ସ୍କୁଟିରେ ଯାଉଥିଲେ ବାପ-ଝିଅ: ଧକ୍କା ଦେଇ ଘୋଷାଡି ନେଲା କାର, ଆଉ ତା’ପରେ…

ଢେଙ୍କିକୋଟ,୨୪ା୧୦(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟ୍‌ ପୋଲିସ ବିଟ୍‌ ହାଉସ ଅନ୍ତର୍ଗତ ଢେଙ୍କିକୋଟ ହାଇସ୍କୁଲ ସମ୍ମୁଖ ୨୦ ନମ୍ବର ଜାତୀୟ ରାଜପଥରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ବାପା, ଝିଅ ଗୁରୁତର ହୋଇଥିବା ଜଣାପଡ଼ିଛି। ଗୁରୁତର ଦ୍ୱୟ ବାଲେଶ୍ୱରର କିଶୋର ଚନ୍ଦ୍ର ପଢ଼ିଆରି ଓ ଝିଅ ଭାଗ୍ୟଶ୍ରୀ ପଢିଆରି।

ପ୍ରକାଶ ଯେ, ଭାଗ୍ୟଶ୍ରୀ ତେଲକୋଇ ସ୍କୁଲ୍‌ରେ ଶିକ୍ଷୟିତ୍ରୀ ଭାବେ କାମ କରନ୍ତି। କୌଣସି ପରୀକ୍ଷା ଥିବାରୁ ବାପାଙ୍କ ସହ ସ୍କୁଟି (ନଂ. ଓଡି ୦୧ ୱାଇକ୍ୟୁ ୭୬୦୬) ଯୋଗେ ବାଲେଶ୍ୱରକୁ ଯାଉଥିଲେ। ୨୦ ନମ୍ବର ଜାତୀୟ ରାଜପଥ ମରାମତି କାର୍ଯ୍ୟ ଯୋଗୁ ୨ ଲେନ୍‌ ବନ୍ଦ ରହିଥିଲା। କୌଣସି ସିଗନାଲ ନ ଦେଇ ଗୋଟିଏ ପାର୍ଶ୍ୱରେ ୨ ଲେନ୍‌ରେ ଗାଡ଼ି ଯାତାୟତ କରୁଥିଲା।

ଏହି ସମୟରେ ଢେଙ୍କିକୋଟ ହାଇସ୍କୁଲ ସମ୍ମୁଖ ବିପରିତ ଦିଗରୁ ଆସୁଥିବା କାର (ନଂ. ଓଡି ୦୯ ଏମ ୩୯୮୯) ସ୍କୁଟିକୁ ସମ୍ମୁଖରୁ ଧକ୍କା ଦେଇ କିଛି ବାଟ ଘୋଷାରି ନେଇଥିଲା। ବାପ, ଝିଅ ଗୁରୁତର ଅବସ୍ଥାରେ ରାସ୍ତାରେ ପଡ଼ିଥିଲେ। ସ୍ଥାନୀୟ ଲୋକେ ଉଦ୍ଧାର କରି ଘଟଗାଁ ଡାକ୍ତରଖାନାକୁ ପଠାଇଥିଲେ। କିଶୋରଙ୍କ ଦୁଇଗୋଡ଼ ଜଙ୍ଘରୁ ଭାଙ୍ଗି ଯାଇଥିବା ବେଳେ ଭାଗ୍ୟଶ୍ରୀଙ୍କ ଅଣ୍ଟା ଭାଙ୍ଗି ଯାଇଥିବା ଜଣାପଡ଼ିଛି। ପ୍ରାଥମିକ ଚିକିତ୍ସା ପରେ ଉଭୟଙ୍କୁ କଟକ ସ୍ଥାନାନ୍ତର କରାଯାଇଥିବା ଘଟଗଁା ଡା. ମୁକ୍ତିକାନ୍ତ ନାୟକ ସୂଚନା ଦେଇଛନ୍ତି।

ଖବର ପାଇ ଘଟଗାଁ ଓ ଢେଙ୍କିକୋଟ ପୋଲିସ ପହଞ୍ଚି ୩ ଦୁର୍ଘଟଣାଗ୍ରସ୍ତ ଗାଡ଼ି ଜବତ କରିଛି। ଦୁର୍ଘଟଣା ପରେ ରାସ୍ତାର ଉଭୟ ପାର୍ଶ୍ୱରେ ଅନେକ ଶହ ଗାଡି ଛିଡ଼ା ହୋଇଥିଲା। ପୋଲିସ ଗାଡ଼ି ହଟାଇ ଗାଡ଼ି ଚଳାଚଳ ସ୍ବାଭାବିକ କରିଥିଲା। ଠିକାସଂସ୍ଥାର ଖାମଖିଆଲି ମନୋଭାବ ଯୋଗୁ ଦୈନିକ ଛୋଟ, ବଡ଼ ଦୁର୍ଘଟଣା ଘଟୁଥିବା ଅଭିଯୋଗ ହୋଇଛି। ଏଥିପ୍ରତି ଠିକାସଂସ୍ଥା, ଜିଲା ପ୍ରଶାସନ ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମୌଳିକ ସୁବିଧା ଅପହଞ୍ଚ ଗାଁ କମାରଖୋଲ: କୂଅ-ଝରଣା ପାଣି ଉପରେ ନିର୍ଭର

