ଯୁବକଙ୍କ ଉନ୍ମତ୍ତ କାଣ୍ଡ, ବାପା ଓ ପଡୋଶୀକୁ ହାଣି ହତ୍ୟା

ବାରିପଦା, ୭।୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା କରଞ୍ଜିଆ ବ୍ଲକ କୁଶପଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ପୁଅର ଆକ୍ରମଣରେ ବାପା ସହ ପଡୋଶୀଙ୍କ ମୃତ୍ୟୁ ଘଟିଛି । ଏହା ସହିତ ଜଣେ ଗୁରୁତର ହୋଇ କରଞ୍ଜିଆ ଡାକ୍ତରଖାନାରେ ଚିକିତ୍ସାଧିନ ଅଛନ୍ତି । ଖବରପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଶବ ଦ୍ବୟକୁ ଜବତ କରିବା ସହିତ ଅଭିଯୁକ୍ତ ମଂଟୁ ପାତ୍ରକୁ ଅଟକ ରଖି ପଚରାଉଚୁରା ଜାରି ରଖିଛି । ମୃତକ ଦ୍ବୟ ହେଲେ ଅଭିଯୁକ୍ତର ବାପା ପ୍ରଫୁଲ୍ଲ ପାତ୍ର ଓ ଗଣେଶ୍ବର ପାତ୍ର ।

ସୂଚନାଯୋଗ୍ୟ, ବୁଧବାର ସନ୍ଧ୍ୟାରେ ମଂଟୁ କୌଣସି କାରଣକୁ ନେଇ ଉତକ୍ଷିପ୍ତ ହୋଇପଡିଥିଲା । ଏକ ଧାରୁଆ ଅସ୍ତ୍ରରେ ବାପା ପ୍ରଫୁଲ୍ଲ ପାତ୍ରକୁ ହାଣିଥିଲେ । ଏହି ଘଟଣାକୁ ପଡୋଶୀ ଗଣେଶ୍ବର ପାତ୍ର ଦେଖି ଦେବାରୁ ତାକୁ ମଧ୍ୟ ହାଣି ହତ୍ୟା କରିଥିଲେ। ତେବେ ଏହାକୁ ବିରୋଧ କରିବାକୁ ଯାଇଥିବା ଗଣେଶ୍ବରଙ୍କ ପୁଅ ମଧ୍ୟ ଆକ୍ରମଣର ଶିକାର ହୋଇଥିବା ଜଣାପଡ଼ିଛି । ତେବେ ସେ ବର୍ତ୍ତମାନ ଡାକ୍ତରଖାନାରେ ଚିକିତ୍ସାଧିନ ଅଛନ୍ତି । ରକ୍ତ ଜୁଡୁବୁଡୁ ଅବସ୍ଥାରେ ପ୍ରଫୁଲ୍ଲ ଓ ଗଣେଶ୍ବର ଦୁହେଁ ଘଟଣା ସ୍ଥଳରେ ମୃତ୍ୟୁ ବରଣ କରିଥିଲେ । ଏଭଳି ଲୋମହର୍ଷଣ ଘଟଣାକୁ ନେଇ ଅଂଚଳରେ ଭୟର ବାତାବରଣ ଖେଳିଯାଇଛି । ଆକ୍ରମଣକାରୀକୁ ଗ୍ରାମବାସୀ ଅଟକ ରଖି ପୋଲିସକୁ ଖବର ଦେଇଥିଲେ । ତେବେ ଅଭିଯୁକ୍ତ ଜଣକ ମାନସିକ ବିକୃତି ଥିବାରୁ ଏଭଳି ଘଟଣା ଘଟିଛି ବୋଲି ଅଂଚଳରେ ଆଲୋଚନା ହେଉଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନେପାଳରେ କେମିତି ତାଣ୍ଡବ କଲା ଜଳ ପ୍ରଳୟ? ଭାଇରାଲ ହେଉଛି ଗ୍ଲେସିୟର ଭାଙ୍ଗିବାର ଭୟଙ୍କର ଦୃଶ୍ୟ, ଦେଖନ୍ତୁ…

ନୂଆଦିଲ୍‌ଲୀ,୩୦।୮: ନେପାଳରେ ଗ୍ଲେସିୟର ଭାଙ୍ଗିବା ଏବଂ ଗ୍ଲେସିଆଲ ହ୍ରଦ (Glacial Lake) ଫାଟିବା ଯୋଗୁଁ ଏକ ଭୟଙ୍କର ବନ୍ୟା ଆସିଛି, ଯାହା ତିବ୍ଦତ-ଚୀନ ସୀମାରେ ଥିବା ନେପାଳର…

ଶକ୍ତିଶାଳୀ ମଣିଷକୁ ଭିତରୁ ଭାଙ୍ଗିଦିଏ ଏହି ୫ଟି ଜିନିଷ, ଆଚାର୍ଯ୍ୟ ଚାଣକ୍ୟଙ୍କ ଠାରୁ ଜାଣନ୍ତୁ କିପରି ରହିବେ ସାବଧାନ

ମଣିଷ ଜୀବନରେ ଏମିତି ଅନେକ ପରିସ୍ଥିତି ଆସିଥାଏ, ଯାହା ଯୋଗୁଁ ତାକୁ ନିରାଶ ଏବଂ ହତାଶ ହେବାକୁ ପଡ଼ିଥାଏ। ଜୀବନର ଏହି କଠିନ ସମୟ ଏବଂ ସମସ୍ୟା…

ନଅଙ୍କ ଦୁର୍ଭିକ୍ଷର ମୂକସାକ୍ଷୀ ଫରାସୀ ଭେଲଦା ପଣ୍ୟବାହୀ ଜାହାଜ

ମହାକାଳପଡ଼ା, ୩୦୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ଓଡ଼ିଶାର ପୂର୍ବ ଉପକୂଳ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସାମୁଦ୍ରିକ ତଟଦେଶରେ ବତିଘର, ହୁକିଟୋଲା, ଜମ୍ବୁଲାଲ କୋଠା, କଟକ-ଜମ୍ବୁ ପର୍ଯ୍ୟନ୍ତ ବିଶାଳ…

ଆଜି ମହାସଂଯୋଗ: ୫ ରାଶିର ଭାଗ୍ୟ ବଦଳାଇବେ ୩ଗ୍ରହ; ଅଚାନକ ହେବେ ଧନୀ…

୩୦ ଅଗଷ୍ଟର ଦିନ ପଞ୍ଚାଙ୍ଗ ଏବଂ ଜ୍ୟୋତିଷୀୟ ଯୋଗ ଦୃଷ୍ଟିରୁ ଅତ୍ୟନ୍ତ ଖାସ ପ୍ରମାଣିତ ହୋଇପାରେ। ଏହି ଦିନ ଭାଦ୍ରବ ମାସ କୃଷ୍ଣ ପକ୍ଷ ଦ୍ୱିତୀୟା ତିଥି…

ଏଇ ଭାରତରେ

ଚେନ୍ନାଇର ଚିତଲାପକ୍କମ ନିକଟରେ ଥିବା ଚିତଲାପକ୍କମ ହ୍ରଦ ନିକଟବର୍ତ୍ତୀ ଅଞ୍ଚଳରେ ଖରାଦିନେ ନଳକୂପ ଶୁଖିଯାଏ। ବର୍ଷର ଅନ୍ୟ ସମୟରେ ବି ସେଗୁଡ଼ିକରୁ ଆବଶ୍ୟକ ପାଣି ବାହାରେ ନାହିଁ।…

ପ୍ରଶାସନିକ ସ୍ବଚ୍ଛତା ଏକ ପ୍ରଶ୍ନବାଚୀ

ପ୍ରଶାସନିକ ବ୍ୟବସ୍ଥାରେ ସ୍ବଚ୍ଛତା ଓ ନିରପେକ୍ଷତା ଆଣିବା ଲାଗି ସରକାର ଯେତେ ଯାହା ପଦକ୍ଷେପ ଗ୍ରହଣ କଲେ ମଧ୍ୟ ତାହା ସଫଳ ହୋଇପାରୁନି। ବିଭିନ୍ନ କ୍ଷେତ୍ରରେ କିଭଳି…

ସମୟ ବ୍ୟାଙ୍କ୍‌ର ସେବାପୁଞ୍ଜି

ବ୍ୟାଙ୍କ୍‌ରେ ସଞ୍ଚତ୍ତ ସମସ୍ତ ଅର୍ଥ ଉଠାଇ ଆଣି ରାଜଧାନୀର ଏକ ପ୍ରମୁଖ ଇଞ୍ଜିନିୟରିଂ କଲେଜରେ ନିଜ ପୁଅର ନାମ ଲେଖାଉଥିବା ଜଣେ ମଧ୍ୟବର୍ଗୀୟ ପିତା ତାଙ୍କ ବନ୍ଧୁକୁ…

ବାରମ୍ବାର ଇଣ୍ଟରନାଲ ପରୀକ୍ଷା ଦେବେନି ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ର

ଭୁବନେଶ୍ୱର,୩୦।୮(ସୁଚିସ୍ମିତା ସାହୁ): ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ରଙ୍କ ଇଣ୍ଟରନାଲ ପରୀକ୍ଷାକୁ ନେଇ ରହିଥିବା ଦ୍ୱନ୍ଦ୍ୱ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ଦୂର କରାଯାଇଛି। ଯୁକ୍ତ୨ରେ ଅସଫଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri