ବାପ-ପୁଅଙ୍କୁ ୫ ବର୍ଷ ସଶ୍ରମ କାରାଦଣ୍ଡ

କେନ୍ଦୁଝର,୨୩ା୩(ସ୍ବ.ପ୍ର.): କେନ୍ଦୁଝର ଚିଫ୍‌ ଜୁଡିସିଆଲ ମାଜିଷ୍ଟ୍ରେଟ୍‌ଙ୍କ କୋର୍ଟ ବୁଧବାର ଏକ ମାରପିଟ୍‌ ଘଟଣାର ଶୁଣାଣି କରି ସିଜେଏମ୍‌ ରଞ୍ଜୁଲତା ଲେଙ୍କା ଅଭିଯୁକ୍ତ ହରମୋହନ ମହାନ୍ତ ଏବଂ ତାଙ୍କ ପୁଅ କାହ୍ନୁଚରଣ ମହାନ୍ତଙ୍କୁ ୫ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିବା ସହ ୪ ହଜାର ଟଙ୍କା ଜରିମାନା ଆଦେଶ କରିଛନ୍ତି। ଜରିମାନା ଅନାଦେୟ ଅତିରିକ୍ତ ୬ ମାସ ଦଣ୍ଡାଦେଶ ହୋଇଛି।

ସୂଚନାଯୋଗ୍ୟ, ଘଟଗାଁ ଥାନା ଅନ୍ତର୍ଗତ ଶଗଡ଼ିଆ ଗ୍ରାମର ଅଭିଯୋଗକାରୀ ଦୀନବନ୍ଧୁ ମହାନ୍ତଙ୍କ ପୁଅ ରୋହିତ ମହାନ୍ତ ୧୬.୮.୨୦୧୬ ସନ୍ଧ୍ୟାରେ ହାଟରୁ ଫେରୁଥିବାବେଳେ ଅଭିଯୁକ୍ତ ହରମୋହନ ଓ ପୁଅ କାହ୍ନୁଚରଣ ତାଙ୍କ ଘର ସମ୍ମୁଖରେ ଅଟକାଇ ଠେଙ୍ଗାରେ ମରଣାନ୍ତ୍ରକ ଆକ୍ରମଣ କରିଥିଲେ। ଏହାପରେ ତାଙ୍କୁ ଘରକୁ ଘୋଷାଡ଼ି ଘୋଷାଡି ନେଇ ଟାଙ୍ଗିଆରେ ଆକ୍ରମଣ କରିଥିଲେ। ଏହି ସମୟରେ ରୋହିତଙ୍କ ପାଟି ଶୁଣି ତାଙ୍କ ମା’ ଲଳିତା  ମହାନ୍ତ ଉଦ୍ଧାର କରିବାକୁ ଆସିଥିଲେ। ତାଙ୍କୁ ମଧ୍ୟ ବାପ, ପୁଅ ଏବଂ ପରିବାରର ଅନ୍ୟ ସଦସ୍ୟମାନେ ଆକ୍ରମଣ କରି ଲହୁଲୁହାଣ କରି ଦେଇଥିଲେ। ଆକ୍ରମଣରେ ଲଳିତାଙ୍କ ମୁଣ୍ଡ ପାଟିବା ସହ ଦାନ୍ତ ଭାଙ୍ଗିଯାଇଥିଲା। ପରେ ସ୍ତ୍ରୀ ଓ ପୁଅର ପାଟି ଶୁଣି ଦୀନବନ୍ଧୁ ଉଦ୍ଧାର କରିବାକୁ ଆସି ପୁଣି ଆକ୍ରମଣର ଶିକାର ହୋଇଥିଲେ। ଗୁରୁତର ଅବସ୍ଥାରେ ୩ ଜଣ କେନ୍ଦୁଝର ମୁଖ୍ୟ ଚିକତ୍ସାଳୟରେ ଚିକିତ୍ସାଧୀନ ଥିଲେ। ଏ ନେଇ ଦୀନବନ୍ଧୁ ମହାନ୍ତ ଘଟଗାଁ ଥାନାରେ ଅଭିଯୋଗ ପରେ ପୋଲିସ କେସ୍‌ ନଂ ୧୨୯/୧୬ରେ ଏକ ମାମଲା ରୁଜୁ କରି ବାପ-ପୁଅଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିଲା। ଏହି ମାମଲାରେ ଆଜି ଶୁଣାଣି ହୋଇ ୧୧ ଜଣ ସାକ୍ଷୀଙ୍କ ବୟାନ ଓ ପୋଲିସ ତଦନ୍ତ ରିପୋର୍ଟକୁ ଆଧାର କରି ରାୟ ପ୍ରକାଶ ପାଇଥିବା ସରକାରୀ ଓକିଲ ଅଶୋକ କୁମାର ଦାସ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ସେଣ୍ଟ୍ରାଲ ମୁମ୍ବାଇର ବସ୍‌ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ,୧୦।୫: ସେଣ୍ଟ୍ରାଲ ମୁମ୍ବାଇର ଏକ ବସ୍‌ ଡିପୋରେ ସୋମବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡlରେ ଗୋଟିଏ କି ଦୁଇଟି ନୁହେଁ, ୧୦ଟି ବସ୍‌ ପୋଡ଼ି ପାଉଁଶ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଥାଇଲାଣ୍ଡରେ ବନ୍ୟା, ୩୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ବ୍ୟାଙ୍କକ୍‌, ୫।୧୦: ଥାଇଲାଣ୍ଡରେ ପ୍ରବଳ ବର୍ଷା ଏବଂ ଆକସ୍ମିକ ବନ୍ୟା ଆସିବା ନେଇ ଚେତାବନୀ ଜାରି କରାଯାଇଛି। ସେପ୍ଟେମ୍ବର ୧୬ରୁ ଦେଶବ୍ୟାପୀ ବନ୍ୟା ଯୋଗୁ ମୃତ୍ୟୁସଂଖ୍ୟା ୩୧କୁ…

ବଡ଼ ସଫଳତା:୫ ଶାବକ ଜନ୍ମଦେଲା ଭାରତରେ ଜନ୍ମିତ ଚିତା

ନୂଆଦିଲ୍ଲୀ,୫ା୧୦:ଭାରତରେ ଜନ୍ମିତ ଚିତା ସୋମବାର ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ୫ଟି ଶାବକ ଜନ୍ମ ଦେଇଛି, ଯାହାକି ପ୍ରୋଜେକ୍ଟ ଚିତା ପାଇଁ ଏକ ବଡ଼ ସଫଳତା। ଶାବକମାନଙ୍କ…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ମୋବାଇଲ୍‌ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…

ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ବଡ଼ ନିଷ୍ପତ୍ତି ନେଲେ ସୂର୍ଯ୍ୟକୁମାର: ଏବେ କରିବେ ଏହି କାମ

ମୁମ୍ବାଇ,୫।୧୦: ଭାରତୀୟ ଟି-୨୦ ଦଳର ଅଧିନାୟକ ପଦ ହରାଇବା ସହ ଜାତୀୟ ଦଳରୁ ବାଦ ପଡ଼ିବା ପରେ ନିଜ ଫର୍ମ ଫେରାଇବା ପାଇଁ ଘରୋଇ କ୍ରିକେଟକୁ ଫେରୁଛନ୍ତି…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?