ନୂଆପଡ଼ା,୨୫ା୮ (ମକାରୁ ବେମାଲ):ସ୍ବାଧୀନତାର ଦୀର୍ଘବର୍ଷ ପରେ ମଧ୍ୟ ନୂଆପଡ଼ା ଜିଲା ବୋଡେନ ବ୍ଲକ ଖଇରା ପଞ୍ଚାୟତ କମାରଖୋଲ ଗଁାରେ ମୌଳିକ ସୁବିଧା ଅପହଞ୍ଚ ହୋଇରହିଛି। ଗଁାରେ ୨୦…

ପଶ୍ଚିମବଙ୍ଗ ରାଜନୀତିରେ ହଇଚଇ: ମମତାଙ୍କୁ ଧମକ ଦେଲେ ମୁଖ୍ୟମନ୍ତ୍ରୀ! ଘରୁ ବାହାରିବାକୁ….

କୋଲକାତା,୨୫ା୮: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶୁଭେନ୍ଦୁ ଅଧିକାରୀଙ୍କୁ ଟାର୍ଗେଟ କରିଛନ୍ତି । ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଏକ ଭିଡିଓ ସେୟାର କରି ଶୁଭେନ୍ଦୁ…

ଗରିମା କନକ୍ଲେଭ୍‌, ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ

ଛତ୍ରପୁର,୨୫।୮( ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ‘ଗରିମା ଯୋଜନା’ର ସଫଳ ରୂପାୟନ ପାଇଁ ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ ପ୍ରଦାନ କରାଯାଇଛି । ଭୁବନେଶ୍ୱରସ୍ଥିତ ଲୋକସେବା ଭବନଠାରେ…

ଧାନ ବିକ୍ରି ପଞ୍ଜୀକରଣବେଳେ ଚାଷୀଙ୍କୁ ବିଭ୍ରାନ୍ତ କରିଥିବା ଅଭିଯୋଗ: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ): ଖରିଫ ୨୦୨୬-୨୭ ଧାନ ବିକ୍ରି ପାଇଁ ପାକ୍ସଗୁଡ଼ିକରେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଥିବାବେଳେ ଆଗଲପୁର ବ୍ଲକ ମୁରୁଶୁଣ୍ଡି ପାକ୍ସରେ ଧାନ କିଣାବିକାକୁ ନେଇ ଏକ…

ଦୁର୍ଗମ ଅଞ୍ଚଳରେ ‘ଦମନ’ ଟିମ୍‌: କମୁଛି ମ୍ୟାଲେରିଆ ଜ୍ୱର ଭୟ

ଦାରିଙ୍ଗବାଡି, ୨୫।୮ (ଅରୁଣ ସାହୁ): ମ୍ୟାଲେରିଆ ମୁକ୍ତ ଲକ୍ଷ୍ୟରେ ଦୁର୍ଗମ ଅଞ୍ଚଳରେ ଅପରେଶନ ଦମନ କାର୍ଯ୍ୟକ୍ରମ ଜୋରଦାର କରାଯାଉଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ…

ଜଳ ନିଷ୍କାସନ ଫେଲ୍‌, ବେହାଲ ବରଗଡ଼ ସହର

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ବର୍ଷାଜଳ ନିଷ୍କାସନ ବ୍ୟବସ୍ଥା ଫେଲ୍‌ ମାରିଛି। ସହରର ବିଭିନ୍ନ ସ୍ଥାନରେ ଏପର୍ଯ୍ୟନ୍ତ ଡ୍ରେନ୍‌(ନାଳ) ନିର୍ମାଣ ହୋଇପାରି ନାହିଁ। ସେହିପରି ଯେଉଁଠି ନାଳ ରହିଛି,…

ନାଗାବଳୀ ନଦୀରୁ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର, ନିଖୋଜର ୩ ଦିନ ପରେ ମିଳିଲା ପତ୍ତା

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡା ): ବିଦ୍ୟାଳୟରୁ ନିଖୋଜ ଥିବା ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ନାଗାବଳୀ ନଦୀରୁ ଉଦ୍ଧାର ହୋଇଛି । ମୃତ ଛାତ୍ରଜଣକ କାଶୀପୁର…

ଆପରାଧିକ ମାନସିକତାରେ ପୋଲିସ ଅଧିକାରୀ: ଲୋକଙ୍କୁ ନ୍ୟାୟ ପରିବର୍ତ୍ତେ କରୁଛନ୍ତି ଶୋଷଣ

ଭୁବନେଶ୍ୱର,୨୫।୮(ତ୍ରିନାଥ ମହାନ୍ତି):ଖାକି ପୋଷାକରେ ଥାଇ ପୋଲିସ ଅଧିକାରୀ ଘଟାଉଛନ୍ତି ଅପରାଧ। କେଉଁଠି ସୁରକ୍ଷା ଆଳରେ ଶୋଷଣ ତ’ ଆଉ କେଉଁଠି ଲଭ୍‌ ସେକ୍ସ ଧୋକାର ସଙ୍ଗିନ ଅଭିଯୋଗ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri