ବାପ-ପୁଅଙ୍କୁ ଧକ୍କା ଦେଲା ତହସିଲଦାରଙ୍କ ଗାଡ଼ି

ଦେବଗଡ଼, ୮ା୯(ଡି.ଏନ୍‌.ଏ.): ଦେବଗଡ଼ ଥାନା ଅନ୍ତର୍ଗତ ବଣିଆକିଲିଣ୍ଡା ଗ୍ରାମ ନିକଟ ୪୯ ନମ୍ବର ଜାତୀୟ ରାଜପଥରେ ବୁଧବାର ବାରକୋଟ ତହସିଲଦାରଙ୍କ ଗାଡ଼ି ଧକ୍କାରେ ଜଣେ ଯୁବ ବ୍ୟବସାୟୀ ଓ ତାଙ୍କର ୧୧ବର୍ଷର ପୁଅ ଗୁରୁତର ହୋଇଛନ୍ତି। ଉଭୟଙ୍କୁ ଅଧିକ ଚିକିତ୍ସା ନିମନ୍ତେ କଟକର ଏକ ଘରୋଇ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇିଛି l

ମିଳିଥିବା ସୂଚନା ମୁତାବକ, ଏକ ବୋଲେରୋ ଗାଡିରେ ତହସିଲଦାର ରୁବି ବେହେରା ଏକ ସରକାରୀ କାର୍ଯ୍ୟରେ ଯୋଗଦେବାକୁ ଦେବଗଡ଼ କଲେକ୍ଟରେଟ ଆସୁଥିଲେ। ବଣିଆକିଲିଣ୍ଡା ଗ୍ରାମ ନିକଟରେ ଥିବା ଆଞ୍ଚଳିକ ପରିବହନ ଅଧିକାରୀଙ୍କ କାର୍ଯ୍ୟାଳୟ ନିକଟସ୍ଥ ୪୯ ନମ୍ବର ଜାତୀୟ ରାଜପଥରେ ବୋଲେରୋ ବାଇକ୍‌ ଯୋଗେ ଆସୁଥିବା ଯୁବବ୍ୟବସାୟୀ ରାଜେଶ ଗୋଏଲ (୩୮)ଓ ତାଙ୍କ ପୁଅ ରିସବ (୧୧)ଙ୍କୁ ଧକ୍କା ଦେଇଥିଲେ l ଫଳରେ ବାଇକରୁ ଉଭୟେ ଛିଟିକି ପଡି ଗୁରୁତର ହୋଇଥିଲେ l ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ଦେବଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ ପଠାଇଥିଲେ l ଦେବଗଡ଼ ଥାନା ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ଦୁର୍ଘଟଣାଗସ୍ତ ବୋଲେରୋ ଓ ବାଇକକୁ ପୋଲିସ ଜବତ କରିିଛି l


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନଦୀରେ ଭାସିଗଲେ ଗୋପାଳକ, ଅଗ୍ନିଶମ ବିଭାଗ ପକ୍ଷରୁ ଚାଲିଛି ଖୋଜାଖୋଜି

ପଦ୍ମପୁର,୨୨।୭ (ପ୍ରଦୀପ୍ତ ଦାଶ) : ପଦ୍ମପୁର ଉପଖଣ୍ଡ ଜଗଦଳପୁର ଥାନା ଅନ୍ତର୍ଗତ ସମ୍ବଲପୁରୀ ଗ୍ରାମ ନିକଟରେ ଥିବା ଅଙ୍ଗନଦୀରେ ଭାସିଯାଇ ଜଣେ ଗୋପାଳକ ନିଖୋଜ ହୋଇଥିବା ଘଟଣା…

BCCIର ବଡ଼ ଘୋଷଣା: ଏଣିକି ଏମିତି କଲେ ବୋଲରଙ୍କୁ…ନୂଆ ନିୟମ ଜାରି

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୨୦୨୬-୨୭ ଘରୋଇ କ୍ରିକେଟ ସିଜନ ପୂର୍ବରୁ ଖେଳର ନିୟମରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ନୂତନ ନିୟମଗୁଡ଼ିକର ପ୍ରଭାବ…

ଭଟାପଲାକୁ ନୂତନ ଗ୍ରାମ ପଞ୍ଚାୟତ ମାନ୍ୟତା ଦାବି ଜୋରଦାର: ଲିଖିତ ଦାବିପତ୍ର ଦାଖଲ

କର୍ଲାମୁଣ୍ଡା,୨୨।୭(ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଭଟାପଲାକୁ ସୱତନ୍ତ୍ର ଗ୍ରାମ ପଞ୍ଚାୟତର ମାନ୍ୟତା ପ୍ରଦାନ କରିବା ଦାବିରେ ଅଞ୍ଚଳବାସୀଙ୍କ ସୱର ଦିନକୁ ଦିନ ଜୋରଦାର ହେଉଛି। ଦୀର୍ଘଦିନ…

ଆନ୍ଦୋଳନକୁ ନେଇ କଂଗ୍ରେସ କଲା ବଡ଼ ପ୍ଲାନ! ଛାନିଆ ହେଲେ କେନ୍ଦ୍ର ସରକାର, ରାଜନୀତିରେ ଚହଳ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ନିଟ୍ (NEET) ପେପର୍ ଲିକ୍ ବିରୋଧରେ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ବିରୋଧୀ ଦଳଗୁଡ଼ିକ ମଧ୍ୟରେ ଏକ ନୂଆ ଜୀବନ ସଞ୍ଚାର କରୁଛି। ଜୁଲାଇ ୨୦ ତାରିଖରେ…

CJPର ଆନ୍ଦୋଳନ ପରେ ସୋସିଆଲ ମିଡିଆରେ ବଡ଼ ଘୋଷଣା କଲେ ଧର୍ମେନ୍ଦ୍ର ପ୍ରଧାନ, ରାହୁଲଙ୍କୁ ନେଇ କହିଲେ…

ନୂଆଦିଲ୍ଲୀ,୨୨।୭: CJP (ସିଜେପି)ର ‘ଚଲୋ ସଂସଦ’ ପ୍ରଦର୍ଶନ ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଥମ ଥର ପାଇଁ ସାର୍ବଜନୀନ ପ୍ରତିକ୍ରିୟା ରଖିଛନ୍ତି। ସେ କଂଗ୍ରେସ ନେତା…

ରାହୁଲ ଗାନ୍ଧୀଙ୍କ ପିଏମ ଆବାସ ସମ୍ମୁଖରେ ଆନ୍ଦୋଳନ ପରେ ପଡିଲା ପ୍ରଭାବ: ସରକାରଙ୍କ ପକ୍ଷରୁ…

ନୂଆଦିଲ୍ଲୀ,୨୨।୭: NEET ପରୀକ୍ଷା ବିବାଦକୁ ନେଇ ବିରୋଧୀଙ୍କ ପ୍ରଦର୍ଶନ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ଭିତରେ ସରକାରଙ୍କ ପକ୍ଷରୁ ଏକ ବଡ଼ ଜବାବ…

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri