ବାପା ମାଛ ଧରାଳି, ପୁଅ ପାଇଲେ OAS: ବିନା କୋଚିଙ୍ଗ୍‌ରେ ମୋବାଇଲରୁ ପଢି ପାଇଲେ ସଫଳତା

ସୋରଡା,୨୭।୫( ରଜନି ମହାପାତ୍ର ): ଓଡ଼ିଶା ପବ୍ଲିକ ସର୍ଭିସ କମିଶନ ଦ୍ୱାରା ଆୟୋଜିତ ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷା ୨୦୨୪-୨୫ ପରୀକ୍ଷାର ଫଳାଫଳ ପ୍ରକାଶ ପାଇଛି। ସୋରଡା ଏନଏସିର କାହ୍ନୁ ଚରଣ ବେହେରା ସେଥିରେ ୫୬ ନମ୍ବର ର଼୍ୟାଙ୍କ ରଖି କୃତକାର୍ଯ୍ୟ ହୋଇଛନ୍ତି। ଏହି ସଫଳତା ସୋରଡା ଅଞ୍ଚଳ ପାଇ ଗର୍ବ ଆଣିଛି । ବାପା କାଳୀଚରଣ ବେହେରା ଜଣେ ଧୀବର। ପ୍ରତିଦିନ ସୋରଡା ଡ୍ୟାମରେ ମାଛ ମାରିବାକୁ ଯାଇଥାନ୍ତି , ସେଥିରୁ ଯାହା ରୋଜଗାର ହୁଏ ସେଥିରେ ପରିବାର ପ୍ରତିପୋଷଣ କରିଥାନ୍ତି । ମା’ ଅମୂଲ୍ୟ ବେହେରା ସ୍ବାମୀ ଯାହା ମାଛ ଧରି ଆଣିଥାନ୍ତି ତାହାକୁ ବଜାରରେ ବିକ୍ରି କରନ୍ତି , ସେଥିରେ ଦୁଇ ଶହରୁ ତିନିଶହ ଟଙ୍କା ରୋଜଗାର ହୁଏ। ତେବେ ଓଏଏସ୍‌ ପରୀକ୍ଷାରେ ପୁଅ ସଫଳତା ପାଇଁ ଗର୍ବ ଆଣିଛନ୍ତି । ବାପାଙ୍କ କମ୍‌ ରୋଜଗାର ଯୋଗୁ ବାହାରେ ଶିକ୍ଷାଦାନ କରିନାହାନ୍ତି । ଘରେ ବସି ପାଠ ପଢିବା ସହିତ ମୋବାଇଲରୁ ଶିକ୍ଷା ପାଇ ଆଜି କୃତକାର୍ଯ୍ୟ ହୋଇଛନ୍ତି । ଘରେ ରହି ଟ୍ୟୁସନ କରି ଯାହା ରୋଜଗାର କରନ୍ତି ସେଥିରେ କିଛି ବହି କିଣନ୍ତି । ଧୀବର ଜାତିର ଉନ୍ନତି କରିବା ସହିତ ଓଡ଼ିଶାର ଲୋକଙ୍କ ପାଇ ଭଲ କାମ କରିବେ ବୋଲି କାହ୍ନୁ କହିଛନ୍ତି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ତାଳଚୁଆ ସାମୁଦ୍ରିକ ଥାନାରେ ଥାର୍ଡ ଡିଗ୍ରୀ : ମହିଳା ଓ ତାଙ୍କ ପୁଅଙ୍କୁ ଥାନାରେ ମାଡ଼

ଭୁବନେଶ୍ୱର/ରାଜନଗର, ୨୭।୫(ତ୍ରିନାଥ ମହାନ୍ତି/ଭାସ୍କର ରାଉତରାୟ): ବାରଙ୍ଗ ଥାନାରେ ଜଣେ ଯୁବକଙ୍କୁ ପତ୍ନୀ ହତ୍ୟା ସନ୍ଦେହରେ ପୋଲିସ ଉଠାଇ ଆଣି ଥାର୍ଡ ଡିଗ୍ରୀ ଦେଇ ଗୁରୁତର କରି ଆଇସିୟୁ’ରେ…

CM ବିଜୟଙ୍କ ଫିଲ୍ମ ଇଣ୍ଡଷ୍ଟ୍ରିକୁ ବଡ଼ ଉପହାର! ଥ୍ରୀଏଟରରେ ବଦଳିବ ୭୦ ବର୍ଷର ନିୟମ, ଏବେ ହେବ ଜୋରଦାର ରୋଜଗାର

ଚେନ୍ନାଇ,୨୭।୫: ତାମିଲନାଡୁର ନବନିର୍ୱାଚିତ ମୁଖ୍ୟମନ୍ତ୍ରୀ ତଥା ସୁପରଷ୍ଟାର୍‌ ଥାଲାପତି ବିଜୟ (Thalapathy Vijay) ଏବେ ଏଭଳି ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି, ଯାହା ତାମିଲ ଫିଲ୍ମ ଇଣ୍ଡଷ୍ଟ୍ରି…

ପୁରୀର ଏକ ରିସର୍ଟରୁ ଗିରଫ ହେଲେ TMC ବିଧାୟକ

ପୁରୀ,୨୭ା୫: ପଶ୍ଚିମବଙ୍ଗର ପୂର୍ବତନ ପରିବହନ ମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ(TMC)ର ବରିଷ୍ଠ ନେତା ଦିଲ୍ଲୀପ ମଣ୍ଡଳଙ୍କୁ ଏସ୍‌ଟିଏଫ୍‌ ଦ୍ୱାରା ଗିରଫ ହୋଇଥିବା ନେଇ ସୂଚନା ମିଳିଛି ।…

ଆଉ ୨ ଦିନ ଗରମ, ଗୁଳୁଗୁଳି

ଭୁବନେଶ୍ୱର ୨୭।୫ (ବନ୍ଦନା ସେଠୀ): ରାଜ୍ୟରେ ତାପମାତ୍ରାରେ ସାମାନ୍ୟ ହ୍ରାସ ଘଟିଥିଲେ ମଧ୍ୟ ମଙ୍ଗଳବାର ଗରମ ଓ ଗୁଳୁଗୁଳି ଜାରି ରହିଥିଲା। ୨୦ ସ୍ଥାନର ତାପମାତ୍ରା ୪୦…

ବ୍ୟବସାୟୀଙ୍କ ଦୋକାନରୁ ୪୩ ରନ୍ଧନ ଗ୍ୟାସ୍‌ ସିଲିଣ୍ଡର ଜବତ, ଅତର୍କିତ ଚଢାଉ କରି ପୋଲିସ…

ମହାକାଳପଡ଼ା, ୨୭ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଆପାଳ ସାମୁଦ୍ରିକ ଥାନା କଣ୍ଟିଲୋ ଓ ପୂର୍ବ ସୁନୀତି ଗ୍ରାମରେ ଦୁଇ ବ୍ୟବସାୟୀଙ୍କ ଦୋକାନ ଗୃହରୁ…

୧୦ ବର୍ଷର ଝିଅକୁ ବଳାତ୍କାର ପରେ ହତ୍ୟା ଘଟଣାର ପ୍ରେସମିଟ୍‌ କରୁଥିବାବେଳେ ହସି ହସି ଗଡ଼ିଲେ ୩ IPS: ଭିଡିଓ ଭାଇରାଲ ପରେ…

କୋଏମ୍ବାଟୁର,୨୭।୫: ତାମିଲନାଡୁର କୋଏମ୍ବାଟୁରରେ ଜଣେ ୧୦ ବର୍ଷୀୟା ଝିଅକୁ ବଳାତ୍କାର ପରେ ହତ୍ୟା କରାଯାଇଥିଲା। ଏହି ନୃଶଂସ ହତ୍ୟାକାଣ୍ଡ ସମଗ୍ର ରାଜ୍ୟକୁ ଦୋହଲାଇ ଦେଇଛି। ବିଜୟ ସରକାର…

ମନ୍ତ୍ରୀଙ୍କ ଛାତି ଧଡ଼ପଡ଼: କାହାର ଯିବ ପଦ କିଏ ଯୋଡ଼ା ହେବେ ନୂଆ

ଭୁବନେଶ୍ୱର,୨୭।୫ ଓଡ଼ିଶାରେ ଖୁବ୍ ଶୀଘ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ହୋଇପାରେ ବୋଲି ରାଜନୈତିକ ମହଲରେ ଚର୍ଚ୍ଚା ଜୋର୍ ଧରିଛି। ଏହାକୁ ନେଇ ମନ୍ତ୍ରୀ ଓ ବିଧାୟକମାନଙ୍କ ମଧ୍ୟରେ ଉତ୍ସୁକତା…

ପୁଣି ଦେବାଶିଷ ଯିବେ ରାଜ୍ୟ ସଭା ନା ଆଉ କିଏ? ବଡ଼ ଇସାରା ଦେଲେ ସୁରେଶ ପୂଜାରୀ, କହିଲେ ଯିଏ ଇସ୍ତଫା ଦେଇ…

ଭୁବନେଶ୍ୱର,୨୭।୫: ଓଡ଼ିଶାରେ ରାଜ୍ୟ ସଭା ଉପନିର୍ବାଚନ ପାଇଁ ECI ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ଦେବାଶିଷ ସାମନ୍ତରାୟଙ୍କ ଇସ୍ତଫା ଦେବା ପରେ ବିଜ୍ଞପ୍ତି ପ୍ରକାଶ ପାଇଛି। ଖାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri