ଝିଅକୁ ଝୁରି ଜୀବନ ହାରିଲେ ବାପା

ନିରାକାରପୁର,୨୨।୬(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅଧୀନ ପଦ୍ମପୁର ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ବଡ଼ ଝିଅର ମୃତ୍ୟୁ ପରେ ଝିଅକୁ ଝୁରି ଶେଷରେ ବାପା ଆତ୍ମହତ୍ୟା କରିଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ଆତ୍ମହତ୍ୟା କରିଥିବା ବ୍ୟକ୍ତି ଜଣକ ହେଲେ ରମେଶର ପଞ୍ଚାୟତ ପଦ୍ମପୁର ଗ୍ରାମର କୁଳମଣି ପ୍ରଧାନ(୪୦)। କୁଳମଣି ଏକ ଦଉଡିରେ ନିଜ ବାଡ଼ି ପଛପଟେ ଥିବା ଏକ ପିଜୁଳି ଗଛରେ ଓହଳି ଆତ୍ମହତ୍ୟା କରିଥିବା ତାଙ୍କ ସ୍ତ୍ରୀ ରଞ୍ଜିତା ପ୍ରଧାନ ଥାନାରେ ଅଭିଯୋଗ କରିଛନ୍ତି। ଖବର ପାଇ ନିରାକାରପୁର ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର କରିଛି। ଏକ ଶୋକାକୁଳ ପରିବେଶରେ ସ୍ଥାନୀୟ ଶ୍ମଶାନରେ କୁଳମଣିଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି।
ସ୍ତ୍ରୀ ରଞ୍ଜିତାଙ୍କ ଅଭିଯୋଗକୁ ଭିତ୍ତିକରି ପୋଲିସ ଏକ ଅପମୃତ୍ୟୁ ମାମଲା(ନଂ.୩/୨୩) ରୁଜୁ କରି ତଦନ୍ତ ଚଳାଇଛି। ତେବେ କୁଳମଣି ଝିଅକୁ ଝୁରି ଆତ୍ମହତ୍ୟା କଥାକୁ ସହଜରେ ଗ୍ରହଣ କରିପାରୁନାହାନ୍ତି ସ୍ଥାନୀୟବାସୀ।


Enter your email to get our daily news in your inbox.

All Right Reserved By Dharitri.Com

Delhi Accident: ରିଲ ନିଶାରେ ଦୌଡାଇଲେ ସ୍କର୍ପିଓ, ଚାଲିଗଲା ବାଇକ ଚାଳକଙ୍କ ଜୀବନ, ନ୍ୟାୟ ପାଇଁ ଗୁହାରି କରୁଛନ୍ତି ମାଆ

ନୂଆଦିଲ୍ଲୀ,୧୭।୨: ଦିଲ୍ଲୀର ଦ୍ୱାରକା ଦକ୍ଷିଣ ପୋଲିସ ଷ୍ଟେଶନ ଅଞ୍ଚଳରେ ଫେବୃଆରୀ ୩,୨୦୨୬ ରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଥିଲା, ଯାହା ଫଳରେ ଜଣେ ଯୁବକଙ୍କ ମୃତ୍ୟୁ…

ଧରିତ୍ରୀର ପ୍ରଭାବ, ଅଚଳ ପାନୀୟଜଳ ପ୍ରକଳ୍ପ କାର୍ଯ୍ୟକ୍ଷମ ପାଇଁ ପ୍ରଶାସନିକ ତତ୍ପରତା         

ଦିଗପହଣ୍ଡି,୧୭ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

ପାକିସ୍ତାନର ପ୍ରଦର୍ଶନକୁ ନେଇ ନକ୍‌ଭି ଅସନ୍ତୋଷ: ଦଳରୁ ବାଦ୍‌ ପଡିବେ ବାବର, ଶାହିନ

କରାଚୀ,୧୭ା୨- ଭାରତ ବିପକ୍ଷ ଟି୨୦ ବିଶ୍ୱକପ୍‌ର ମ୍ୟାଚ୍‌ରେ ନୈରାଶ୍ୟଜନକ ପ୍ରଦର୍ଶନ କରିଥିବା ପାକିସ୍ତାନ ଦଳର ସିନିୟର ଖେଳାଳିଙ୍କୁ ପରବର୍ତ୍ତୀ ମ୍ୟାଚ୍‌ରୁ ବାଦ୍‌ ଦିଆଯିବ। ଆସନ୍ତା ୧୮ ତାରିଖରେ…

ଏସ୍‌ସିବିରେ ଡ୍ୟୁଟି ସମୟରେ ଶୋଉଛନ୍ତି କର୍ମଚାରୀ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ

କଟକ,୧୭।୨ (ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲରେ ଦିନକୁ ଦିନ ଅବ୍ୟବସ୍ଥା ବଢ଼ିବାରେ ଲାଗିଛି । ରୋଗୀଙ୍କୁ ସୁବିଧା ଯୋଗାଇବା ପାଇଁ ବ୍ୟାଟେରି ଗାଡି ରହିଛି । ହେଲେ…

ଦାରିଙ୍ଗବାଡିରେ ମହମ୍ମଦ ମୋକିମ, ନୂଆ ଦଳ ଗଠନ ପୂର୍ବରୁ ସହଯୋଗ ଲୋଡିଲେ

ଦାରିଙ୍ଗବାଡି,୧୭।୨ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ଗସ୍ତରେ ସୋମବାଇ କଟକ ପୂର୍ବତନ ବିଧାୟକ ମହମ୍ମଦ ମୋକିମ । ଏତେ ଲୋକ ପ୍ରିୟ ଯେ ତାଙ୍କୁ ଭେଟିବାକୁ…

ଆସିଲାଣି ବର୍ଷା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ, କାକରରେ ଭିଜିବ ଓଡ଼ିଶା

ନୂଆଦିଲ୍ଲୀ,୧୭।୨: ଦେଶର ଅଧିକାଂଶ ସ୍ଥାନରେ ପାଗ ନିରନ୍ତର ପରିବର୍ତ୍ତନ ହେଉଛି। ଫେବୃଆରୀ ମାସ ମାର୍ଚ୍ଚ ମାସ ପରି ଅନୁଭବ ହେବା ଆରମ୍ଭ କରିଛି। ତାପମାତ୍ରାରେ ନିରନ୍ତର ବୃଦ୍ଧି…

ଚାଷୀ, ମହିଳା, ଶିଶୁ ଏବଂ ଓଡ଼ିଆ ଅସ୍ମିତା ପାଇଁ ଜୋରଦାର ଲଢ଼ାଯିବ: ନବୀନ

ଭୁବନେଶ୍ୱର,୧୭।୨(ସୁନିତ୍‌ ମିଶ୍ର): ବିଧାନସଭାର ବଜେଟ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହୋଇ ୨ଟି ପର୍ଯ୍ୟାୟରେ ଚାଲିବ। ରାଜ୍ୟ ସରକାର ଏହି ଅଧିବେଶନରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଗୃହରେ…

ତିନି ଦିନିଆ ଗସ୍ତରେ ଭାରତ ପହଞ୍ଚିଲେ ଫ୍ରାନ୍ସ ରାଷ୍ଟ୍ରପତି; ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ମାକ୍ରନ କରିବେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା

ନୂଆଦିଲ୍ଲୀ,୧୭।୨: ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନ ଆଜି (ଫେବୃଆରୀ ୧୭) ଅର୍ଥାତ୍‌ ମଙ୍ଗଳବାର ସକାଳେ ତିନି ଦିନିଆ ଗସ୍ତ ପାଇଁ ଭାରତ ଆସିଛନ୍ତି। ଦାୟିତ୍ୱ ଗ୍ରହଣ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri