ନିୟମିତ ଭାବେ ରାସ୍ତା ଅବରୋଧକୁ କେନ୍ଦ୍ର କରି ମାରପିଟ୍, ଅଭିଯୁକ୍ତ ବାପା-ପୁଅ ଗିରଫ

ବଞ୍ଚୋ, ୪।୮(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ଶିବରାୟଣପୁର ଗ୍ରାମରେ ରାସ୍ତା ଅବରୋଧକୁ କେନ୍ଦ୍ର କରି ଘଟିଥିବା ମାରପିଟ୍ ଘଟଣାରେ ପୋଲିସ ବାପା ଓ ପୁଅଙ୍କୁ ଗିରଫ କରିଛି। ଗିରଫ ହୋଇଥିବା ଅଭିଯୁକ୍ତମାନେ ହେଲେ ସାଗର ଘଡ଼େଇ ଏବଂ ତାଙ୍କ ପୁଅ ଦୁଷ୍ମନ୍ତ ଘଡ଼େଇ। ଉଭୟଙ୍କର ଘର ଶିବରାୟଣପୁର ଗ୍ରାମରେ ବୋଲି ଜଣାପଡ଼ିଛି।

ପୋଲିସ ସୂଚନା ମୁତାବକ, ଗ୍ରାମର ଦିଲ୍ଲୀପ ମହାନ୍ତି ଗତ ଅଗଷ୍ଟ ୧ ତାରିଖ ରାତି ପ୍ରାୟ ୯ଟା ୩୦ ମିନିଟ୍ ସମୟରେ ଆନନ୍ଦପୁର ଥାନାରେ ଏକ ଲିଖିତ ଅଭିଯୋଗ କରିଥିଲେ। ଏହି ଅଭିଯୋଗକୁ ଆଧାର କରି ଆନନ୍ଦପୁର ଥାନାରେ କେସ୍ ନଂ-୨୨୩ (ତାରିଖ ୦୨.୦୮.୨୦୨୬) ଅନୁସାରେ ଭାରତୀୟ ନ୍ୟାୟ ସଂହିତା (BNS)ର ଧାରା ୧୨୬(୨), ୨୯୬, ୧୧୫(୨), ୩୫୧(୩) ଏବଂ ୩(୫) ଅଧୀନରେ ଏକ ମାମଲା ରୁଜୁ କରାଯାଇଥିଲା।

ତଦନ୍ତରୁ ଜଣାପଡ଼ିଛି ଯେ, ଅଭିଯୁକ୍ତମାନେ ନିୟମିତ ଭାବେ ରାସ୍ତା ଉପରେ ଟେଣ୍ଟ ହାଉସ୍ ସାମଗ୍ରୀ ଏବଂ ଏକ ମୋଟରସାଇକେଲ୍ ରଖି ରାସ୍ତାକୁ ଅବରୋଧ କରୁଥିଲେ। ଫଳରେ ଦିଲ୍ଲୀପ ମହାନ୍ତି ଓ ତାଙ୍କ ଭାଇ ସେହି ବାଟଦେଇ ଚାରିଚକିଆ ଗାଡ଼ିରେ ଯିବାରେ ଅସୁବିଧା ହୋଇଥିଲା। ସେମାନେ ରାସ୍ତା ଖାଲି କରିବାକୁ ଅନୁରୋଧ କରିବା ସହ ବାରମ୍ବାର କାହିଁକି ରାସ୍ତା ଅବରୋଧ କରାଯାଉଛି ବୋଲି ପ୍ରଶ୍ନ କରିଥିଲେ। ଏହାକୁ କେନ୍ଦ୍ର କରି ଉଭୟ ପକ୍ଷଙ୍କ ମଧ୍ୟରେ ବଚସା ହୋଇଥିବାବେଳେ ଅଭିଯୁକ୍ତମାନେ ଦିଲ୍ଲୀପ ମହାନ୍ତି ଓ ତାଙ୍କ ଭାଇଙ୍କୁ ମାରପିଟ୍ କରିଥିବା ପୋଲିସ ତଦନ୍ତରୁ ସ୍ପଷ୍ଟ ହୋଇଛି।

ଏହି ଘଟଣାରେ ପୋଲିସ ତଦନ୍ତ ଜାରି ରଖି ମଙ୍ଗଳବାର ଦିନ ସାଗର ଘଡ଼େଇ ଓ ଦୁଷ୍ମନ୍ତ ଘଡ଼େଇଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ

ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ…

ଡୁଙ୍ଗୁରିପାଲିରେ ପ୍ରଶାସନିକ କାର୍ଯ୍ୟାନୁଷ୍ଠାନ: ଜବରଦଖଲମୁକ୍ତ ହେଲା ସମବାୟ ସମିତିର ଗୋଦାମ ଗୃହ

