ବାପାଙ୍କୁ ଲୁହାରଡରେ ପିଟି ହତ୍ୟା, ସାନପୁଅଙ୍କୁ କୋର୍ଟ ଚାଲାଣ କଲା ପୁରୁଷୋତ୍ତମପୁର ପୋଲିସ

ପୁରୁଷୋତ୍ତମପୁର,୨୯।୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଘଳା ପଞ୍ଚାୟତ କୁଷପୁର ଗ୍ରାମରେ ନିଜ ଜନ୍ମକଲା ବାପାକୁ ପିଟି ହତ୍ୟାକରିବା ଅଭିଯୋଗରେ ସାନ ପୁଅ ରଞ୍ଜନ ସାହୁ(୨୮)ଙ୍କୁ ପୋଲିସ ମଙ୍ଗଳବାର କୋର୍ଟଚାଲାଣ କରିଥିଲେ। କୋର୍ଟରେ ମାନ୍ୟବର ବିଚାରପତି ଏହାର ବିଚାରକରି ତାଙ୍କୁ ଜେଲହାଜତକୁ ପଠାଇଦେଇଛନ୍ତି। ମୃତ ଗୋପାଳକୃଷ୍ଣ ସାହୁଙ୍କ ପତ୍ନୀ ସୀତା ସାହୁ ପୋଲିସ ନିକଟରେ କରିଥିବା ଲିଖିତ ଅଭିଯୋଗକୁ ନେଇ ମାମଲା ନଂ ୩୨୫/୨୫ ପ୍ରକାରେ ସାନପୁଅ ରଞ୍ଜନକୁ ଗିରଫ କରାଯାଇଥିବା ତଦନ୍ତକାରୀ ଅଫିସର ଏସଆଇ ଶୁଶାନ୍ତ କୁମାର ମିଶ୍ର କହିଛନ୍ତି।

ସୂଚନାଯୋଗ୍ୟ, ପାରିବାରିକ ଅଶାନ୍ତିକୁ ନେଇ ଗୋପାଳକୃଷ୍ଣ ତାଙ୍କ ପତ୍ନୀ ସୀତାଙ୍କୁ ସବୁବେଳେ ମାଡମାରି ନିର୍ଯାତନା ଦେଉଥିଲେ। ସୋମବାର ମଧ୍ୟ ସେ ମାଡ଼ମାରିବାକୁ ଉଦ୍ୟମ କରିବାବେଳେ ଦୁଇ ପୁଅ ରଞ୍ଜନ ଓ ପିଣ୍ଟୁ ପ୍ରତିବାଦ କରିଥିଲେ। ହେଲେ ଗୋପାଳ କାହାରି କଥା ନ ଶୁଣି ମାଡ ମାରିବାକୁ ଯାଇଥିଲେ। ମା’ଙ୍କ ଉପରେ ସବୁଦିନେ ହେଉଥିବା ଏଭଳି ମାଡ଼କୁ ପୁଅମାନେ ସହ୍ୟ କରିପାରି ନ ଥିଲେ। ଏହି ସମୟରେ ବାପାଙ୍କ ହାତରୁ ପୁଅମାନେ ଲୁହାରଡକୁ ଛଡାଇଥିବା ବେଳେ ଓଲଟା ଭାବେ ସେହି ରଡରେ ସାନପୁଅ ରଞ୍ଜନ ତାଙ୍କ ବାପାଙ୍କୁ ପିଟିଦେଇଥିଲେ। ଫଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଏନେଇ ଖବର ପାଇ ପୋଲିସ ଘଟଣାସ୍ଥଳକୁ ଯାଇ ଦୁଇ ପୁଅଙ୍କୁ ଉଠାଇ ଥାନାକୁ ଆଣି ତଦନ୍ତକରିଥିଲା। ତେବେ ହତ୍ୟା ଅଭିଯୋଗରେ ରଞ୍ଜନଙ୍କୁ କୋର୍ଟଚାଲାଣ କରାଯାଇଥିବାବେଳେ ପିଣ୍ଟୁଙ୍କୁ ଛାଡି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୁର୍ମି କ୍ଷତ୍ରୀୟ ପ୍ରଦେଶ ସଂସ୍ଥାର ବିରାଟ ମହିଳା ସମ୍ମିଳନୀ: ନାରୀ ଶିକ୍ଷା, ରୋଜଗାର ଉପରେ…

ଭଞ୍ଜନଗର,୨୭।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଚାଲିଥିବା ନିଖିଳ ଉତ୍କଳ କୁର୍ମି କ୍ଷତ୍ରୀୟ ପ୍ରଦେଶ ମହାସଭା ଶନିବାର ତୃତୀୟ ଦିବସରେ ପହଞ୍ଚିଛି। ରବିବାର ମହାସଭା...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

ବିରଞ୍ଚିଙ୍କ ଏଏସଆଇକୁ ପଦୋନ୍ନତି: କଠିନ ପରିଶ୍ରମ ଆଣିଦେଲା ସଫଳତା

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲା ଆରକ୍ଷୀ କାର୍ଯ୍ୟାଳୟରେ କନଷ୍ଟେବଳ ଭାବେ କାର୍ଯ୍ୟରତ ଥିବା ବିରଞ୍ଚି ନାରାୟଣ ପଲେଇଙ୍କ ପଦୋନ୍ନତି ହୋଇଛି। କନେଷ୍ଟବଳରୁ ଏଏସଆଇକୁ ପଦୋନ୍ନତି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ମାଙ୍ଗାନିଜ ବୋଝେଇ ୩ ଡମ୍ପରକୁ ମାଡ଼ି ବସିଲା ବନ ବିଭାଗ

ଯୋଡ଼ା,୨୭ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସେକ୍ସନର ବୈତରଣୀ କ ସଂରକ୍ଷିତ ଜଙ୍ଗଲ ନିକଟ ତିରିଂ ପାହାଡ଼ ନିକଟରୁ ବନ ବିଭାଗ ଚଢ଼ାଉ କରି ଚୋରାଚାଲାଣ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

ଅଲ୍ଲୁ-ଅର୍ଜୁନଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କଲା ପୋଲିସ, କାରଣ ଜାଣିଲେ…

ମୁମ୍ବାଇ,୨୭ା୧୨: ଅଭିନେତା ଅଲ୍ଲୁ-ଅର୍ଜୁନଙ୍କ ନାମରେ ଚାର୍ଜଶିଟ୍‌ ଦାଖଲ କରିଛି ପୋଲିସ। ଉକ୍ତ ଚାର୍ଜଶିଟ୍‌ରେ ଅଲ୍ଲୁ-ଅର୍ଜୁନଙ୍କ ସମେତ ୨୩ ଅଭିଯୁକ୍ତଙ୍କ ନାଁ ରହିଛି। ହାଇଦ୍ରାବାଦ ସନ୍ଧ୍ୟା ଥିଏଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri