିଧା

କାଳିପଦା, ୨୦।୪(ରାଜଶ୍ରୀ ପାଣିଗ୍ରାହୀ)ନିର୍ବାଚନ ପୂର୍ବରୁ ସବୁବର୍ଗର ଲୋକଙ୍କୁ ଖୁସି କରିବା ଲାଗି ବିଭିନ୍ନ ଲୋଭନୀୟ ଯୋଜନା ମାଧ୍ୟମରେ ସରକାର ଲୋକଙ୍କ ପାଖରେ ପହଞ୍ଚାଇବାକୁ ଚେଷ୍ଟା କରୁଛନ୍ତି।...

ପର୍ଯ୍ୟବେକ୍ଷକଙ୍କ ଆଗରେ ଅସନ୍ତୋଷ ଝାଡ଼ିଲେ ଛାମୁଆ ନେତା

ବାଲେଶ୍ୱର, ୨୦୪(ମାନସ ବିଶ୍ୱାଳ):  ବାଲେଶ୍ୱର ଜିଲା ବାମପଦାସ୍ଥିତ ନୋସି ବିଜିନେସ ପାର୍କରେ ଶୁକ୍ରବାର ବିଜେଡିର ବାଲେଶ୍ୱର ସଂସଦୀୟ କ୍ଷେତ୍ରର ନିର୍ବାଚନୀ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା।...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ଶ୍ରୀକାନ୍ତଙ୍କ ପ୍ରାର୍ଥିତ୍ୱରୁ ତ୍ରିମୁଖୀ ଲଢ଼େଇ

ବାଲେଶ୍ୱର,୧୬ା୪(ମାନସ ବିଶ୍ୱାଳ):ବାଲେଶ୍ୱର ଲୋକ ସଭା ଆସନ ପାଇଁ କଂଗ୍ରେସ ପକ୍ଷରୁ ଶ୍ରୀକାନ୍ତ ଜେନାଙ୍କ ନାମ ଘୋଷଣା କରାଯାଇଛି। ପୂର୍ବରୁ ଭାଜପାରୁ ପ୍ରତାପ ଷଡ଼ଙ୍ଗୀ ଓ ବିଜେଡିରୁ...

ପ୍ରତାପ ଷଡଙ୍ଗୀଙ୍କୁ ନିଜ ଦଳର କର୍ମୀ ଚେତାବନୀ, ଏମିତି ନ କଲେ ନିର୍ବାଚନମଣ୍ଡଳୀରେ ପୂରାଇ ଦିଆଯିବ ନାହିଁ

ବାଲେଶ୍ୱର,୧୪।୪(ମାନସ ବିଶ୍ୱାଳ)- ଜଳେଶ୍ୱର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ପକ୍ଷରୁ ଘୋଷଣା କରାଯାଇଥିବା ପ୍ରାର୍ଥୀଙ୍କୁ ବିରୋଧ କରାଯାଇଛି। ଏନେଇ ବାଲେଶ୍ୱର ସହର ସହଦେବଖୁଣ୍ଟାସ୍ଥିତ ଏକ ଘରୋଇ...

ଚିଙ୍ଗୁଡ଼ି ଘେରିରେ ଏସିଡ୍‌ ଢାଳି ଯୁବକଙ୍କୁ ହତ୍ୟା

ରୂପସା,୧୪।୪(ବାଞ୍ଛାନିଧି ଦେ)ବାଲେଶ୍ୱର ଜିଲା ସିଂଲା ଥାନା ଅଧୀନ ଗନ୍ଧିଆ ଗାଁ ନିକଟରେ ଥିବା ଏକ ଚିଙ୍ଗୁଡ଼ି ଘେରିରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri