ଅନୈତିକ ସମ୍ପର୍କ: ଯୁବକଙ୍କୁ ପିଟିପିଟି ମାରିଦେଲେ ବାପ-ପୁଅ

ମୋରଡା,୨୫।୪(ଡି.ଏନ୍‌.ଏ.): ଅନୈତିକ ସମ୍ପର୍କକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ପିଟିପିଟି ମାରିଦେବା ଚର୍ଚ୍ଚାର ବିଷୟ ହୋଇଛି। ଏପରି ଏକ ଘଟଣା ଘଟିଛି ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ତଥା ବେତନଟୀ ଥାନା ଅଧୀନ ଭାଲିଆଡିହା ପଞ୍ଚାୟତର କେନ୍ଦୁଛାଟିଆ ଗ୍ରାମରେ ।

ମିଳିଥିବା ସୂଚନା ମୁତାବକ, ଗ୍ରାମର ଜାସାୟ ଟୁଡୁ ଏବଂ ତାଙ୍କ ପୁଅ ବାପୁନ ଓରଫ ମଧୁ ଜଣେ ଯୁବକଙ୍କୁ ଏକ ଗଛରେ ବାନ୍ଧି କାଠଫାଳିଆ ଏବଂ ବାଉଁଶ ବାଡ଼ିରେ ପିଟି ହତ୍ୟା କରିଥିବା ଜଣାପଡିଛି। ସୂଚନାଯୋଗ୍ୟ, ସୋମବାର ଗାଁରେ ଜାହୀରା ପୂଜା ନେଇ ସାଂସ୍କୃତିକ କାର୍ଯ୍ୟକ୍ରମ ହେଉଥିଲା। କାର୍ଯ୍ୟକ୍ରମ ଦେଖିବା ନେଇ ଜାସାୟଙ୍କ ସ୍ତ୍ରୀ ଆସିଥିଲେ। ହେଲେ ପରବର୍ତ୍ତୀ ସମୟରେ ସୁରେଇଡିହି ପଞ୍ଚାୟତ ଗଣ୍ଡିଗୋଧା ଗ୍ରାମର ସୁନାରାମ ଟୁଡୁଙ୍କ ସହ ଘଟଣାସ୍ଥଳରୁ ବାହାରକୁ ଚାଲିଯାଇଥିଲେ।

ଜାସାୟ ସନ୍ଦେହ କରି ସ୍ତ୍ରୀଙ୍କୁ ଖୋଜାଖୋଜି କରିଥିଲେ। ଏପରି କି ନିଛାଟିଆ ସ୍ଥାନରେ ଥିବା ଏକ ଘରକୁ ଯାଇ ଦେଖିଲା ବେଳକୁ ଦୁହେଁ ଅନୈତିକ କାର୍ଯ୍ୟରେ ଲିପ୍ତ ରହିଥିଲେ। ଏହା ଦେଖି ଜାସାୟ ଏବଂ ତାଙ୍କ ପୁଅ ସୁନାରାମଙ୍କୁ ଧରି ଏକ ଜାଲାହି ଗଛରେ ବାନ୍ଧି ରଖି ରାତିତମାମ କାଠଫାଳିଆ ଏବଂ ବାଉଁଶ ବାଡ଼ିରେ ନିସ୍ତୁକ ମାଡ଼ ମାରିଥିଲେ। ଫଳରେ ସୁନାରାମଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ସକାଳେ ଗ୍ରାମବାସୀ ଘଟଣା ସମ୍ପର୍କରେ ଜାଣି ବାପ ଓ ପୁଅଙ୍କୁ ଧରି ଏକ ଗଛରେ ବାନ୍ଧି ପୋଲିସକୁ ଖବର ଦେଇଥିଲେ। ଖବର ପାଇ ବେତନଟୀ ଏସ୍‌ଡିପିଓ ସୁଦର୍ଶନ ଦାସଙ୍କ ସହିତ ବେତନଟୀ ଆଇଆଇସି ସସ୍ମିତା ମହାନ୍ତ ଏବଂ ବାରିପଦା ସାଇଣ୍ଟିଫିକ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲେ। ଏପରି କି ପୋଲିସ ବାପ ଓ ପୁଅଙ୍କୁ ଥାନାରେ ଅଟକ ରଖି ଅଧିକ ପଚରାଉଚରା କରୁଛି। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏତଲା ପାଇଁ ଯିବାକୁ ପଡ଼ିବନି ଥାନା,‘ଆମ ସାଥୀ’ରେ ମିଳିବ ୧୯୦ ପ୍ରକାର ସେବା

ସାଧାରଣ ଲୋକଙ୍କୁ ଏଣିକି ଏତଲା ଦେବା ପାଇଁ ଆଉ ଥାନାକୁ ଦୌଡ଼ିବାକୁ ପଡ଼ିବ ନାହିଁ। ସେହିପରି କୌଣସି ମେଡିକାଲରେ ଡାକ୍ତରଙ୍କୁ ଦେହ ଖରାପ ପାଇଁ ଘଣ୍ଟା ଘଣ୍ଟା…

ଆସାମ ବନ୍ୟା, ମୃତ୍ୟୁସଂଖ୍ୟା ୬୮

ଗୁଆହାଟୀ,୨୮।୭: ଆସାମରେ ବନ୍ୟା ସ୍ଥିତିରେ ସାମାନ୍ୟ ସୁଧାର ଆସିଥିଲେ ମଧ୍ୟ ସଙ୍କଟ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଟଳି ନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୨…

ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା: ୯ ଜିଲାକୁ ରେଡ୍‌ ଆଲର୍ଟ, ୨୪ ଘଣ୍ଟା ସତର୍କ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୨୮।୭(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ପଶ୍ଚିମବଙ୍ଗ- ଉତ୍ତର ଓଡ଼ିଶା ଉପକୂଳ ସଂଲଗ୍ନ ଅଞ୍ଚଳରେ ସକ୍ରିୟ ଥିବା ଗଭୀର ଅବପାତ ଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି…

ବଡ଼ ଖବର…ପ୍ରବଳ ବର୍ଷା, ଆଜି ୪ ଜିଲାରେ ସ୍କୁଲ ଛୁଟି

ଭୁବନେଶ୍ୱର,୨୮।୭: ବଙ୍ଗୋପସାଗରରେ ଗଭୀର ଅବପାତ ସୃଷ୍ଟି ହୋଇଥିବା ବେଳେ ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଦେଇ ଅତିକ୍ରମ କରିବ।…

ଧନୀ ଦେଶରେ ବଢ଼ିବ ଏସି ବ୍ୟବହାର, ଗରିବ ଦେଶରେ ଯିବ ଅଧିକ ଜୀବନ

ନୂଆଦିଲ୍ଲୀ, ୨୮ା୭ (ପି.ଟି.):ଜଳବାୟୁ ପରିବର୍ତ୍ତନ ଜନିତ ତାପମାତ୍ରା ବୃଦ୍ଧି ଯୋଗୁ ୨୦୫୦ ସୁଦ୍ଧା ବିଶ୍ୱରେ ପ୍ରତିବର୍ଷ ପ୍ରାୟ ୪ ଲକ୍ଷ ୩୦ ହଜାର ଅତିରିକ୍ତ ଲୋକଙ୍କ ମୃତ୍ୟୁ…

ବ୍ଲେଡ୍‌ରେ ସ୍ତ୍ରୀଙ୍କ ବେକ, ହାତ କାଟି ମାରିଲେ ସ୍ବାମୀ: ହତ୍ୟା ପରେ ନିଜେ…

ଭୁବନେଶ୍ୱର,୨୮।୭(ତ୍ରିନାଥ ମହାନ୍ତି):ମଞ୍ଚେଶ୍ୱର ଥାନା ଚକେଇଶିଆଣି ସାହୁ କଲୋନୀରେ ଘଟିଛି ଏକ ବୀଭତ୍ସ ହତ୍ୟାକାଣ୍ଡ। ଘରେ ଅନ୍ୟ କେହି ସଦସ୍ୟ ନ ଥିବାବେଳେ ବ୍ଲେଡ୍‌ରେ ସ୍ତ୍ରୀଙ୍କ ବେକ କାଟି…

ପ୍ରହ୍ଲାଦ ନାଟକ ନୃତ୍ୟଗୁରୁ ପଦ୍ମଶ୍ରୀ ସୀମାଞ୍ଚଳଙ୍କୁ ଭେଟିଲେ ବିଧାୟକ: ସ୍ବାସ୍ଥ୍ୟାବସ୍ଥା ପଚାରିବୁଝିବା ସହ..

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ବଡ଼ସାହିର ପୌରାଣିକ ପ୍ରହ୍ଲାଦ ନାଟକର ହିରଣ୍ୟକଶ୍ୟପ ରଜା ଭୂମିକାରେ ଅଭିନୟ କରୁଥିବା ନିର୍ଦ୍ଦେଶକ ତଥା…

କାଗଜ ପତ୍ର ନ ଥାଇ ଚାଲୁଥିଲା ବସ୍‌: ଧରିଲା ପରିବହନ ବିଭାଗ, ଏତିକି ଟଙ୍କା ଜୋରିମନା

ଛତ୍ରପୁର,୨୭।୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): କୌଣସି ସଠିକ କାଗଜ ପତ୍ର ନଥାଇ ଗାଡି ଚଳାଇବା ଏକ ବସକୁ ପଡିଛି ମହଙ୍ଗା। ଗଞ୍ଜାମ ଜିଲା ପରିବହନ ବିଭାଗ ପକ୍ଷରୁ ଯାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri