ଦୋକାନ ଭିତରେ ଜିଅନ୍ତା ଜଳିଗଲେ ବାପ-ପୁଅ, ଶୋଇଥିବାବେଳେ ଘଟିଲା…

ଖୋର୍ଦ୍ଧା,୧୫ା୩(ପ୍ରଭାତ ପାଣିଗ୍ରାହୀ): ବୋଲଗଡ଼ ବ୍ଲକ ସାନପଦର ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ସକାଳୁ ଦୋକାନରେ ଶୋଇଥିବା ବେଳେ ଜିଅନ୍ତା ଜଳି ଯାଇଛନ୍ତି ବାପ-ପୁଅ।

ସୂଚନା ଅନୁଯାୟୀ, ଖୋର୍ଦ୍ଧା ଜିଲା ବେଗୁନିଆ ଥାନା ସାନପଦର ଗାଁ ମୁଣ୍ଡରେ ତେଜରାତି ଓ ଚା’ ଦୋକାନ କରି ପରିବାର ଚଳାଉଥିବା ରାଜେଶ କୁମାର ସାହୁ (୫୭) ଓ ତାଙ୍କ ଦିବ୍ୟାଙ୍ଗ ପୁଅ ଲକ୍ଷ୍ମୀଧର ସାହୁ(୨୭)। ପ୍ରତିଦିନ ପରି ଭୋର୍‌ ସମୟରୁ ଦୋକାନ ଖୋଲାଯାଇ ନ ଥିବା ପରିବାର ସଦସ୍ୟଙ୍କ ସନ୍ଦେହ ହୋଇଥିଲା। ଭିତରୁ କବାଟ ବନ୍ଦ ଥିବା ପରିବାର ଜାଣିବା ପରେ ଅଘଟଣ ସନ୍ଦେହରେ ଆଜବେଷ୍ଟସ୍‌ ଖୋଲିବାରୁ ରାଜେଶ ଏବଂ ପୁଅ ଲକ୍ଷ୍ମୀଧର ଅର୍ଦ୍ଧଦଗ୍ଧ ଅବସ୍ଥା ଦୋକାନ ଭିତରେ ପଡ଼ିଥିବା ଦେଖିଥିଲେ। ତେବେ ଏହା ବିଦ୍ୟୁତ୍‌ ଶଟ୍‌ସର୍କିଟ କାରଣରୁ ହୋଇଥିବା ସନ୍ଦେହ କରାଯାଇଛି। ତେବେ ବିଳମ୍ବିତ ରାତିରେ ଏପରି ଘଟିଥିବା ଅନୁମାନ କରାଯାଇଛି।

ସୂଚନା ପାଇ ବେଗୁନିଆ ପୋଲିସ, ଅଗ୍ନିଶମ ବାହିନୀ ଓ ବୋଲଗଡ଼ ତହସିଲଦାର ପହଞ୍ଚି ଦୋକାନ ଆଜବେଷ୍ଟସ୍‌ ଭାଙ୍ଗି ମୃତଦେହ ଜବତ କରିବା ସହ ଘଟଣାର ପ୍ରକୃତ କାରଣ ଖୋଜୁଛ। ଅନ୍ୟ ପଟେ ମାଜିଷ୍ଟ୍ରେଟ ବୋଲଗଡ଼ ତହସିଲଦାର ଓ ବେଗୁନିଆ ଅଗ୍ନିଶମ କର୍ମଚାରୀ ସହ ସାଇଟିଫକ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ବାପ-ପୁଅଙ୍କ ମୃତ୍ୟୁରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କର୍ଲାମୁଣ୍ଡା ବ୍ଲକ ପାଇଁ ଗୌରବ: ପ୍ରଥମ ମହିଳା ଭାବେ ପିଏଚ୍‌ଡି ଡିଗ୍ରୀ ହାସଲ କଲେ ସୀମନ୍ତିନୀ ସେଠ

ରିଷିଡ଼ା, ୧୯।୯ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ସୀମନ୍ତିନୀ ସେଠ ସଂସ୍କୃତ ବିଷୟରେ ଗବେଷଣା କରି ପିଏଚ୍‌ଡି (PhD) ଡିଗ୍ରୀ ହାସଲ…

ବେଙ୍ଗାଲୁରୁରେ କେନ୍ଦୁଝର ଯୁବକଙ୍କ ଅକାଳ ମୃତ୍ୟୁ: MP ଅନନ୍ତ ନାୟକଙ୍କ ହସ୍ତକ୍ଷେପ ପରେ ଗାଁକୁ ଫେରିଲା ପାର୍ଥିବ ଶରୀର

ପାଟଣା,୧୯।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ବେଗନା ଗ୍ରାମର ସଞ୍ଜୀବ ସେଠୀଙ୍କ ୩୪ ବର୍ଷୀୟ ପୁଅ ଦୀପେଶ ସେଠୀଙ୍କ ବେଙ୍ଗାଲୁରୁରେ ଅକାଳ ମୃତ୍ୟୁ ଘଟିଛି।…

ପରିବେଶ ସୁରକ୍ଷାରେ ଗଞ୍ଜାମ ଗ୍ରାସିମର ବାଜିମାତ୍: ମିଳିଲା “ପ୍ରଦୂଷଣ ନିୟନ୍ତ୍ରଣ ଉତ୍କର୍ଷତା ପୁରସ୍କାର – ୨୦୨୬”

ଗଞ୍ଜାମ, ୧୯।୯ (ବିଦ୍ୟାଧର ସାହୁ): ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସପିସିବି)ର ୪୩ତମ ପ୍ରତିଷ୍ଠା ଦିବସ ଅବସରରେ ଶିଳ୍ପ ବର୍ଗରେ ଗଞ୍ଜାମ ସ୍ଥିତ ଗ୍ରାସିମ୍ କମ୍ପାନୀ…

ମଞ୍ଚସ୍ଥ ହୋଇ ଦର୍ଶକଙ୍କ ମନ ଜିଣିଲା ସାମାଜିକ ନାଟକ ‘ଅବୁଝା ଲୁହ’; ଉଦ୍‌ଘାଟନ କଲେ ଦିଗପହଣ୍ଡି ବିଧାୟକ

ଦିଗପହଣ୍ଡି,୧୯ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମର ଠାକୁରାଣୀ ଛକଠାରେ ଶ୍ରୀ ଗଣେଶ ପୂଜା ଅବସରରେ ସାମାଜିକ ନାଟକ ‘ଅବୁଝା ଲୁହ’…

‘ଏକ ପେଡ୍‌ ମା’ କେ ନାମ୍‌’: ସିମନବାଡ଼ିରେ ଛାତ୍ରଛାତ୍ରୀଙ୍କ ନିଶାମୁକ୍ତ ସଚେତନତା ପଦଯାତ୍ରା-ବୃକ୍ଷରୋପଣ

ଦାରିଙ୍ଗବାଡ଼ି,୧୯ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ପାଦ୍ରୀ ପିଓ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ନିଶାମୁକ୍ତ ସଚେତନତା କାର୍ଯ୍ୟକ୍ରମ ଓ ପଦଯାତ୍ରା…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ଗଞ୍ଜାମ ଜିଲାକୁ ଅରେଞ୍ଜ ଆଲର୍ଟ: ୪ ଦିନ ଅତି ପ୍ରବଳ ବର୍ଷା, ଅଶାନ୍ତ ରହିବ…

ଛତ୍ରପୁର,୧୯ା୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ): ଆଗାମୀ ୨୧ ତାରିଖରୁ ଗଞ୍ଜାମ ଜିଲା ସମେତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଭାରତୀୟ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?