ଡୁଙ୍ଗୁରିପାଲି, ୪।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଆଞ୍ଚଳିକ ସମବାୟ ବାଣିଜ୍ୟ ସମିତି ଲିଃ ର ଏକ ପୁରାତନ ଗୋଦାମ ଗୃହକୁ ଦୀର୍ଘ ବର୍ଷ ଧରି ଜବରଦଖଲ…

କଳାହାଣ୍ଡି-ନୂଆପଡ଼ା ଲାଇଫ୍ ଲାଇନ୍ ତୁର୍କେଲ ପୋଲ ଅଚଳ: ୧୧ ମାସ ହେଲା ଯୋଗାଯୋଗ ବିଚ୍ଛିନ୍ନ, କଂଗ୍ରେସର ବିଶାଳ ପଦଯାତ୍ରା

ଭବାନୀପାଟଣା, ୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଓ ନୂଆପଡ଼ା ଜିଲାର ‘ଲାଇଫ୍ ଲାଇନ୍’ କୁହାଯାଉଥିବା ଭବାନୀପାଟଣା ବ୍ଲକର ତୁର୍କେଲ ବ୍ରିଜ୍ ବିପଦସଂକୁଳ ହୋଇପଡ଼ିଥିବାରୁ ଗତ ୧୧ ମାସ…

ହାଟଡିହୀରେ ଅଭାବନୀୟ ଚିତ୍ର: ଖଟିଆରେ ଭାଲିଆ ନାଳ ପାର ହେଲେ ରୋଗୀ, ରାସ୍ତା-ପୋଲ ନଥିବାରୁ ଦୁର୍ଦ୍ଦଶାରେ…

ହାଟଡିହୀ, ୪।୮ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କେ. ବାଲିପାଳ ପଞ୍ଚାୟତ ଅନ୍ତର୍ଗତ ମଲ୍ଲିପଶି ଗ୍ରାମକୁ ପକ୍କା ରାସ୍ତା ଏବଂ ନାଳ ଉପରେ ପୋଲ…

ହାଟଡିହୀରେ ମିଳୁନି ସାର: ସମବାୟ ସମିତି ଓ ବିକ୍ରୟ କେନ୍ଦ୍ର ପରିଦର୍ଶନ କଲେ ବିଧାୟକ

ହାଟଡିହୀ/ଛେନାପଦୀ, ୪।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ବର୍ତ୍ତମାନ ପ୍ରବଳ ସାର ସଙ୍କଟ ଦେଖାଦେଇଛି। ସମବାୟ ସମିତିରେ ଆବଶ୍ୟକୀୟ ସାର ନ ଥିବାବେଳେ ଖୋଲା…

ବିଧାୟକଙ୍କ ହସ୍ତକ୍ଷେପ ପରେ ବେଲଗୁଣ୍ଠାରେ ଲୋକଙ୍କୁ ମିଳିଲା ବିଶୁଦ୍ଧ ପାଣି

ବେଲଗୁଣ୍ଠା, ୪।୮ (କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ଏନ୍.ଏ.ସି. ଅନ୍ତର୍ଗତ ୧୨ ଏବଂ ୧୩ ନମ୍ବର ୱାର୍ଡ ଭଗବତପାଟଣା ଓ ଧନିଜାପଲ୍ଲୀରେ ବିଗତ କିଛି…

ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ଆବେଦନ: ଦାରିଙ୍ଗବାଡ଼ି କୃଷି କାର୍ଯ୍ୟାଳୟରେ କୃଷକଙ୍କ ପ୍ରବଳ ଭିଡ଼

ଦାରିଙ୍ଗବାଡ଼ି,୪।୮(ଅରୁଣ ସାହୁ): କୃଷି କ୍ଷେତ୍ରର ବିକାଶ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ କୃଷକମାନଙ୍କୁ ବିଭିନ୍ନ ଯୋଜନାର ସୁଫଳ ଯୋଗାଇ ଦିଆଯାଉଛି। ବର୍ତ୍ତମାନ ଅଞ୍ଚଳରେ ଲଗାଣ…

ଦାଦନ ସାଜିଲା ଅଭିଶାପ: କେରଳ ଯାଉଥିବା ବେଳେ ଥୁଆମୂଳ ରାମପୁରର ଆଉ ଜଣେ ଯୁବକ ନିଖୋଜ, ଚିନ୍ତାରେ ପରିବାର…

ଥୁଆମୂଳ ରାମପୁର, ୪।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ରେ ଦାଦନ ଶ୍ରମିକ ନିଖୋଜ ସମସ୍ୟା ଦିନକୁ ଦିନ ଅଧିକ ଉଦ୍‌ବେଗଜନକ ରୂପ ନେଉଛି। ନିଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri