ଅନୈତିକ ସମ୍ପର୍କ: ଯୁବକଙ୍କୁ ପିଟିପିଟି ମାରିଦେଲେ ବାପ-ପୁଅ

ମୋରଡା,୨୫।୪(ଡି.ଏନ୍‌.ଏ.): ଅନୈତିକ ସମ୍ପର୍କକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ପିଟିପିଟି ମାରିଦେବା ଚର୍ଚ୍ଚାର ବିଷୟ ହୋଇଛି। ଏପରି ଏକ ଘଟଣା ଘଟିଛି ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ତଥା ବେତନଟୀ ଥାନା ଅଧୀନ ଭାଲିଆଡିହା ପଞ୍ଚାୟତର କେନ୍ଦୁଛାଟିଆ ଗ୍ରାମରେ ।

ମିଳିଥିବା ସୂଚନା ମୁତାବକ, ଗ୍ରାମର ଜାସାୟ ଟୁଡୁ ଏବଂ ତାଙ୍କ ପୁଅ ବାପୁନ ଓରଫ ମଧୁ ଜଣେ ଯୁବକଙ୍କୁ ଏକ ଗଛରେ ବାନ୍ଧି କାଠଫାଳିଆ ଏବଂ ବାଉଁଶ ବାଡ଼ିରେ ପିଟି ହତ୍ୟା କରିଥିବା ଜଣାପଡିଛି। ସୂଚନାଯୋଗ୍ୟ, ସୋମବାର ଗାଁରେ ଜାହୀରା ପୂଜା ନେଇ ସାଂସ୍କୃତିକ କାର୍ଯ୍ୟକ୍ରମ ହେଉଥିଲା। କାର୍ଯ୍ୟକ୍ରମ ଦେଖିବା ନେଇ ଜାସାୟଙ୍କ ସ୍ତ୍ରୀ ଆସିଥିଲେ। ହେଲେ ପରବର୍ତ୍ତୀ ସମୟରେ ସୁରେଇଡିହି ପଞ୍ଚାୟତ ଗଣ୍ଡିଗୋଧା ଗ୍ରାମର ସୁନାରାମ ଟୁଡୁଙ୍କ ସହ ଘଟଣାସ୍ଥଳରୁ ବାହାରକୁ ଚାଲିଯାଇଥିଲେ।

ଜାସାୟ ସନ୍ଦେହ କରି ସ୍ତ୍ରୀଙ୍କୁ ଖୋଜାଖୋଜି କରିଥିଲେ। ଏପରି କି ନିଛାଟିଆ ସ୍ଥାନରେ ଥିବା ଏକ ଘରକୁ ଯାଇ ଦେଖିଲା ବେଳକୁ ଦୁହେଁ ଅନୈତିକ କାର୍ଯ୍ୟରେ ଲିପ୍ତ ରହିଥିଲେ। ଏହା ଦେଖି ଜାସାୟ ଏବଂ ତାଙ୍କ ପୁଅ ସୁନାରାମଙ୍କୁ ଧରି ଏକ ଜାଲାହି ଗଛରେ ବାନ୍ଧି ରଖି ରାତିତମାମ କାଠଫାଳିଆ ଏବଂ ବାଉଁଶ ବାଡ଼ିରେ ନିସ୍ତୁକ ମାଡ଼ ମାରିଥିଲେ। ଫଳରେ ସୁନାରାମଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ସକାଳେ ଗ୍ରାମବାସୀ ଘଟଣା ସମ୍ପର୍କରେ ଜାଣି ବାପ ଓ ପୁଅଙ୍କୁ ଧରି ଏକ ଗଛରେ ବାନ୍ଧି ପୋଲିସକୁ ଖବର ଦେଇଥିଲେ। ଖବର ପାଇ ବେତନଟୀ ଏସ୍‌ଡିପିଓ ସୁଦର୍ଶନ ଦାସଙ୍କ ସହିତ ବେତନଟୀ ଆଇଆଇସି ସସ୍ମିତା ମହାନ୍ତ ଏବଂ ବାରିପଦା ସାଇଣ୍ଟିଫିକ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲେ। ଏପରି କି ପୋଲିସ ବାପ ଓ ପୁଅଙ୍କୁ ଥାନାରେ ଅଟକ ରଖି ଅଧିକ ପଚରାଉଚରା କରୁଛି। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri