ଘରେ ପଶି ଚୋରି କରୁଥିଲେ ବାପପୁଅ, ଅଭିଯୁକ୍ତଙ୍କୁ ଧରି ସିନ୍‌ ରିକ୍ରିଏଶନ କଲା ଟାଉନ ପୋଲିସ

ବଲାଙ୍ଗୀର, ୩୦।୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସିରିଜ ଚୋରି ଓ ଲୁଟ ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତ ବାପପୁଅଙ୍କୁ ବଲାଙ୍ଗୀର ଟାଉନ ଥାନା ପୋଲିସ ଗିରଫ କରି ଗୁରୁବାର କୋର୍ଟଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ରାଉରକେଲା ଛେଣ୍ଡ ଥାନା ଅନ୍ତର୍ଗତ ଟିସ୍କୋ ସାଇଡିଂର ରମେଶ ଓରଫ ଗଜପତି ସୁନା (୬୦) ତାଙ୍କ ପୁଅ ସମୀର ଓରଫ ସାମିନ ଓରଫ ରବି ସୁନା (୨୭) ଏବଂ ଅର୍ଜୁନ ଓରଫ ଶୁଭମ ଓରଫ ଗିରଫ ଦୀପକ ସୁନା (୨୫)। ବଲାଙ୍ଗୀର ସଦର ଏସଡିପିଓ ସରୋଜ ଉପାଧ୍ୟାୟ ସ୍ଥାନୀୟ ଟାଉନ ଥାନାରେ ଖବରଦାତା ସମ୍ମିଳନୀ ଡାକି ସିରିଜ ଚୋରି ଏବଂ ଲୁଟ ଘଟଣା ସମ୍ପର୍କରେ ସବିଶେଷ ସୂଚନା ଦେଇଥିଲେ। ସୂଚନା ଅନୁଯାୟୀ, ଗତ ୨୦୨୪ ଫେବୃୟାରୀ ୨୭ ତାରିଖ ରାତିରେ ବଲାଙ୍ଗୀର ସହର ଗାନ୍ଧୀନଗରପଡାର ଦେବରଞ୍ଜନ ପାଢ଼ୀ ଘରେ ନଥିବାବେଳେ ତାଙ୍କ ଘରୁ ସୁନା, ରୁପା ଅଳଙ୍କାର ସମେତ ଅନ୍ୟାନ୍ୟ ଜିନିଷପତ୍ର ଚୋରି ହୋଇଯାଇଥିଲା। ଏନେଇ ଟାଉନ ଥାନାରେ ଅଭିଯୋଗ କରିବା ପରେ ପୋଲିସ ଏକ ମାମଲା (୧୪୭/୨୪) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ଏହି ମାମଲାରେ ପୋଲିସ ଉପରୋକ୍ତ ତିନି ଅଭିଯୁକ୍ତଙ୍କୁ ଗିରଫ କରି ଗୁରୁବାର କୋର୍ଟଚାଲାଣ କରିଛି। ଟାଉନ ଥାନା ଆଇଆଇସି ଅବନୀ ସାହୁ, ଅତିରିକ୍ତ ଥାନାଧିକାରୀ ଏଫ ଇକ୍କା, ଏଏସଆଇ ବୈକୁଣ୍ଠ ଦେହୁରୀ ଓ ଅନ୍ୟ ପୋଲିସ କର୍ମଚାରୀ ତିନି ଅଭିଯୁକ୍ତଙ୍କୁ ରାଉରକେଲା ଏବଂ ବରଗଡରୁ ଗିରଫ କରିଥିଲେ। ଏହି ଘଟଣା ସହ ଅଭିଯୁକ୍ତମାନଙ୍କ ନାଁରେ ବଲାଙ୍ଗୀର ଜିଲାର ପୁଇଁନ୍ତଲା ଥାନା, ଲକ୍ଷ୍ମୀଯୋର ଥାନା, ସମ୍ବଲପୁର ଜିଲାର ହୀରାକୁଦ, ସୁନ୍ଦରଗଡ ଜିଲାର ରାଉରକେଲା, ବରଗଡ ଜିଲାର ବିଭିନ୍ନ ଥାନାରେ ଏକାଧିକ ମାମଲା ରହିଛି। କେବଳ ବଲାଙ୍ଗୀର ଜିଲାରେ ୧୦ରୁ ଅଧିକ ଚୋରି ଏବଂ ଲୁଟ ଘଟଣାରେ ଏହି ଅଭିଯୁକ୍ତମାନେ ସମ୍ପୃକ୍ତ ଥିବା ଏସଡିପିଓ ଉପାଧ୍ୟାୟ କହିଛନ୍ତି। ଅଭିଯୁକ୍ତମାନଙ୍କ ଠାରୁ ପୋଲିସ ଲୁହା ହାତୁଡି, ଏକ କଟର, ଲାଲରଙ୍ଗର ଶାଢ଼ୀ, ମୋବାଇଲ ଫୋନ, ଏକ ଚେନ, ପାସ୍‌ବୁକ, ଏକ ହଜାର ଟଙ୍କା, ଏକ ହାତଘଣ୍ଟା ଜବତ କରିଛି । ସହରର ବିଭିନ୍ନ ସ୍ଥାନରୁ ବାପ ପୁଅ କିପରି ଚୋରି କରିଥିଲେ l ସେହି ସ୍ଥାନକୁ ନେଇ ଟାଉନ ପୋଲିସ ସିନ୍‌ ରିକ୍ରିଏଶନ କରିଥିଲେ। ଏହି ଚୋରମାନଙ୍କୁ ଦୀର୍ଘ ଦିନ ଧରି ପୋଲିସ ଖୋଜୁଥିଲେ । ଏମାନଙ୍କୁ ଧରିବା ପରେ ପୋଲିସର ବଡ଼ ସଫଳତା ବୋଲି ପଡା ବାସୀ କହିଛନ୍ତି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର…

ରାଜ୍ୟ ସଭା ନିର୍ବାଚନରେ ବିଜେଡି ଖାଇଲା ଚକ୍‌ମା, ଏମାନେ କରିଛନ୍ତି କ୍ରସ୍‌ ଭୋଟିଂ, ସାମ୍ନାକୁ ଆସିଲା ନାଁ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ ଓ ସୁଜିତ୍‌ କୁମାର ଏବଂ ବିଜେଡିର ସଂତୃପ୍ତ ମିଶ୍ର ବିଜୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri