ଧାରରେ ଆଣି ଖାଇଥିଲେ ସଉଦା, ବାକି ଟଙ୍କା ମାଗିବାରୁ…

ଦିଗପହଣ୍ଡି,୩ା୧୦(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପ୍ରଦୀପ ପାଣିଗ୍ରାହୀ ଏବଂ ତାଙ୍କ ବାପା ଟୁନା ପାଣିଗ୍ରାହୀଙ୍କୁ ଗ୍ରାମର ନିଳା ଓରଫ ନିଳାଞ୍ଚଳ ମହାରଣା କାତିରେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ପ୍ରଦୀପ ଏନେଇ ଗୁରୁବାର ଦିଗପହଣ୍ଡି ଥାନାରେ ଏତଲା ଦେଇଛନ୍ତି। ଏହାକୁ ଭିତ୍ତିକରି ଆଇଆଇସି ପ୍ରଶାନ୍ତ ପାତ୍ର ନଂ.୩୬୭/୨୪ରେ ମାମଲା ରୁଜୁ କରି ତଦନ୍ତ ଚଳାଇଛନ୍ତି। ଅଭିଯୁକ୍ତ ନିଳା ପ୍ରଦୀପଙ୍କ ଦୋକାନରୁ କିଛିଦିନ ହେଲା ଧାରରେ ସଉଦା ନେଇଥିଲେ।

ବାରମ୍ବାର ଟଙ୍କା ମାଗିବାରୁ ମଧ୍ୟ ସେ ଦେଉ ନ ଥିଲେ। ବୁଧବାର ସନ୍ଧ୍ୟା ପ୍ରାୟ ସାଢେ ୫ଟାରେ ପ୍ରଦୀପ ତାଙ୍କ ଦୋକାନରେ ବସିଥିବା ବେଳେ ନିଳା ଦୋକାନକୁ ଆସିବାରୁ ପ୍ରଦୀପ ପୂର୍ବରୁ ଥିବା ବାକି ଟଙ୍କା ମାଗିଥିଲେ। ଏଥିରେ ସେ ଉତ୍ତେଜିତ ହୋଇ ଗାଳିଗୁଲଜ କରିବା ସହ ଧମକ ଦେଇଥିଲେ। ପ୍ରତିବାଦ କରିବାରୁ ସେ ଲୁଚାଇ ଧରିଥିବା ଏକ କାତିରେ ତାଙ୍କ ବେକକୁ ଲକ୍ଷ୍ୟକରି ଚୋଟ ପକାଇବାରୁ ସେ ଘୁଞ୍ଚତ୍ ଯାଇଥିଲେ। କାତିର ଉପର ଭାଗ ତାଙ୍କ ବାମପଟ କାନ୍ଧରେ ବାଜିବାରୁ କାନ୍ଧ ଫୁଲିଯିବା ସହ ରାଞ୍ଚୁଡ଼ି ହୋଇଯାଇଥିଲା। ସେ ଘରକୁ ଦୌଡ଼ି ଯାଇ ବାପାଙ୍କୁ ଜଣାଇବାରୁ ବାପା ଘଟଣାସ୍ଥଳରେ ପହଞ୍ଚତ୍ ନିଳାଙ୍କୁ ଘଟଣା ସମ୍ପର୍କରେ ପଚାରିବାରୁ ନିଳା ତାଙ୍କୁ ମଧ୍ୟ କାତିରେ ଆକ୍ରମଣ କରିଥିଲେ। କାତି ଚୋଟରେ ତାଙ୍କ ମୁଣ୍ଡ ଓ ଡାହାଣ ହାତ ପାପୁଲିରେ ଗଭୀର ଆଘାତ ଲାଗିଛି। ବାପ ପୁଅ ଦୁହେଁ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେବା ପରେ ଡାକ୍ତରଙ୍କ ପରାମର୍ଶକ୍ରମେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ଆମ୍ବୁଲାନ୍ସରେ ଯାଇଥିଲେ। ରାତିରେ ଅଭିଯୁକ୍ତ ନିଳା ପ୍ରଦୀପଙ୍କ ଘରକୁ ଯାଇ ପରିବାର ଲୋକଙ୍କୁ ଧମକଚମକ ଦେଇଥିବା ଏତଲାରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?