Posted inଜାତୀୟ

ଏକସଙ୍ଗେ ପୋଲିସରେ ଭର୍ତ୍ତିହେଲେ ବାପପୁଅ

ଲକ୍ଷ୍ନୌ, ୧୯।୬: ଉତ୍ତର ପ୍ରଦେଶର ହାପୁର ଜିଲା ଉଦୟରାମପୁର ନଙ୍ଗଲା ଗ୍ରାମର ବାପପୁଅଙ୍କ ଯୋଡ଼ି ଏକସଙ୍ଗେ ରାଜ୍ୟ ପୋଲିସରେ କନ୍‌ଷ୍ଟେବଲ ଭାବେ ଭର୍ତ୍ତି ହୋଇଛନ୍ତି। ମଙ୍ଗଳବାର ଲକ୍ଷ୍ନୌସ୍ଥିତ ଡିଫେନ୍ସ ଏକ୍ସପୋ ଭେନ୍ୟୁରେ ପହଞ୍ଚି ଅବସରପ୍ରାପ୍ତ ସେନା ହାବିଲଦାର ୟଶପାଲ ସିଂ ନାଗର (୪୧) ଏବଂ ତାଙ୍କ ପୁଅ ଶେଖର ନାଗର (୨୧) ନିଜ ନିଯୁକ୍ତି ପତ୍ର ଆଣିଥିଲେ। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏବଂ ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଉଭୟଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଥିଲେ। ୟଶପାଲ ୨୦୦୩ରେ ଭାରତୀୟ ସେନାରେ ଭର୍ତ୍ତି ହୋଇଥିଲେ। ୧୬ ବର୍ଷ ଧରି ସେବା ଯୋଗାଇବା ପରେ ୨୦୧୯ରେ ସେ ସେନାରୁ ସ୍ବେଚ୍ଛାକୃତ ଅବସର ନେଇଥିଲେ। ଏହାପରେ ଦିଲ୍ଲୀରେ ଥିବା ଆର୍ମି ଅର୍ଡିନାନ୍ସ କର୍ପ୍ସରେ ସେ କିଛିଦିନ ପାଇଁ କାର୍ଯ୍ୟ କରିଥିଲେ। ୨୦୨୪ରେ ଉତ୍ତର ପ୍ରଦେଶର କନ୍‌ଷ୍ଟେବଲ ନିଯୁକ୍ତି ପରୀକ୍ଷା ପାଇଁ ୟଶପାଲ ପୁଅ ଶେଖରଙ୍କ ସହ ମିଶି ଆବେଦନ କରିଥିଲେ। ଉଭୟ ବାପପୁଅ ଏକସଙ୍ଗେ ଉକ୍ତ ପରୀକ୍ଷା ଦେଇଥିଲେ ଏବଂ ଏକସଙ୍ଗେ ଉଭୟଙ୍କର ସିଲେକ୍ସନ ମଧ୍ୟ ହୋଇଛି। ଦୁହେଁ ୨ ବର୍ଷ ଧରି ଏହି ପରୀକ୍ଷା ପାଇଁ ପ୍ରସ୍ତୁତି କରୁଥିଲେ। ଉଭୟେ ଦିଲ୍ଲୀର ଏକ କୋଚିଂ ସେଣ୍ଟରରେ ମିଳିତ ଭାବେ ୟୁପି ପୋଲିସ କନଷ୍ଟେବଲ ପରୀକ୍ଷା ପାଇଁ ପ୍ରସ୍ତୁତ ହେଉଥିଲେ ବୋଲି ଶେଖର କହିଛନ୍ତି।
ଏବେ ୟଶପାଲ ଶାହଜହାନ୍‌ପୁର ଏବଂ ପୁଅ ଶେଖର ବରେଲିରେ ୟୁପି ପୋଲିସ କନଷ୍ଟେବଲ ଭାବେ ଟ୍ରେନିଂ ନେବେ। ଚଳିତ ମାସ ଶେଷ ଆଡ଼କୁ ଉଭୟେ ଟ୍ରେନିଂ ପାଇଁ ଯିବେ। ୟୁପି ପୋଲିସରେ କନ୍‌ଷ୍ଟେବଲ ଭାବେ ଭର୍ତ୍ତି ହେବା ପରେ ଶେଖର କହିଛନ୍ତି, ସେ ଆଗକୁ ମଧ୍ୟ କମ୍ବାଇନ୍‌ଡ ଡିଫେନ୍ସ ସର୍ଭିସ୍‌ ଏକ୍ସାମିନେଶନ (ସିଡିଏସ୍‌) ଏବଂ ୟୁପି ଇନ୍ସପେକ୍ଟର ପରୀକ୍ଷା ପରି ବିଭିନ୍ନ ସରକାରୀ ପରୀକ୍ଷା ପାଇଁ ପ୍ରସ୍ତୁତି ଜାରି ରଖିବେ।


Enter your email to get our daily news in your inbox.

All Right Reserved By Dharitri.Com

ଅସହ୍ୟ, ଅସମ୍ଭାଳ  ହୋଇପଡ଼ିଲାଣି ଶୀତ: ଥରୁଛି  ଓଡ଼ିଶାର କଶ୍ମୀର 

ଦାରିଙ୍ଗବାଡି,୧୧।୧୨ (ଅରୁଣ ସାହୁ ): ଦିନକୁ ଦିନ ତାପମାତ୍ରା ତଳ ମୁହାଁ ହେବାରେ ଲାଗିଛି । ଏବେ ଶୀତ ଯେମିତି ଦାଉ ସାଧୁଛି ।ଏଭଳି ସ୍ଥିତି...

୨୦୨୭ ଯାଏ ଏହି ରାଶି ପାଇଁ କାଳ? ପିଛା ଛାଡିବେ ନାହିଁ ଶନି, ପଡିବ ଖରାପ ପ୍ରଭାବ…

ନୂଆ ବର୍ଷ ଆରମ୍ଭ ହେବାକୁ ଆଉ ମାତ୍ର ଅଳ୍ପ ଦିନ ବାକି ରହିଛି  ଏନେଇ ବିଭିନ୍ନ ଜ୍ୟୋତିଷ ବିସାରଦ ବିଭିନ୍ନ ଗ୍ରହ ନକ୍ଷତ୍ରର ଚାଲିକୁ ଦେଖି ନୂଆ ବର୍ଷର ଭବିଷ୍ୟବାଣୀ କରିବା ଜାରି ରଖିଛନ୍ତି  ଏହାରି ମଧ୍ୟରେ ଶନିଙ୍କ ଚାଲି ଯୋଗୁଁ ନୂଆ ବର୍ଷରେ ଉପୁଜିବାକୁ ଥିବା ବିପଦ ପ୍ରାୟ ସମସ୍ତ ରାଶିର ବ୍ୟକ୍ତି ବିସେଷଙ୍କ ଧ୍ୟାନ ଆକର୍ଷଣ କରିଛି । ଜ୍ୟୋତିଷ ଗଣନା ଅନୁସାରେ ୨୦୨୬ ମସିହାରେ ଶନିଙ୍କର କୈଣସି ଗୋଚର ଚାଲି ନାହିଁ । ଏଣୁ ୨୦୨୫ ଭଳି ୨୦୨୬ରେ ମଧ୍ୟ ମେଷ, କୁମ୍ଭ ଓ ମୀନ ରାଶିରେ ଶନିଙ୍କ ସାଢେ ସାତ ଚାଲି ଜାରି ରହିବ । ଏହି ସାଢେ ସାତ ଚାଲିର ପ୍ରଥମ ସୋପାନ ମେଷ ରାଶିରେ, ତୃତୀୟ ସୋପାନ କୁମ୍ଭ ରାଶିରେ ଓ ଦ୍ୱିତୀୟ ସୋପାନ ମୀନ ରାଶିରେ ସଂଗଠିତ ହେବାକୁ ଯାଉଛି ।  ମୀନ ରାଶିରେ ଶନିଦେବଙ୍କ ସାଢେ ସାତ ଚାଲିର ଦ୍ୱିତୀୟ ସୋପାନ ରହୁଥିବାରୁ ଏହି ରାଶିତ ବ୍ୟକ୍ତିବିଶେଷଙ୍କ କ୍ଷେତ୍ରରେ ଚାକିରି, ବ୍ୟବସାୟ ଓ କ୍ୟାରିୟର କ୍ଷେତ୍ରରେ ବଡ ବାଧା ଉପୁଜିବ । ବାରମ୍ୱାର ଅସପଳତା ଯୋଗୁଁ ମନ ସର୍ବଦା ନିରାଶ ରହିବ । ଏହାଛଡା ଆପଣ ମାନସିକ ଚାପ ଅନୁଭବ କରିପାରନ୍ତି । ସଫଳତା ପାଇଁ ଅପଣଙ୍କୁ ଅବଶ୍ୟକତାଠୁ ଢେର ଅଧିକ ପରିଶ୍ରମ କରିବାକୁ ପଡିବ । ଆର୍ଥିକ ମାମଲାରେ ଆପଣଙ୍କୁ ଅଧିକ କ୍ଷତି ସହିବାକୁ ପଡିବ । ଆପମଙ୍କ ଲାଭ ତଥା ଆୟ ତଲମୁହାଁ ହେବ । ଆପମଙ୍କର ଖର୍ଚ୍ଚ ବଢିବା ସହ ସଞ୍ଚୟର ପରିମାଣ କମିକମି ଯିବ । ଏହାଛଡା ଆପଣ ବିଭିନ୍ନ ସ୍ଥାନରେ କରିଥିବା ନିବେଶ ବୁଡିଯିବାର ଆଶଙ୍କା ମଧ୍ୟ ରହିଛି ।

ଏଇ ଭାରତରେ

ପ୍ରାୟ ଏକ ଦଶନ୍ଧି ପୂର୍ୱରୁ ମହାରାଷ୍ଟ୍ର ପଶ୍ଚିମଘାଟ ପର୍ୱତମାଳା ଆଖପାଖ ଗାଁଗୁଡ଼ିକରେ ଜଳସଙ୍କଟ ଯୋଗୁ କୃଷିରେ ବାଧା ଉପୁଜୁଥିଲା। ସେଠାକାର ବୋର୍‌ଓ୍ୱେଲ କାମ କରୁ ନ...

ଖଜୁରି ଗଛର କି ଗୁଣ ଗାଇବି

ଦେଶର ସମ୍ୱିଧାନ କହେ ଆଇନ ଦୃଷ୍ଟିରେ ସମସ୍ତେ ସମାନ। ହେଲେ ବାସ୍ତବ କ୍ଷେତ୍ରରେ ତାହାର କାର୍ଯ୍ୟାନ୍ୱୟନ ବା ଅନୁପାଳନ ବେଳେ ହୁଏ କିନ୍ତୁ ଠିକ୍‌ ତା’ର...

ତହସିଲଦାରଙ୍କ ସରକାରୀ ଗାଡ଼ି ଜବତ: ସିଲ୍‌ କରିବାକୁ ଯିବାବେଳେ…

ଢେଙ୍କାନାଳ,୧୧।୧୨ (ରତନ ନାୟାର): ଜମି ଅଧିଗ୍ରହଣ ବାବଦ କ୍ଷତିପୂରଣ ପ୍ରଦାନ ନିମନ୍ତେ ଅଦାଲତଙ୍କ ନିର୍ଦ୍ଦେଶକୁ ଅବମାନନା କରି ଢେଙ୍କାନାଳ ସଦର ତହସିଲଦାର ସ୍ବାଧୀନ କୁମାର ବେହେରା...

ବିଲୁପ୍ତି ପଥେ ନୀଳରକ୍ତ କଙ୍କଡ଼ା

ମାନବ ଜାତି ପାଇଁ ପରମ ଉପକାରୀ ବନ୍ଧୁ ହେଉଛି ବିରଳ ନୀଳରକ୍ତ କଙ୍କଡ଼ା। ତା’ର ନୀଳରକ୍ତର କଣିକାରେ ଭରି ରହିଛି ଅମୂଲ୍ୟ ଔଷଧୀୟ ଗୁଣ। ବାଲେଶ୍ୱର...

ଚନ୍ଦାହାଣ୍ଡି ଧରିତ୍ରୀ ଖବରଦାତା ଦିଲୀପ ଦାସଙ୍କ ପରଲୋକ

ନବରଙ୍ଗପୁର,୧୧।୧୨(ସଦାଶିବ ପ୍ରହରାଜ):ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ୍‌ ଧରିତ୍ରୀ ଖବରଦାତା ଦିଲୀପ ଦାସ (୫୪)ଙ୍କ ବୁଧବାର ସକାଳ ୯ଟାରେ ପରଲୋକ ଘଟିଛି। ସେ ୨୦୦୯ରୁ ଧରିତ୍ରୀ ଖବରଦାତାଭାବେ...

ସମୟ ଧାରାରେ ଚକ୍ରବୃଦ୍ଧି ସୁଧ

ଚକ୍ରବୃଦ୍ଧି ସୁଧ (କମ୍ପାଉଣ୍ଡ ଇଣ୍ଟରେଷ୍ଟ)ର ଧାରଣା ମାନବ ଇତିହାସରେ ସବୁଠୁ ଶକ୍ତିଶାଳୀ ତଥା ବିପଜ୍ଜନକ ଆବିଷ୍କାର। ଏହି ଶବ୍ଦ ସଂସ୍କୃତ ଶବ୍ଦକୋଷ ଓ ବୈଧ-ଅର୍ଥନୈତିକ ସାହିତ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri